ଯିଶାଇୟ 19:23 - ପବିତ୍ର ବାଇବଲ23 ସେହି ସମୟରେ ମିଶରରୁ ଅଶୂର ପର୍ଯ୍ୟନ୍ତ ଏକ ରାଜପଥ ନିର୍ମିତ ହେବ। ତା'ପରେ ଅଶୂରର ଲୋକମାନେ ମିଶରକୁ ଆସିବେ ଓ ମିଶରର ଲୋକମାନେ ଅଶୂରକୁ ଯିବେ। ମିଶରର ଲୋକମାନେ ଅଶୂରର ଲୋକମାନଙ୍କ ସହିତ ପୂଜା କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ସେଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ। Gade chapit laଓଡିଆ ବାଇବେଲ23 ସେହି ଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେହି ଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟାତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ। Gade chapit la |
ପରମେଶ୍ୱର ତାଙ୍କର ଲୋକମାନଙ୍କର ଏକ ତାଲିକା ରଖିଛନ୍ତି। “ସେ ଜାଣନ୍ତି ତାଙ୍କର ପ୍ରତ୍ୟେକ ଲୋକ କେଉଁଠାରେ ଜନ୍ମ ହୋଇଥିଲେ।” ସେହିମାନଙ୍କ ମଧ୍ୟରୁ ଯେଉଁମାନେ ତାଙ୍କର ସେବା କରନ୍ତି, ସେମାନେ ମିଶର ଓ ବାବିଲରେ ବାସ କରନ୍ତି। “ସେମାନଙ୍କ ମଧ୍ୟରୁ କେତେକ ପଲେଷ୍ଟୀୟରେ, ସୋରରେ ଓ ଇଥିଓପିଆରେ ବାସ କରନ୍ତି।” ଆଉ ସିୟୋନ ସେମାନଙ୍କର ସମସ୍ତ ନାମକୁ ଜାଣନ୍ତି ପ୍ରତ୍ୟେକ ସେଠାରେ ଜନ୍ମ ହୋଇଥିଲେ। ସେଲା
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ, ତାକୁ ଇସ୍ରାଏଲର ମୁକ୍ତିଦାତା ଓ ତା'ର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ୱସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, “ତାଙ୍କ ସକାଶେ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
ବହୁ ଲୋକ ସେଠାକୁ ଯିବେ। ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା। ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା। ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ। ଆମ୍ଭେମାନେ ତାହା ଅନୁସରଣ କରିବା।” ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।