Biblia Todo Logo
Bib sou entènèt

- Piblisite -




ଯିଶାଇୟ 2:7 - ପବିତ୍ର ବାଇବଲ

7 ତୁମ୍ଭମାନଙ୍କର ଦେଶ ସୁନା ଓ ରୂପାରେ ପରିପୂର୍ଣ୍ଣ। ସେଠାରେ ଧନରତ୍ନର ସୀମା ନାହିଁ। ତୁମ୍ଭମାନଙ୍କର ଦେଶ ମଧ୍ୟ ଅଶ୍ୱରେ ପରିପୂର୍ଣ୍ଣ ଓ ସେଠାରେ ରଥର ସୀମା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ; ଆହୁରି, ସେମାନଙ୍କ ଦେଶ ଅଶ୍ଵରେ ପରିପୂର୍ଣ୍ଣ ଓ ସେମାନଙ୍କ ରଥର ସୀମା ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ; ଆହୁରି, ସେମାନଙ୍କ ଦେଶ ଅଶ୍ୱରେ ପରିପୂର୍ଣ୍ଣ ଓ ସେମାନଙ୍କ ରଥର ସୀମା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ; ଆହୁରି, ସେମାନଙ୍କ ଦେଶ ଅଶ୍ୱରେ ପରିପୂର୍ଣ୍ଣ ଓ ସେମାନଙ୍କ ରଥର ସୀମା ନାହିଁ।

Gade chapit la Kopi




ଯିଶାଇୟ 2:7
15 Referans Kwoze  

ମିଶରକୁ ସାହାଯ୍ୟ ପାଇଁ ଯାଉଥିବା ଲୋକମାନଙ୍କୁ ଦେଖ। ସେମାନେ ଅଶ୍ୱମାନଙ୍କ ଉପରେ ନିର୍ଭର କରନ୍ତି। ସେମାନେ ଆଶା କରନ୍ତି ଅଶ୍ୱଗଣ ସେମାନଙ୍କୁ ରକ୍ଷା କରିବେ। ଆଉ ମଧ୍ୟ ସେମାନେ ଭାବନ୍ତି ଅତ୍ୟଧିକ ରଥ ଓ ବହୁ ବଳବାନ ଅଶ୍ୱାରୋହୀ ସୈନ୍ୟ ଥିବାରୁ ସେମାନେ ସୁରକ୍ଷିତ। ସେମାନେ ଇସ୍ରାଏଲର ପବିତ୍ରତା ପ୍ରତି ବିଶ୍ୱାସ ରଖନ୍ତି ନାହିଁ କିମ୍ବା ସଦାପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି ନାହିଁ। ତେଣୁ ସେମାନେ ସନ୍ତାପର ପାତ୍ର।


ତୁମ୍ଭେମାନେ କୁହ, “ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ।” ମାତ୍ର ଶତ୍ରୁମାନେ ତୁମ୍ଭ ପଶ୍ଚା‌‌‌ତ୍‌‌‌ଧାବନ କରିବେ। ତୁମ୍ଭେମାନେ ଦ୍ରୁତଗାମୀ ବାହନରେ ଗଲେ ମଧ୍ୟ ଅନୁଧାବନକାରୀ ଆହୁରି ଦ୍ରୁତଗାମୀ ହେବେ।


କେତେକ ଲୋକ ସେମାନଙ୍କ ରଥ ଉପରେ ବିଶ୍ୱାସ ରଖନ୍ତି। ଅନ୍ୟ ଲୋକମାନେ ସେମାନଙ୍କ ସୈନିକଙ୍କ ଉପରେ ରଖନ୍ତି କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ନାମକୁ ଉଚ୍ଚସ୍ୱରରେ ଡାକୁ।


ସଦାପ୍ରଭୁ କୁହନ୍ତି, “ସେତେବେଳେ ଆମ୍ଭେ ତୁମ୍ଭର ଘୋଡ଼ାଗୁଡ଼ିକୁ ନେଇଯିବା ଏବଂ ତୁମ୍ଭର ରଥଗୁଡ଼ିକୁ ଧ୍ୱଂସ କରିବା।


ପୃଥିବୀର ସବୁ ଲୋକମାନେ ତା'ର ବ୍ୟଭିଗ୍ଭର ପାପର ଓ ପରମେଶ୍ୱରଙ୍କର କ୍ରୋଧର ସୁରାପାନ କରିଛନ୍ତି। ପୃଥିବୀର ରାଜାମାନେ ତା'ସହିତ ବ୍ୟଭିଗ୍ଭର ପାପ କାର୍ଯ୍ୟ କରିଛନ୍ତି। ସଂସାରର ବ୍ୟବସାୟୀମାନେ ତାହାର ଧନରେ ଧନବାନ୍ ହୋଇଛନ୍ତି।”


ଅଶୂର ଆମ୍ଭକୁ ରକ୍ଷା କରିବ ନାହିଁ। ଆମ୍ଭେମାନେ ଯୁଦ୍ଧ ଅଶ୍ୱରେ ଆରୋହଣ କରିବୁ ନାହିଁ। ଆମ୍ଭର ହସ୍ତ ନିର୍ମିତ ମୂର୍ତ୍ତିଗୁଡ଼ିକୁ ‘ଆମ୍ଭର ପରମେଶ୍ୱର’ ବୋଲି ଆମ୍ଭେ ପୁଣି କହିବୁ ନାହିଁ। କାରଣ ତୁମ୍ଭେ ହେଉଛ ସେହି ପରମେଶ୍ୱର ଯିଏ କି ଅନାଥକୁ ଦୟା ଦେଖାଅ ଏବଂ ଆମ୍ଭମାନଙ୍କୁ ଦୟା କରିବ।”


ଶଲୋମନଙ୍କର ରଥଗୁଡ଼ିକ ନିମନ୍ତେ 4,000 ଅଶ୍ୱଶାଳା ଓ 12,000 ଅଶ୍ୱାରୋହୀ ଥିଲେ।


ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କୃଦ୍ଧ ହୋଇ ତାହାକୁ ଆଘାତ କଲୁଁ, ଆମ୍ଭେ ନିଜର ମୁଖ ଲୁଗ୍ଭଇ କ୍ରୁଦ୍ଧ ହେଲୁ; ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଗ୍ଭଲିଲା।


ମୋତେ ଯଦି ସେହି ଶାସକମାନଙ୍କ ସହିତ କବର ଦିଆଯାଇଥା’ନ୍ତା, ଯେଉଁମାନେ ସେମାନଙ୍କର ଘରଗୁଡ଼ିକ ସୁନା ଓ ରୂପାରେ ଭରିଥିଲେ।


Swiv nou:

Piblisite


Piblisite