ଯିଶାଇୟ 23:11 - ପବିତ୍ର ବାଇବଲ11 ସଦାପ୍ରଭୁ ସମୁଦ୍ର ଉପରେ ତାଙ୍କର ହସ୍ତ ବିସ୍ତାର କରିଛନ୍ତି। ସେ ସୋର ବିପକ୍ଷରେ ଯୁଦ୍ଧ ପାଇଁ ଦେଶଗୁଡ଼ିକୁ ଏକତ୍ର କରିଛନ୍ତି। ସେ କିଣାନର ଦୃଢ଼ ଦୁର୍ଗଗୁଡ଼ିକ ଧ୍ୱଂସ କରିବାକୁ ଆଜ୍ଞା ଦେଇଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି। Gade chapit laଓଡିଆ ବାଇବେଲ11 ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି। Gade chapit la |
ହେ ଅଶୂରର ରାଜା, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି ଆଦେଶ ଦେଲେ। “ତୁମ୍ଭର ନାମ ରଖିବା ପାଇଁ ତୁମ୍ଭମାନଙ୍କର କେହି ବଂଶଧର ରହିବେ ନାହିଁ। ତୁମ୍ଭମାନଙ୍କ କାରୁକାର୍ଯ୍ୟ ପିତୁଳାଗୁଡ଼ିକ ଓ ଧାତୁର ମୂର୍ତ୍ତିଗୁଡ଼ିକ ଯାହାକି ତୁମ୍ଭ ଦେବତାଙ୍କ ମନ୍ଦିରରେ ଅଛି ସେହିସବୁକୁ ଆମ୍ଭେ ଧ୍ୱଂସ କରିବା। ଆମ୍ଭେ ତୁମ୍ଭମାନଙ୍କ ପାଇଁ କବର ପ୍ରସ୍ତୁତ କରୁଛୁ କାରଣ ତୁମ୍ଭେମାନେ ଭ୍ରଷ୍ଟ ହୋଇଛ।”
ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲ? ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେବାକୁ କାହିଁକି ନ ଥିଲ? ଆମ୍ଭର ହସ୍ତ କ’ଣ ଛୋଟ ଯେ ତାହା ମୁକ୍ତ କରି ପାରିବ ନାହିଁ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ’ଣ ପରାକ୍ରମ ନାହିଁ? ଦେଖ, ଆମ୍ଭର ଆଦେଶରେ ସମୁଦ୍ର ଶୁଖିଯାଇପାରେ ଓ ନଦନଦୀକୁ ପ୍ରାନ୍ତର କରିଦେଇ ପାରୁ। ସେଥିରେ ଥିବା ମତ୍ସ୍ୟ ଜଳ ଅଭାବରୁ ତୃଷାର୍ତ୍ତ ହୋଇ ମରିଯିବେ ଓ ଦୁର୍ଗନ୍ଧ ହେବ।