Biblia Todo Logo
Bib sou entènèt

- Piblisite -




ଯିଶାଇୟ 14:7 - ପବିତ୍ର ବାଇବଲ

7 ମାତ୍ର ବର୍ତ୍ତମାନ ସମଗ୍ର ଦେଶ ବିଶ୍ରାମ ନେବ। ଦେଶରେ ଏପରି ଶାନ୍ତ ଅବସ୍ଥା ଆସିବ, ଯେତେବେଳେ ଲୋକମାନେ ଆନନ୍ଦରେ ଉତ୍ସବ ପାଳନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସମୁଦାୟ ପୃଥିବୀ ଶା; ଓ ସୁସ୍ଥିର ହୋଇଅଛି; ସେମାନେ ଆନନ୍ଦରେ ଗାନ କରୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

7 ସମୁଦାୟ ପୃଥିବୀ ଶାନ୍ତ ଓ ସୁସ୍ଥିର ହୋଇଅଛି; ସେମାନେ ଆନନ୍ଦରେ ଗାନ କରୁଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସମୁଦାୟ ପୃଥିବୀ ଶାନ୍ତ ଓ ସୁସ୍ଥିର ହୋଇଅଛି; ସେମାନେ ଆନନ୍ଦରେ ଗାନ କରୁଅଛନ୍ତି।

Gade chapit la Kopi




ଯିଶାଇୟ 14:7
13 Referans Kwoze  

ହେ ସ୍ୱର୍ଗମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତଗଣ, ଉଚ୍ଚ ସ୍ୱରରେ ଆନନ୍ଦ ଧ୍ୱନି କର; କାରଣ ସଦାପ୍ରଭୁ ନିଜ ଲୋକମାନଙ୍କୁ ସାନ୍ତ୍ୱନା କରିଛନ୍ତି ଓ ନିଜର ପୀଡ଼ିତ ଲୋକମାନଙ୍କୁ କରୁଣା କରିଛନ୍ତି।


ହେ ସ୍ୱର୍ଗ! ହେ ପରମେଶ୍ୱରଙ୍କର ପବିତ୍ର ଲୋକମାନେ, ଭବିଷ୍ୟ‌‌ଦ୍‌‌‌‌ବକ୍ତାଗଣ ଏବଂ ପ୍ରେରିତଗଣ! ମହାନଗରୀର ଧ୍ୱଂସରେ ଆନନ୍ଦ ଉଲ୍ଲାସ କର। ସେ ତୁମ୍ଭକୁ ଯେଉଁ କଷ୍ଟ ଦେଇଛି, ସେଥିପାଇଁ ପରମେଶ୍ୱର ତାହାକୁ ଦଣ୍ଡ ଦେଇଛନ୍ତି।’”


ସେ ସମୟରେ ସ୍ୱର୍ଗ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବାବିଲ ବିଷୟରେ ଆନନ୍ଦରେ ଚିତ୍କାର କରିବେ। କାରଣ ସଦାପ୍ରଭୁ କହନ୍ତି ଯେ, ଉତ୍ତର ଦିଗରୁ ବିନାଶକଗଣ ଆସିବେ।”


ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ। ମାତ୍ର ଦୁଷ୍ଟର ବିନାଶ ହେଲେ ଜୟଧ୍ୱନି ହୁଏ।


ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ସଙ୍ଗୀତ ଗାନ କର। କାରଣ ସେ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି! ତାଙ୍କର ପବିତ୍ର ଦକ୍ଷିଣ ହସ୍ତ ତାଙ୍କୁ ଆଉଥରେ ଗୌରବ ଆଣିଛି।


ହେ ସର୍ବଗୋଷ୍ଠୀୟମାନେ ଆନନ୍ଦରେ କରତାଳି ଦିଅ। ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।


ତା'ପରେ ସେହି ଅଶ୍ୱଗୁଡ଼ିକ ମେହେନ୍ଦି ବୁଦା ମଧ୍ୟରେ ଛିଡ଼ା ହୋଇଥିବା ସଦାପ୍ରଭୁଙ୍କ ସ୍ୱର୍ଗଦୂତକୁ କହିଲେ, “ଦେଖ ଆମ୍ଭେମାନେ ସାରା ପୃଥିବୀରେ ଭ୍ରମଣ କରିଛୁ ଏବଂ ସମଗ୍ର ପୃଥିବୀ ସୁସ୍ଥିର ଓ ଶାନ୍ତ ଅଛି।”


ମୁଁ ଦେଖିଅଛି ଏକ ଭୟଙ୍କର ଦୁଃଖଦାୟକ ଘଟଣା ଘଟିବ। ବିଶ୍ୱାସ ଘାତକ ତୁମ୍ଭମାନଙ୍କ ପ୍ରତି ବିଶ୍ୱାସଘାତକତା କରୁଅଛି ଓ ଲୁଣ୍ଠନକାରୀ ଲୁଣ୍ଠନ କରୁଅଛି। ହେ ଏଲମ୍! ଯାଅ ଯୁଦ୍ଧ କର। ହେ ମାଦିୟେ, ତୁମ୍ଭ ସୈନ୍ୟବାହିନୀ ଦ୍ୱାରା ନଗରକୁ ଅବରୋଧ କର ଓ ପରାସ୍ତ କର। ମୁଁ ସେହି ନଗରରୁ ଦୁଃଖ ଓ ହାହାକାର ଦୂର କରିଅଛି।


ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ମୁଁ ତୁମ୍ଭମାନଙ୍କୁ ବିନାଶ କରିବି ଓ ଏହା ସମଗ୍ର ପୃଥିବୀର ଆନନ୍ଦର ଦିନ ହେବ।


Swiv nou:

Piblisite


Piblisite