Biblia Todo Logo
Bib sou entènèt

- Piblisite -




ଯିଶାଇୟ 14:19 - ପବିତ୍ର ବାଇବଲ

19 ମାତ୍ର ତୁମ୍ଭେ ଦୁଷ୍ଟାଗ୍ଭରୀ ରାଜା ନିଜ ସମାଧିରୁ ନିକ୍ଷିପ୍ତ ହୋଇଛ। ବୃକ୍ଷର ଶାଖା ବୃକ୍ଷରୁ ବିଚ୍ୟୁତ ହୋଇ ବାହାରେ ନିକ୍ଷିପ୍ତ ହେଲାପରି ଏବଂ ଯୁଦ୍ଧରେ ମୃତ ସୈନିକ ଯେପରି ଅନ୍ୟ ସୈନ୍ୟମାନଙ୍କ ଦ୍ୱାରା ପଦଦଳିତ ହେଲାପରି ତୁମ୍ଭେ ହେବ। ବର୍ତ୍ତମାନ ତୁମ୍ଭେ ମୃତ୍ୟୁ ବସ୍ତ୍ରରେ ଆଚ୍ଛାଦିତ ହୋଇ ନିଜ କବର ବାହାରେ ପଡ଼ି ରହିଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ଼୍‍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ଵାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ।

Gade chapit la Kopi

ଓଡିଆ ବାଇବେଲ

19 ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ୱାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ୱାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ।

Gade chapit la Kopi




ଯିଶାଇୟ 14:19
17 Referans Kwoze  

ଇ‌ଶ୍‌ମାୟେଲ ସେହି କୂପକୁ ନିହତମାନଙ୍କ ଶବରେ ଗଦଲିୟର ଶବ ସହିତ ପରିପୂର୍ଣ୍ଣ କଲା। ସେହି କୂପକୁ ଆସାର ରାଜା, ଇସ୍ରାଏଲର ବାଶା ରାଜାର ଭୟରେ ପ୍ରସ୍ତୁତ କରିଥିଲା, ଯୁଦ୍ଧ ସମୟରେ ପାଣି ଯୋଗାଇବାକୁ ସେହି କୂପ ଖୋଳା ଯାଇଥିଲା।


ଯେତେବେଳେ ସେମାନେ ନଗରର ମଧ୍ୟସ୍ଥାନକୁ ଆସିଲେ, ଇ‌ଶ୍‌ମାୟେଲ ଓ ତା'ର ସଙ୍ଗୀମାନେ ସେମାନଙ୍କୁ ବଧ କଲେ ଏବଂ ସେମାନଙ୍କୁ ଏକ ଗାତ ମଧ୍ୟରେ ଫୋପାଡ଼ି ଦେଲେ।


ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୁଶାଲମର ଦ୍ୱାର ବାହାରେ ପକାଯିବ।


“ଏହି ଦେଶରେ ଛୋଟଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ମରିବେ। ସେମାନଙ୍କୁ କେହି କବର ଦେବେ ନାହିଁ କିଅବା ସେମାନଙ୍କ ପାଇଁ କେହି ବିଳାପ କରିବେ ନାହିଁ। ସେମାନଙ୍କ ପାଇଁ କେହି ଦୁଃଖରେ ଆପଣା ଶରୀରରେ ଅସ୍ତ୍ରାଘାତ ଓ ମସ୍ତକ ମୁଣ୍ଡନ କରିବେ ନାହିଁ।


ଯେହୂ ତାଙ୍କର ସାରଥି ବି‌ଦ୍‌କରକୁ କହିଲେ, “ତାକୁ ଉଠାଇ ନେଇ ଯିଷ୍ରିୟେଲୀୟ ନାବୋତ କ୍ଷେତ୍ର ଭୂମିରେ ପକାଇ ଦିଅ। କାରଣ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚା‌ତ୍‌ଗମନ କରିବା ବେଳେ, ସଦାପ୍ରଭୁ କି ପ୍ରକାରେ ମୁଁ ଓ ତୁମ୍ଭେ ତାହା ଉପରେ ଏହି ଭାରକ୍ତି ଥୋଇଥିଲେ ତାହା ସ୍ମରଣ କର।


ଆହାବର ଯେଉଁ ଲୋକ ନଗରରେ ମରିବ, କୁକୁରମାନେ ତାକୁ ଖାଇବେ ଓ ଯେଉଁ ଲୋକ କ୍ଷେତ୍ରରେ ମରିବ, ଆକାଶର ପକ୍ଷୀମାନେ ତାକୁ ଖାଇବେ।’”


ଆହାବକୁ କୁହ, ମୁଁ ସଦାପ୍ରଭୁ କହୁଅଛି, ‘ତୁମ୍ଭେ ନାବୋତକୁ ହତ୍ୟା କରିଛ ଓ ତା'ର ଦ୍ରାକ୍ଷାକ୍ଷେତ୍ରକୁ ଅଧିକାର କରିଅଛ, ମୁଁ ସଦାପ୍ରଭୁ କହୁଅଛି, ଯେଉଁ ସ୍ଥାନରେ ନାବୋତର ମୃତ୍ୟୁ ହୋଇଛି, ସେହି ସ୍ଥାନରେ ତୁମ୍ଭର ମୃତ୍ୟୁ ହେବ। କୁକୁରମାନେ ନାବୋତର ରକ୍ତକୁ ଯେଉଁ ସ୍ଥାନରେ ଗ୍ଭଟି ଖାଇଥିଲେ, ସେହି ସ୍ଥାନରେ ତୁମ୍ଭର ରକ୍ତ ମଧ୍ୟ ଗ୍ଭଟିବେ।’”


ତେଣୁ ସଦାପ୍ରଭୁ ସେମାନଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇଛନ୍ତି। ସେ ତାଙ୍କର ହସ୍ତ ଉତ୍ତୋଳନ କରି ସେମାନଙ୍କୁ ଦଣ୍ଡ ଦେବେ। ଏପରିକି ପର୍ବତଗଣ ଭୟଭୀତ ହେବେ ଓ ମୃତଶରୀର ଗୁଡ଼ିକ ଅଳିଆ ପରି ରାସ୍ତାକଡ଼ରେ ପଡ଼ିରହିବ। ଏପରିକି ପରମେଶ୍ୱରଙ୍କ କ୍ରୋଧ ହ୍ରାସ ପାଇବ ନାହିଁ ଓ ତାଙ୍କ ହସ୍ତ ସେମାନଙ୍କୁ ଦଣ୍ଡ ଦେବେ।


ମାତ୍ର ଶତ୍ରୁଗଣ ବାବିଲନୀୟଙ୍କ ପଶ୍ଚା‌‌‌ତ୍‌‌‌ଧାବନ କରିବେ ଓ ଯେତେବେଳେ ସେମାନଙ୍କୁ ଧରିବେ ‌‌ଖ‌ଡ଼୍‌ଗରେ ସେମାନଙ୍କୁ ହତ୍ୟା କରିବେ।


ପୃଥିବୀର ସମସ୍ତ ରାଜନ୍ୟବର୍ଗ ମୃତ୍ୟୁପରେ ସମ୍ମାନ ଓ ଗୌରବ ସହ ନିଜ ନିଜ ସମାଧିରେ ବିଶ୍ରାମ ନେଲେ।


ସେହି ନିହତ ଲୋକମାନେ ବାହାରେ ନିକ୍ଷିପ୍ତ ହେବେ। ସେମାନଙ୍କ ଶବ ଦୁର୍ଗନ୍ଧ ଦେବ ଓ ସେମାନଙ୍କର ରକ୍ତ ପର୍ବତଗୁଡ଼ିକରେ ବୋହି ଯିବ।


ବାବିଲର ସୈନ୍ୟମାନେ କ‌‌ଲ୍‌‌ଦୀୟ ଦେଶରେ ମୃତ୍ୟୁବରଣ କରିବେ ଓ ରାଜପଥରେ ଆହତ ହୋଇପଡ଼ିବେ।”


ଅସୁନ୍ନତ ବୀରମାନଙ୍କ ସହିତ ସେମାନେ କ’ଣ ଯୁଦ୍ଧ ଭୂମିରେ ପତିତ ହୋଇ ନାହାନ୍ତି, ଯେଉଁମାନେ ସେମାନଙ୍କର ‌‌ଖ‌ଡ଼୍‌ଗକୁ ତକିଆ ଭିତରେ ରଖି ପାତାଳକୁ ଯାଇଛନ୍ତି? ସେମାନଙ୍କର ପାପ ସେମାନଙ୍କର ଅସ୍ଥି ଉପରେ ଅଛି। ଯେହେତୁ ସେମାନେ ଜୀବିତ ଥିବା ବେଳେ ଆତଙ୍କ ଖେଳାଇଛନ୍ତି।


Swiv nou:

Piblisite


Piblisite