Biblia Todo Logo
Bib sou entènèt

- Piblisite -




ଯିଶାଇୟ 19:20 - ପବିତ୍ର ବାଇବଲ

20 ସଦାପ୍ରଭୁ ସର୍ବଶକ୍ତିମୟ ମହାନ ବସ୍ତୁର ସୃଷ୍ଟିକର୍ତ୍ତା ବୋଲି ଏହା ତା'ର ସଙ୍କେତ ହେବ। ଯେକୌଣସି ସମୟରେ ଲୋକମାନେ ସଦାପ୍ରଭୁଙ୍କୁ ସାହାଯ୍ୟ ଭିକ୍ଷା କରିବେ, ସଦାପ୍ରଭୁ ସାହାଯ୍ୟ ପଠାଇବେ। ଲୋକମାନଙ୍କ ପ୍ରତିରକ୍ଷା ପାଇଁ ସଦାପ୍ରଭୁ ଜଣେ ବ୍ୟକ୍ତିକୁ ପ୍ରେରଣ କରିବେ। ସେହି ବ୍ୟକ୍ତିଟି ଦୁଷ୍କର୍ମ କରୁଥିବା ଲୋକମାନଙ୍କଠାରୁ ଅନ୍ୟମାନଙ୍କୁ ରକ୍ଷା କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପୁଣି, ତାହା ମିସର ଦେଶରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଚିହ୍ନ ଓ ସାକ୍ଷୀ ସ୍ଵରୂପ ହେବ; କାରଣ ସେମାନେ ଉପଦ୍ରବୀଗଣର ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରିବେ, ତହିଁରେ ସେ ଜଣେ ତ୍ରାଣକର୍ତ୍ତା ଓ ରକ୍ଷକ ପଠାଇବେ ଓ ସେ ସେମାନଙ୍କୁ ଉଦ୍ଧାର କରିବେ।

Gade chapit la Kopi

ଓଡିଆ ବାଇବେଲ

20 ପୁଣି, ତାହା ମିସର ଦେଶରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଚିହ୍ନ ଓ ସାକ୍ଷୀ ସ୍ୱରୂପ ହେବ; କାରଣ ସେମାନେ ଉପଦ୍ରବୀଗଣର ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରିବେ, ତହିଁରେ ସେ ଜଣେ ତ୍ରାଣକର୍ତ୍ତା ଓ ରକ୍ଷକ ପଠାଇବେ ଓ ସେ ସେମାନଙ୍କୁ ଉଦ୍ଧାର କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ତାହା ମିସର ଦେଶରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଚିହ୍ନ ଓ ସାକ୍ଷୀ ସ୍ୱରୂପ ହେବ; କାରଣ ସେମାନେ ଉପଦ୍ରବୀଗଣର ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରିବେ, ତହିଁରେ ସେ ଜଣେ ତ୍ରାଣକର୍ତ୍ତା ଓ ରକ୍ଷକ ପଠାଇବେ ଓ ସେ ସେମାନଙ୍କୁ ଉଦ୍ଧାର କରିବେ।

Gade chapit la Kopi




ଯିଶାଇୟ 19:20
23 Referans Kwoze  

ଆମ୍ଭର ମହାନ୍ ପରମେଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଆସିବା ବାଟକୁ ଗ୍ଭହିଁ ରହିଥିଲାବେଳେ ଆମ୍ଭେ ଏହିଭଳି ରହିବା ଦରକାର। ସେ ଆମ୍ଭମାନଙ୍କର ମହାନ୍ ଭରସା ଓ ସେ ଗୌରବରେ ଆସିବେ।


ପରମେଶ୍ୱର କହନ୍ତି, “ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡାକ, ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।”


କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କର ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଜନ୍ମ ଗ୍ରହଣ କରିଛନ୍ତି।


ଲୋକେ ତୁମ୍ଭ କ୍ଷେତମାନଙ୍କରେ କାମ କଲେ, କିନ୍ତୁ ତୁମ୍ଭେ ତାହାଙ୍କୁ ସେମାନଙ୍କର ମଜୁରୀ ଦେଲ ନାହିଁ। ସେମାନେ ତୁମ୍ଭ ବିରୁଦ୍ଧରେ କ୍ରନ୍ଦନ କରୁଛନ୍ତି। ସେମାନେ ତୁମ୍ଭ ପାଇଁ ଶସ୍ୟ ଆମଦାନୀ କଲେ। ଏବେ ସ୍ୱର୍ଗୀୟ ସେନାବାହିନୀର ପ୍ରଭୁ ସେମାନଙ୍କ ଚିତ୍କାର ଶୁଣିଛନ୍ତି।


କଣ୍ଟକ ବୃକ୍ଷ ପରିବର୍ତ୍ତେ ଦେବଦାରୁ ବୃକ୍ଷ ଜନ୍ମିବ। ପୁନଶ୍ଚ ତାହା ସଦାପ୍ରଭୁଙ୍କର ମହିମା ସ୍ୱରୂପ ହେବ ଓ କେବେ ଧ୍ୱଂସ ହେବ ନାହିଁ।”


ସଦାପ୍ରଭୁ କୁହନ୍ତି, “ବର୍ତ୍ତମାନ ଦେଖ, କ’ଣ ସବୁ ଘଟୁଅଛି। ବିନା କାରଣରେ ମୋର ଲୋକମାନଙ୍କୁ ନିଆ ଯାଉଅଛି। ସେମାନଙ୍କ ଉପରେ ସେହି ଶାସକଗଣ ଗର୍ଜନ କରୁଛନ୍ତି ଓ ଆମ୍ଭର ନାମକୁ ଦିନସାରା ନିରନ୍ତର ନିନ୍ଦା କରୁଛନ୍ତି।”


ଏହା ପରେ ସେହି ରାତ୍ରିରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ 185,000 ଲୋକଙ୍କୁ ସଂହାର କଲେ। ଯେତେବେଳେ ପ୍ରଭାତରେ ଲୋକମାନେ ଉଠିଲେ, ସେମାନଙ୍କ ଚତୁର୍ଦ୍ଦିଗରେ କେବଳ ଶବମାନ ଦେଖିଲେ।


ଅଶୂର ରାଜା ମିଶର ଓ କୂଶରୁ ପରାସ୍ତ କରିବ। ମିଶରୀୟମାନେ ଲଜ୍ଜିତ ହେବେ। କାରଣ ମିଶରୀୟ ଆବାଳବୃଦ୍ଧ ବନ୍ଦୀଙ୍କୁ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର ଓ ଶୂନ୍ୟପାଦ କରି ସେମାନେ ତାଙ୍କ ଦେଶରୁ ନେଇଯିବେ।


ମୋର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, “ମୁଁ ମିଶରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବି ଓ ଏକ ଦୂରନ୍ତ ରାଜା ସେମାନଙ୍କୁ ଶାସନ କରିବେ।”


ରୁବେନ୍ ବଂଶଧର ଓ ଗାଦ୍ ବଂଶଧର ସେହି ବେଦିର ନାମ ଦେଲେ, ସାକ୍ଷୀ ଏହାର ଅର୍ଥ “ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଆମ୍ଭମାନଙ୍କ ମଧରେ ଏହାର ଏହି ହେଉଛି ସାକ୍ଷୀ।”


ଏହା ପରେ ସଦାପ୍ରଭୁ କହିଲେ, “ଆମ୍ଭେ ମିଶରରେ ଆପଣା ଲୋକମାନଙ୍କର ଅସୁବିଧା ସବୁ ଦେଖିଅଛୁ ଏବଂ ମିଶରୀୟବାସୀ ସେମାନଙ୍କୁ ଯନ୍ତ୍ରଣା ଦେବା ସମୟରେ ଆମ୍ଭେ ସେମାନଙ୍କର କ୍ରନ୍ଦନ ଶୁଣିଅଛୁ। ଆମ୍ଭେ ସେମାନଙ୍କର ଯନ୍ତ୍ରଣା ସବୁ ଜାଣିଛୁ।


ଦୀର୍ଘଦିନ ପରେ ସେହି ମିଶରର ରାଜା ମୃତ୍ୟୁବରଣ କଲେ କିନ୍ତୁ ଇସ୍ରାଏଲୀୟମାନଙ୍କୁ ପୂର୍ବପରି କଠିନ ପରିଶ୍ରମ କରିବାକୁ ପଡ଼ିଲା। ସେମାନେ ଅନୁନୟ କଲେ ଏବଂ ପରମେଶ୍ୱର ସେମାନଙ୍କର ଡାକ ଶୁଣିଲେ।


କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଇସ୍ରାଏଲ ଧର୍ମସ୍ୱରୂପ ତୁମ୍ଭର ତ୍ରାଣକର୍ତ୍ତା। ଆମ୍ଭେ ତୁମ୍ଭର ମୁକ୍ତିର ମୂଲ୍ୟ ସ୍ୱରୂପରେ ମିଶର ଓ ତୁମ୍ଭକୁ ପାଇବା ପାଇଁ କୂଶ୍ ଓ ଶିବାଦେଶ ଦେଇଅଛୁ।


ଆମ୍ଭେ ହିଁ ସଦାପ୍ରଭୁ ଓ ଆମ୍ଭ ବ୍ୟତୀତ ତ୍ରାଣକର୍ତ୍ତା କେହି ନାହାନ୍ତି।


ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଆତ୍ମା ଗୋପନକାରୀ ପରମେଶ୍ୱର ଅଟ।,


ତୁମ୍ଭେ ଯାହା ଗ୍ଭହିଁବ, ଅନ୍ୟ ଦେଶ ତୁମ୍ଭକୁ ତାହା ଦେବ। ଏହା ଏକ ଶିଶୁ ପରି ହେବ ଯେ କି ଆପଣା ମା’ର କ୍ଷୀର ପାନ କରୁଛି। ତୁମ୍ଭେ ରାଜାମାନଙ୍କର ଐଶ୍ୱର୍ଯ୍ୟ ପାନ କରିବ। ତାହାହେଲେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା, ତୁମ୍ଭର ମୁକ୍ତିଦାତା ଓ ଯାକୁବର ବଳଦାତା ଅଟୁ ତାହା ତୁମ୍ଭେ ଜାଣିବ।


ସଦାପ୍ରଭୁ କହିଲେ, “ନିଶ୍ଚୟ ସେମାନେ ଆମ୍ଭର ଲୋକ, ଯେଉଁମାନେ ଅସତ୍ୟ ବ୍ୟବହାର କରିବେ ନାହିଁ, ସେମାନେ ଆମ୍ଭର ସନ୍ତାନ।” ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ।


Swiv nou:

Piblisite


Piblisite