ଯିଶାଇୟ 14:6 - ପବିତ୍ର ବାଇବଲ6 ବାବିଲର ରାଜା କ୍ରୋଧରେ ଲୋକମାନଙ୍କୁ ପ୍ରହାର କରୁଥିଲେ ଓ ସେଥିରୁ କେବେ ନିବୃତ୍ତ ହେଉ ନ ଥିଲେ। ଲୋକମାନଙ୍କୁ ଆଘାତ କରିବାରୁ ସେ ଦୁରାଗ୍ଭରୀ ଶାସକ ଦୂରେଇ ଯାଉ ନ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତା-ମାନଙ୍କ ରାଜଦଣ୍ତ ଭାଙ୍ଗି ପକାଇ ଅଛନ୍ତି। Gade chapit laଓଡିଆ ବାଇବେଲ6 ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତାମାନଙ୍କ ରାଜଦଣ୍ଡ ଭାଙ୍ଗି ପକାଇ ଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତାମାନଙ୍କ ରାଜଦଣ୍ଡ ଭାଙ୍ଗି ପକାଇଅଛନ୍ତି। Gade chapit la |
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।
ଦେଖ, ତୁମ୍ଭେମାନେ ଲୁଟିତ ନ ହୋଇ ମଧ୍ୟ ଅନ୍ୟମାନଙ୍କୁ ଲୁଟୁଅଛ। ଅନ୍ୟମାନେ ତୁମ୍ଭମାନଙ୍କ ପ୍ରତି ବିଶ୍ୱାସଘାତକତା ନ କଲେ ମଧ୍ୟ ତୁମ୍ଭେମାନେ ଅନ୍ୟମାନଙ୍କ ପ୍ରତି ବିଶ୍ୱାସଘାତକତା କରୁଅଛ। ତେଣୁ ତୁମ୍ଭେମାନେ ସନ୍ତାପର ପାତ୍ର। କାରଣ ତୁମ୍ଭେମାନେ ଲୁଟିବା ସମାପ୍ତ କଲାପରେ ଅନ୍ୟମାନେ ତୁମ୍ଭକୁ ଲୁଟିବେ। ପୁଣି ତୁମ୍ଭେମାନେ ବିଶ୍ୱାସଘାତକତା ସମାପ୍ତ କଲାପରେ ଅନ୍ୟମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।
ଗୋଟିଏ ବ୍ୟକ୍ତି ପକ୍ଷୀର ବସାରୁ ଅଣ୍ଡା ଅପହରଣ କଲାପରି ମୁଁ ସେମାନଙ୍କର ଧନ ସମ୍ପଦ ନିଜ ହସ୍ତର ଶକ୍ତିବଳରେ ଅପହରଣ କରିଛି। ଅନେକ ସମୟରେ ପକ୍ଷୀ ତା'ର ବସା ଓ ଅଣ୍ଡାକୁ ଛାଡ଼ି ଯାଇଥାଏ ଓ ତା'ର ସୁରକ୍ଷା ପାଇଁ କିଛି ବ୍ୟବସ୍ଥା କରି ନ ଥାଏ। କୌଣସି ପକ୍ଷୀ ଶବ୍ଦ କରିବାକୁ କିମ୍ବା ପକ୍ଷ ଓ ଥଣ୍ଟ ସାହାଯ୍ୟରେ ଲଢ଼ିବାକୁ ସେଠାରେ ନ ଥା’ନ୍ତି। ତେଣୁ ଲୋକେ ଅଣ୍ଡା ନେଇ ଯାଆନ୍ତି। ତେଣୁ ମୁଁ ସେହିପରି ସେମାନଙ୍କର ଧନସମ୍ପଦ ଲୁଣ୍ଠନ କଲାବେଳେ କେହି ମୋତେ ବାଧା ଦେବେ ନାହିଁ।”
ତେଣୁ ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ଯୁବା ଲୋକମାନେ ମନ୍ଦିର ମଧ୍ୟରେ ଥିଲେ ସୁଦ୍ଧା, ବାବିଲର ରାଜା ସେମାନଙ୍କୁ ହତ୍ୟା କଲେ। ସେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ଯୁବା ଓ ବୃଦ୍ଧ ଲୋକମାନଙ୍କୁ ହତ୍ୟା କଲେ। ସେ ପୁରୁଷ ଓ ସ୍ତ୍ରୀଙ୍କୁ ହତ୍ୟା କଲେ। ସେ ରୋଗୀ ଓ ସୁସ୍ଥ ଲୋକଙ୍କୁ ହତ୍ୟା କଲେ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ଉପରେ ନବୂଖଦ୍ନିତ୍ସରଙ୍କୁ ବିଜୟୀ କଲେ।