ଯିଶାଇୟ 19:25 - ପବିତ୍ର ବାଇବଲ25 ସଦାପ୍ରଭୁ ସର୍ବଶକ୍ତିମାନ ଏ ଦେଶଗୁଡ଼ିକୁ ଆଶୀର୍ବାଦ କରିବେ। ସେ କହିବେ, “ହେ ମିଶରୀୟମାନେ, ତୁମ୍ଭେମାନେ ମୋର ଲୋକ। ଅଶୂର ମୁଁ ତୁମ୍ଭକୁ ତିଆରି କରିଛି। ତୁମ୍ଭେମାନେ ସମସ୍ତେ ଆଶୀର୍ବାଦର ପାତ୍ର।” Gade chapit laପବିତ୍ର ବାଇବଲ (Re-edited) - (BSI)25 କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, ଆମ୍ଭର ଲୋକ ମିସର ଓ ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ। Gade chapit laଓଡିଆ ବାଇବେଲ25 କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, “ଆମ୍ଭର ଲୋକ ମିସର, ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, ଆମ୍ଭର ଲୋକ ମିସର, ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ। Gade chapit la |
ସଦାପ୍ରଭୁ କୁହନ୍ତି, “ମିଶରର ସମ୍ପଦ, କୂଶର ବାଣିଜ୍ୟର ଲାଭ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ। ସେମାନେ ତୁମ୍ଭର ଅନୁସରଣ କରିବେ। ସେମାନେ ହସ୍ତରେ ଶୃଙ୍ଖଳାବଦ୍ଧ ହୋଇ ଆସିବେ, ପୁଣି ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ପ୍ରକୃତରେ ଇସ୍ରାଏଲର ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି, ତାଙ୍କ ବିନା ଆଉ କେହି ପରମେଶ୍ୱର ନାହାନ୍ତି ଓ ତାଙ୍କ ବ୍ୟତୀତ ଆଉ କେହି ମଧ୍ୟ ନାହାନ୍ତି।’”