Biblia Todo Logo
Bib sou entènèt

- Piblisite -




ଯିଶାଇୟ 24:21 - ପବିତ୍ର ବାଇବଲ

21 ସେଦିନ ସଦାପ୍ରଭୁ ଊର୍ଦ୍ଧ୍ୱସ୍ଥ ସୈନ୍ୟଙ୍କୁ ସୀମାନ୍ତଙ୍କୁ ଊର୍ଦ୍ଧ୍ୱରେ ଓ ପୃଥିବୀସ୍ଥ ରାଜାମାନଙ୍କୁ ପୃଥିବୀରେ ପ୍ରତିଫଳ ଦେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି, ସେଦିନ ସଦାପ୍ରଭୁ ଊର୍ଦ୍ଧ୍ଵରେ ଊର୍ଦ୍ଧ୍ଵସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ତଳରେ ଭୂମଣ୍ତଳସ୍ଥ ରାଜଗଣକୁ ପ୍ରତିଫଳ ଦେବେ।

Gade chapit la Kopi

ଓଡିଆ ବାଇବେଲ

21 ପୁଣି, ସେହି ଦିନ ସଦାପ୍ରଭୁ ଉର୍ଦ୍ଧ୍ୱରେ ଉର୍ଦ୍ଧ୍ୱସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ଡଳରେ ଭୂମଣ୍ଡଳସ୍ଥ ରାଜାଗଣଙ୍କୁ ପ୍ରତିଫଳ ଦେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ସେହି ଦିନ ସଦାପ୍ରଭୁ ଊର୍ଦ୍ଧ୍ୱରେ ଊର୍ଦ୍ଧ୍ୱସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ଡଳରେ ଭୂମଣ୍ଡଳସ୍ଥ ରାଜାଗଣଙ୍କୁ ପ୍ରତିଫଳ ଦେବେ।

Gade chapit la Kopi




ଯିଶାଇୟ 24:21
23 Referans Kwoze  

ପରମେଶ୍ୱର ମହାନ ନେତାମାନଙ୍କୁ ପରାସ୍ତ କରନ୍ତି। ପୃଥିବୀର ସମସ୍ତ ରାଜା ତାହାଙ୍କୁ ଭୟ କରନ୍ତି।


ମୋର ପ୍ରଭୁ ଯିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧରେ ସମସ୍ତ କାର୍ଯ୍ୟ ସମାପ୍ତ କଲାପରେ ଅଶୂରକୁ ଦଣ୍ଡ ଦେବେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ୱର ତାଙ୍କୁ ଦଣ୍ଡ ଦେବେ।


“ଜଗତର ଯେଉଁ ରାଜାମାନେ ତା’ ସହିତ ବ୍ୟଭିଗ୍ଭର ପାପ କାର୍ଯ୍ୟରେ ଲିପ୍ତ ଥିଲେ ଓ ତା'ଧନରେ ଭାଗୀଦାର ଥିଲେ, ସେମାନେ ଯେତେବେଳେ ତାହାର ଦହନର ଧୂଆଁ ଦେଖିବେ, ସେମାନେ ତା'ର ମୃତ୍ୟୁ କାରଣରୁ କାନ୍ଦିବେ ଓ ଦୁଃଖିତ ହେବେ।


ସେମାନେ ମେଷପାଳକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ। କିନ୍ତୁ ମେଷଶାବକ ସେମାନଙ୍କୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା। ସେ ଡାକିଥିବା ଲୋକମାନଙ୍କୁ ଅର୍ଥାତ୍ ତାହାଙ୍କର ମନୋନୀତ ଓ ବିଶ୍ୱସ୍ତ ଅନୁଗାମୀମାନଙ୍କ ସହିତ ମିଶି ସେମାନଙ୍କୁ ପରାସ୍ତ କରିବେ।”


ମିଶର ଗୋଟିଏ ନିର୍ଜନ ସ୍ଥାନ ହେବ ଏବଂ ଶୂନ୍ୟ ମରୁଭୂମି ହେବ। କାରଣ ସେମାନେ ଯିହୁଦାର ଲୋକମାନଙ୍କ ପ୍ରତି ନିଷ୍ଠୁର ହୋଇଥିଲେ। ସେମାନେ ସେହି ଦେଶର ନିରୀହ ଲୋକମାନଙ୍କୁ ହତ୍ୟା କରିଥିଲେ।


ସଦାପ୍ରଭୁଙ୍କର ଏକ ସ୍ଥିରକୃତ ଦିନ ଆସିବ। ସେହି ଦିନ ସଦାପ୍ରଭୁ ଅହଙ୍କାରୀ ଓ ଗର୍ବିତ ଲୋକଙ୍କୁ ଦଣ୍ଡ ଦେବେ। ସେତେବେଳେ ସେହି ଗର୍ବିତ ଲୋକମାନେ ନିଜକୁ ବଡ଼ ମନେ କରିବେ ନାହିଁ।


ପରମେଶ୍ୱର କୁହନ୍ତି, “ପୃଥିବୀରେ ଅମଙ୍ଗଳ ଘଟିବାର ମୁଁ କାରଣ ହେବି। ମୁଁ ମନ୍ଦାଗ୍ଭରୀଙ୍କୁ ସେମାନଙ୍କର ପାପ ଲାଗି ଦଣ୍ଡ ଦେବି। ଅହଙ୍କାରୀମାନଙ୍କର ଗର୍ବକୁ ଖର୍ବ କରିବି। ବଡ଼ିମା ଦେଖାଉଥିବା ଲୋକମାନଙ୍କର ଦର୍ପ ଚୂର୍ଣ୍ଣ କରିବି।


ପୃଥିବୀ ଶୂନ୍ୟ ହେବ ଓ ଦୁଃଖିତ ହେବ। ସେ ମ୍ଳାନ ଓ ନିସ୍ତେଜ ହେବ, ପୃଥିବୀର ଉଚ୍ଚ ଲୋକମାନେ ଦୁର୍ବଳ ହେବେ।


ତୁମ୍ଭ ନଗରୀର ଦ୍ୱାରଗୁଡ଼ିକ ସର୍ବଦା ଉନ୍ମୁକ୍ତ ରହିବ। ସେଗୁଡ଼ିକ ଦିବାରାତ୍ରି ବନ୍ଦ ହେବ ନାହିଁ। ତେଣୁ ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ଓ ତା’ ସହିତ ରାଜାମାନେ ତୁମ୍ଭ ନିକଟକୁ ଅଣାଯିବେ।


ସଦାପ୍ରଭୁ କହିଲେ, “ସଦାପ୍ରଭୁଙ୍କର ଉତ୍ସର୍ଗ ଦିନରେ, ଆମ୍ଭେ ରାଜାର ପୁତ୍ରମାନଙ୍କୁ ଓ ଅନ୍ୟ ନେତାମାନଙ୍କୁ ଦଣ୍ତ ଦେବା। ବିଦେଶୀ ବସ୍ତ୍ର ପରିଧାନ କରିଥିବା ସମସ୍ତ ଲୋକଙ୍କୁ ଆମ୍ଭେ ଦଣ୍ତ ଦେବା।


“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଗୋଗ ବିରୁଦ୍ଧରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ‘ହେ ରୋଶ, ମେଶକ ଓ ତୁବଲର ମୁଖ୍ୟ ଅଧିପତି ଗୋଗ, ମୁଁ ତୁମ୍ଭ ବିରୁଦ୍ଧରେ ଅଛି।


ତୁମ୍ଭେ ଖୋଲା ପଡ଼ିଆରେ ପତିତ ହେବ।’” ସଦାପ୍ରଭୁ, ମୋର ପ୍ରଭୁ ଏହା କହନ୍ତି।


Swiv nou:

Piblisite


Piblisite