ଯିଶାଇୟ 17:7 - ପବିତ୍ର ବାଇବଲ7 ସେଦିନ ଲୋକମାନେ ସେମାନଙ୍କର ସୃଷ୍ଟିକର୍ତ୍ତାଙ୍କୁ ଅନାଇବେ। ସେମାନଙ୍କର ଦୃଷ୍ଟି ପବିତ୍ର ଧର୍ମସ୍ୱରୂପଙ୍କ ପ୍ରତି ପଡ଼ିବ। Gade chapit laପବିତ୍ର ବାଇବଲ (Re-edited) - (BSI)7 ସେଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ଵରୂପଙ୍କ ପ୍ରତି ଦୃଷ୍ଟି ରଖିବ। Gade chapit laଓଡିଆ ବାଇବେଲ7 ସେହି ଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ଦୃଷ୍ଟି ରଖିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେହି ଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ଦୃଷ୍ଟି ରଖିବ। Gade chapit la |
ନିସ୍ତାରପର୍ବର ଉତ୍ସବ ଶେଷ ହେଲା। ନିସ୍ତାରପର୍ବ ନିମନ୍ତେ ଯିରୁଶାଲମରେ ଥିବା ଇସ୍ରାଏଲର ଲୋକମାନେ ଯିହୁଦାର ସହରଗୁଡ଼କୁ ଫେରିଗଲେ। ଏହା ପରେ ସେମାନେ ସେହି ସହରଗୁଡ଼ିକରେ ଥିବା ପଥରର ମୂର୍ତ୍ତିକୁ ଭାଙ୍ଗି ଧୂଳିସାତ୍ କଲେ। ସେହି ପଥର ମୂର୍ତ୍ତିଗୁଡ଼ିକ ଭଣ୍ଡ ଦେବତାମାନଙ୍କର ପୂଜା କରିବା ନିମନ୍ତେ ବ୍ୟବହୃତ ହେଉଥିଲା। ସେହି ଲୋକମାନେ ଆଶେରା ସ୍ତମ୍ଭଗୁଡ଼ିକୁ ମଧ୍ୟ କାଟି ପକାଇଲେ। ଆଉ ସେମାନେ ଯିହୁଦା ଓ ବିନ୍ୟାମୀନରେ ଥିବା ଉଚ୍ଚ ସ୍ଥାନ ଓ ଯଜ୍ଞବେଦିଗୁଡ଼ିକୁ ନଷ୍ଟ କରିଦେଲେ। ଲୋକମାନେ ଇଫ୍ରୟିମ୍ ଓ ମନଃଶିର ସମସ୍ତ ଅଞ୍ଚଳରେ ମଧ୍ୟ ସେହି ପ୍ରକାର କଲେ। ଭଣ୍ଡ ଦେବତାର ପୂଜା ଉଦ୍ଦେଶ୍ୟରେ ବ୍ୟବହୃତ ସମସ୍ତ ବସ୍ତୁକୁ ବିନଷ୍ଟ ନ କରିବା ପର୍ଯ୍ୟନ୍ତ ଲୋକମାନେ ଏହିପରି କାର୍ଯ୍ୟ କଲେ। ଏହା ପରେ ସମସ୍ତ ଇସ୍ରାଏଲୀୟମାନେ ସେମାନଙ୍କର ନିଜ ସହର ଓ ଗୃହକୁ ଫେରିଗଲେ।
ସଦାପ୍ରଭୁ ଏହା କୁହନ୍ତି: “ଯେତେବେଳେ ଗୋଟିଏ ସିଂହ ମେଣ୍ଢା ଛୁଆକୁ ଆକ୍ରମଣ କରେ ଏବଂ ତା'ପରେ ଯଦି ମେଷପାଳକ ମେଣ୍ଢା ଛୁଆକୁ ରକ୍ଷା କରିବାକୁ ଯାଏ, ସେ କେବଳ ସିଂହ ମୁହଁରୁ ଦୁଇଟି ଗୋଡ଼ କି କାନର କିଛି ଅଂଶ ପାଇବାକୁ ସକ୍ଷମ ହୋଇପାରେ। ସେହିପରି, ଆମ୍ଭେ ଇସ୍ରାଏଲୀୟମାନଙ୍କୁ ରକ୍ଷା କରିବା, ଯେଉଁମାନେ ଶମରିୟାରେ ବସବାସ କରନ୍ତି ଏବଂ ସେମାନଙ୍କର ବିଛଣାର ଏକ କୋଣରେ କି ପଲଙ୍କର ସୋଫାରେ ବସିବାକୁ ଭଲପାନ୍ତି”