Biblia Todo Logo
Bib sou entènèt

- Piblisite -




ଯିଶାଇୟ 22:13 - ପବିତ୍ର ବାଇବଲ

13 ମାତ୍ର ଦେଖ! ଲୋକମାନେ ଆମୋଦପ୍ରମୋଦ କରୁଛନ୍ତି। ସେମାନେ କହୁଛନ୍ତି: “ଗୋବଧ ଓ ମେଷମାନଙ୍କୁ କର୍ତ୍ତନ କର। ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ କର। ଆସ ଆମ୍ଭେମାନେ ଭୋଜନ ଓ ପାନ କରିବା କାରଣ କାଲି ଆମ୍ଭେମାନେ ମରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ମାତ୍ର ଦେଖ, ଆମୋଦପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; ଆସ, ଆମ୍ଭେମାନେ ଭୋଜନ ପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।

Gade chapit la Kopi

ଓଡିଆ ବାଇବେଲ

13 ମାତ୍ର ଦେଖ, ଆମୋଦ ପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; ଆସ, ଆମ୍ଭେମାନେ ଭୋଜନ ପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମାତ୍ର ଦେଖ, ଆମୋଦ ପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”

Gade chapit la Kopi




ଯିଶାଇୟ 22:13
16 Referans Kwoze  

ପ୍ରତ୍ୟେକ କୁହନ୍ତି, “ଆସ, ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ସୁରାପାନରେ ମତ୍ତ ହେବା; ପୁନଶ୍ଚ ଆଜି ଯେପରି ହେବ କାଲି ମଧ୍ୟ ସେହିପରି ହେବ ଏବଂ ତାହା ଅପରିମିତ ମହାଦିନ ହେବ।”


ଯଦି ମୁଁ ଏଫିସଠାରେ ମୋର ଗର୍ବ ରକ୍ଷାର୍ଥେ ବନ୍ୟପଶୁମାନଙ୍କ ସହ ଯୁଦ୍ଧ କରିଛି, ତା'ହେଲେ ମୁଁ କ’ଣ ବା ପାଇଲି? ଯଦି ମୃତ ଲୋକ ମୃତ୍ୟୁରୁ ଉ‌ତ୍‌‌ଥିତ ହେବ ନାହିଁ, ତା'ହେଲେ “ଆସ ଖାଇବା, ପିଇବା, ମଉଜ କରିବା କାରଣ କାଲି ମରିବାକୁ ହେବ।”


ପୃଥିବୀରେ ତୁମ୍ଭ ଜୀବନ ବିଳାସମ୍ପୂର୍ଣ୍ଣ ଥିଲା। ତୁମ୍ଭେ ଯାହା ଇଚ୍ଛା କରିଥିଲ, ତାହା ପୂରଣ କରି ନିଜକୁ ଆନନ୍ଦିତ କଲ। ତୁମ୍ଭେ ବଳି ଦିବସ ପାଇଁ ପ୍ରସ୍ତୁତ ଥିବା ଏକ ପଶୁପରି ନିଜକୁ ମୋଟା କଲ।


ସେମାନେ ଦ୍ରାକ୍ଷାରସ ପାନ କରିବାରେ ପ୍ରସିଦ୍ଧ ଓ ମଦ୍ୟ ମିଶ୍ରିତ କରିବାରେ ଦକ୍ଷ।


ତୁମ୍ଭେମାନେ ଭୋଜିର ଦ୍ରାକ୍ଷାରସ, ବୀଣା, ତବଲା ବଂଶୀ ଏବଂ ଅନ୍ୟାନ୍ୟ ବାଦ୍ୟଯନ୍ତ୍ର ରଖିଥାଅ। ମାତ୍ର ସଦାପ୍ରଭୁଙ୍କର କାର୍ଯ୍ୟ ଲକ୍ଷ୍ୟ କର ନାହିଁ। ସଦାପ୍ରଭୁଙ୍କର ହସ୍ତ ବହୁ ଜିନିଷ ତିଆରି କରିଛି ମାତ୍ର ତୁମ୍ଭେମାନେ ତାହା ଲକ୍ଷ୍ୟ କର ନାହିଁ। ତେଣୁ ଏହା ତୁମ୍ଭମାନଙ୍କ ପାଇଁ ସନ୍ତାପର କାରଣ ହେବ।


ତୁମ୍ଭେମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠ, ବିଳମ୍ବ ରାତ୍ରି ପର୍ଯ୍ୟନ୍ତ ଉଜାଗର ରହି ସୁରାରେ ଉନ୍ମତ୍ତ ହୁଅ।


ମନ୍ଦାଗ୍ଭରୀମାନଙ୍କ ପ୍ରତି ଦୟା ପ୍ରଦର୍ଶନ କଲେ ମଧ୍ୟ ସେମାନେ ଧର୍ମ ଶିଖିବେ ନାହିଁ। ଧର୍ମ ଓ ନ୍ୟାୟପୂର୍ଣ୍ଣ ଦେଶରେ ମଧ୍ୟ ସେମାନେ ଅନ୍ୟାୟ କରିବେ। ଏପରିକି ସେମାନେ ସଦାପ୍ରଭୁଙ୍କ ମହିମାକୁ ଅନାଇବେ ନାହିଁ।


ପରମେଶ୍ୱର କୁହନ୍ତି, “ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର। ବର୍ଷକୁ ବର୍ଷ ଯୋଗ କର। ପର୍ବଗୁଡ଼ିକ ପାଳି ଅନୁକ୍ରମେ ଆସୁ।


ହେ ସୁଖଭୋଗିନୀ! ଏବେ ଏହା ଶୁଣ, ତୁମ୍ଭେମାନେ ନିରାପଦରେ ବାସ କରି ନିଜେ ନିଜେ କହୁଅଛ, ‘ଆମ୍ଭେ ମହାନ, ଆମ୍ଭ ଛଡ଼ା ଆଉ କେହି ନାହିଁ। ଆମ୍ଭେ ବିଧବାପରି ବସିବା ନାହିଁ କିମ୍ବା ଆମ୍ଭେ ସନ୍ତାନ ବିଚ୍ଛେଦ ଜାଣିବା ନାହିଁ।’


ସେମାନେ କୁହନ୍ତି, “ଆମ୍ଭେ ତୁମ୍ଭକୁ ଭକ୍ତି କରିବା ପାଇଁ ଉପବାସ କରିଅଛୁ, ମାତ୍ର ତୁମ୍ଭେ କାହିଁକି ଦୃଷ୍ଟି କରୁ ନାହଁ? ଆମ୍ଭେମାନେ କାହିଁକି ଆପଣା ପ୍ରାଣକୁ କ୍ଳେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ?” ମାତ୍ର ସଦାପ୍ରଭୁ କୁହନ୍ତି, “ଦେଖ, ତୁମ୍ଭେମାନେ ନିଜର ସୁଖପାଇଁ ଉପବାସ ଦିନ ଉପବାସ କରିଅଛ ଓ ବଳପୂର୍ବକ ନିଜର ଦାସମାନଙ୍କୁ କଷ୍ଟ ଦେଇଅଛ।


ପରମେଶ୍ୱର କହନ୍ତି, “ତୁମ୍ଭର ଭଉଣୀ ସଦୋମ ଓ ତାହାର ଭଉଣୀମାନେ ସେମାନଙ୍କର ଅହଂକାର ପାଇଁ ଦୋଷୀ ହେଲେ। ଯଦିଓ ସେମାନଙ୍କର ଯଥେଷ୍ଟ ଖାଦ୍ୟ ଓ ସୌଭାଗ୍ୟ ଜନିତ ଶାନ୍ତି ଥିଲେ ମଧ୍ୟ ସେମାନେ ଗରିବ ଓ ଅସହାୟ ଲୋକଙ୍କୁ ସାହାଯ୍ୟ କରୁ ନ ଥିଲେ।


ହେ ଇସ୍ରାଏଲ, କୌଣସି ଉତ୍ସବ ପାଳନ କର ନାହିଁ। ଅନ୍ୟ ଦେଶପରି ଖୁସୀ ହୁଅ ନାହିଁ। ତୁମ୍ଭେ ଜଣେ ଗଣିକା ପରି ବ୍ୟବହାର କଲ ଓ ପରମେଶ୍ୱରଙ୍କୁ ଭୁଲିଗଲ। ତୁମ୍ଭେମାନେ ପ୍ରତି ଶସ୍ୟଖଳାରେ ଯୌନ ଅପରାଧମୂଳକ ପାପ କଲ।


Swiv nou:

Piblisite


Piblisite