ଯିଶାଇୟ 26:11 - ପବିତ୍ର ବାଇବଲ11 ମାତ୍ର ହେ ସଦପ୍ରଭୁ! ସେମାନଙ୍କୁ ଦଣ୍ଡ ଦେବାକୁ ତୁମ୍ଭର ହସ୍ତ ଉତ୍ଥିତ ହେବ, ତଥାପି ସେମାନେ ତାହା ଦେଖିବେ ନାହିଁ। ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଅତିଶୟ ପ୍ରେମକୁ ଦେଖି ସେମାନେ ଲଜ୍ଜିତ ହେବେ ଓ ତୁମ୍ଭର ଶତ୍ରୁଗଣ ଅଗ୍ନିରେ ଦଗ୍ଧିଭୂତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ହେ ସଦାପ୍ରଭୋ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ। Gade chapit laଓଡିଆ ବାଇବେଲ11 ହେ ସଦାପ୍ରଭୁ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ସଦାପ୍ରଭୋ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ। Gade chapit la |
ସେହି ଲୋକମାନଙ୍କ ପାଇଁ ମନ୍ଦଫଳ ଗଚ୍ଛିତ ରହିବ। ସେମାନଙ୍କର ପରବର୍ତ୍ତୀ ବଂଶଧର ସମ୍ପୂର୍ଣ୍ଣ ଭାବରେ ପୋଛି ହୋଇଯିବେ, ଯେପରି ନଡ଼ା ଓ ଶୁଷ୍କପତ୍ର ଅଗ୍ନିରେ ପୋଡ଼ି ଭସ୍ମ ହୋଇଯାଏ। ଯେପରି ବୃକ୍ଷର ମୂଳ ସଢ଼ିଯାଇ ଧୂଳି ହୋଇଯାଏ ଓ ପୁଷ୍ପ ଅଗ୍ନିରେ ଭସ୍ମୀଭୂତ ହୋଇ ତା'ର ପାଉଁଶ ପବନରେ ଉଡ଼ିଯାଏ ସେହିପରି ସେମାନଙ୍କର ବଂଶଧର ଧ୍ୱଂସ ପାଇଯିବେ। କାରଣ ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କର ଶିକ୍ଷାସମୂହକୁ ଅବଜ୍ଞା କରିଛନ୍ତି ଓ ଇସ୍ରାଏଲର ପବିତ୍ର ପରମେଶ୍ୱରଙ୍କ ବାକ୍ୟକୁ ଅଗ୍ରାହ୍ୟ କରିଛନ୍ତି।
କିନ୍ତୁ ସେହି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ୟଦ୍ବକ୍ତା ମଧ୍ୟ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ୟଦ୍ବକ୍ତା ସେହି ପଶୁ ପାଇଁ ବହୁତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଥିଲା। ଏହି ପଶୁ, ଯିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସେହି ଭଣ୍ଡ ଭବିଷ୍ୟଦ୍ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦରେ ଜୀବନ୍ତ ଫିଙ୍ଗି ଦିଆଗଲା।
କିନ୍ତୁ ତୁମ୍ଭେ ସେମାନଙ୍କୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ୍ ଯେ, ତୁମ୍ଭେ ଠିକ୍ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧରେ ମନ୍ଦ କଥା କହୁଛନ୍ତି, ସେମାନେ ଲଜ୍ଜିତ ହେବେ। ତୁମ୍ଭେ ଖ୍ରୀଷ୍ଟଙ୍କଠାରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସେମାନେ ମନ୍ଦ କଥାଗୁଡ଼ିକ କୁହନ୍ତି। ସେମାନେ ତୁମ୍ଭ ବିଷୟରେ ମନ୍ଦ କଥା କହିଥିବା ହେତୁ ଲଜ୍ଜିତ ହେବେ।
ହଁ, ଏଠାରେ ଏହି ଲୋକମାନଙ୍କର ମନ କଠୋର ହୋଇ ଯାଇଛି। ଏ ଲୋକମାନଙ୍କର କାନ ଅଛି କିନ୍ତୁ ଏମାନେ ଶୁଣିପାରୁ ନାହାନ୍ତି। ଏମାନେ ସତ୍ୟ କଥା ଦେଖିବା ପାଇଁ ଆଖି ବନ୍ଦ କରି ଦେଉଛନ୍ତି। ନ ହେଲେ ହୁଏତ ସେମାନେ ସେମାନଙ୍କ ଆଖିରେ ଦେଖି ପାରନ୍ତେ, କାନରେ ଶୁଣି ପାରନ୍ତେ ଓ ବୁଝି ପାରନ୍ତେ। ଏହା ଦ୍ୱାରା, ସେମାନେ ମନ ଫେରାଇ ମୋ’ ନିକଟକୁ ଆସନ୍ତେ ଓ ମୁଁ ସେମାନଙ୍କୁ ସୁସ୍ଥ କରନ୍ତି।’
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି।