Biblia Todo Logo
Bib sou entènèt

- Piblisite -




ଯିଶାଇୟ 27:7 - ପବିତ୍ର ବାଇବଲ

7 ସଦାପ୍ରଭୁ କିପରି ତାଙ୍କ ଲୋକମାନଙ୍କୁ ଶାସ୍ତି ଦେବେ। ଯେପରି ଲୋକମାନଙ୍କୁ ଅତୀତରେ ଶତ୍ରୁଗଣ ପ୍ରହାର କରିଛନ୍ତି ସଦାପ୍ରଭୁ ସେହିପରି ପ୍ରହାର କରିବେ। ସେମାନେ ଯେପରି ବହୁ ଲୋକଙ୍କୁ ନିହତ କରିଥିଲେ ସେହିପରି ସଦାପ୍ରଭୁ ନିହତ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେପରି ସେ କି ତାହାକୁ ପ୍ରହାର କରିଅଛନ୍ତି? ଅବା, ତାହା ଦ୍ଵାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି?

Gade chapit la Kopi

ଓଡିଆ ବାଇବେଲ

7 ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେହିପରି ସେ କି ତାହାକୁ ପ୍ରହାର କରିଅଛନ୍ତି ? ଅବା, ତାହା ଦ୍ୱାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେହିପରି ସେ କି ତାହାକୁ ପ୍ରହାର କରିଅଛନ୍ତି? ଅବା, ତାହା ଦ୍ୱାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି?

Gade chapit la Kopi




ଯିଶାଇୟ 27:7
17 Referans Kwoze  

ହେ ନୀନିବୀ, ତୁମ୍ଭେ ଭୟଙ୍କର ଭାବରେ କ୍ଷତ ବିକ୍ଷତ ହୋଇଛ। କିଛି ତୁମ୍ଭର କ୍ଷତକୁ ଆରୋଗ୍ୟ କରି ପାରିବ ନାହିଁ। ଯେକେହି ତୁମ୍ଭ ବିଷୟରେ ସମ୍ବାଦ ଶୁଣେ ସେମାନେ ତାଳି ମାରନ୍ତି। ସେମାନେ ସମସ୍ତେ ଖୁସୀ ହୁଅନ୍ତି କାରଣ ସେମାନେ ସମସ୍ତେ ତୁମ୍ଭମାନଙ୍କର ଭୁଲ୍ ଯୋଗୁଁ ସର୍ବଦା ପୀଡ଼ିତ ହେଉଛନ୍ତି।


ହେ ଅଶୂରର ରାଜା, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି ଆଦେଶ ଦେଲେ। “ତୁମ୍ଭର ନାମ ରଖିବା ପାଇଁ ତୁମ୍ଭମାନଙ୍କର କେହି ବଂଶଧର ରହିବେ ନାହିଁ। ତୁମ୍ଭମାନଙ୍କ କାରୁକାର୍ଯ୍ୟ ପିତୁଳାଗୁଡ଼ିକ ଓ ଧାତୁର ମୂର୍ତ୍ତିଗୁଡ଼ିକ ଯାହାକି ତୁମ୍ଭ ଦେବତାଙ୍କ ମନ୍ଦିରରେ ଅଛି ସେହିସବୁକୁ ଆମ୍ଭେ ଧ୍ୱଂସ କରିବା। ଆମ୍ଭେ ତୁମ୍ଭମାନଙ୍କ ପାଇଁ କବର ପ୍ରସ୍ତୁତ କରୁଛୁ କାରଣ ତୁମ୍ଭେମାନେ ଭ୍ରଷ୍ଟ ହୋଇଛ।”


ଆଉ ଆମ୍ଭେ ବାବିଲକୁ ଓ କ‌‌ଲ୍‌‌ଦୀୟ ନିବାସୀ ସମସ୍ତଙ୍କୁ ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟି ଗୋଚରରେ ସେମାନଙ୍କ କୃତ ସମସ୍ତ ଦୁଷ୍କର୍ମର ପ୍ରତିଫଳ ଦେବା।” ଏହା ସଦାପ୍ରଭୁ କହନ୍ତି।


ସଦାପ୍ରଭୁ କହନ୍ତି, “ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଯେଉଁପରି ଧ୍ୱଂସ କରିଥିଲେ, ସେହିପରି ବାବିଲ ଧ୍ୱଂସ ପାଇବ। ସେଠାରେ କେହି ବାସ କରିବେ ନାହିଁ କି ମନୁଷ୍ୟପୁତ୍ର ତହିଁରେ ପ୍ରବାସ କରିବେ ନାହିଁ।”


ସନ୍ଧ୍ୟାରେ ସେମାନେ ଭୟଭୀତ ହେବେ ଓ ପ୍ରଭାତ ପୂର୍ବରୁ ଲୋପ ପାଇଯାଇଥିବେ। ତେଣୁ ଆମ୍ଭର ଶତ୍ରୁ ଓ ଅପହରଣକାରୀ ସେଠାରେ କିଛି ଦେଖିବାକୁ ପାଇବେ ନାହିଁ।


ଇସ୍ରାଏଲର ଦୁର୍ଗନଗର, ଦମ୍ମେଶକର ରାଜ୍ୟ ଓ ଅରାମର ଅବଶିଷ୍ଟାଂଶ ଲୁପ୍ତ ହେବ। ସର୍ବଶକ୍ତିମାନ ସଦାପ୍ରଭୁ ତୁମ୍ଭେ ଯେ, ଇସ୍ରାଏଲର ଖ୍ୟାତି ଲୋକଙ୍କ ପରି ସେମାନେ ମଧ୍ୟ କାଢ଼ି ନିଆଯିବେ।”


ମୋର ପ୍ରଭୁ ଯିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧରେ ସମସ୍ତ କାର୍ଯ୍ୟ ସମାପ୍ତ କଲାପରେ ଅଶୂରକୁ ଦଣ୍ଡ ଦେବେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ୱର ତାଙ୍କୁ ଦଣ୍ଡ ଦେବେ।


ଇସ୍ରାଏଲର ଜ୍ୟୋତିଃ ଗୋଟିଏ ଜ୍ୱଳନ୍ତ ଅଗ୍ନି ପରି ହେବେ। ସେହି ଧର୍ମସ୍ୱରୂପ ଏକ ଶିଖା ସଦୃଶ ହେବେ। ସେହି ଅଗ୍ନିଶିଖା ପ୍ରଥମେ ଅନାବନା ଘାସ ଓ କଣ୍ଟାସବୁ ପୋଡ଼ି ପକାଇବେ।


ସଦାପ୍ରଭୁଙ୍କ ରବ ଶୁଣି ଅଶୂର ଭୟଭୀତ ହେବ। ସେ ତାକୁ ଏକ ଦଣ୍ଡରେ ଆଘାତ କରିବେ।


ଏହା ସତ୍ୟ ସେଦିନ ଅଶୂର ‌‌ଖ‌ଡ଼୍‌ଗରେ ପତିତ ହେବ। ମାତ୍ର ତାହା ମନୁଷ୍ୟର ‌‌ଖ‌ଡ଼୍‌ଗ ନୁହେଁ। ଅଶୂର ସମ୍ପୂର୍ଣ୍ଣ ବିନଷ୍ଟ ହେବ ମାତ୍ର ତାହା ମନୁଷ୍ୟ ‌‌ଖ‌ଡ଼୍‌ଗରେ ନୁହେଁ। ପୁଣି ସେ ‌‌ଖ‌ଡ଼୍‌ଗରେ ସମ୍ମୁଖରୁ ପଳାୟନ କରିବ। ତା'ର ଯୁବକମାନେ କ୍ରୀତଦାସ ହେବେ।


ଆଉ ତା'ର ଶୈଳ ଅନ୍ତର୍ହିତ ହେବ। ତା'ର ଅଧିପତିମାନେ ଧ୍ୱଜା ଛାଡ଼ି ପଳାୟନ କରିବେ। ସଦାପ୍ରଭୁ ଏହିସବୁ କୁହନ୍ତି, “ତାଙ୍କର ଅଗ୍ନି ସିୟୋନରେ ଓ ଯଜ୍ଞବେଦି ଯିରୁଶାଲମରେ ଅଛି।”


Swiv nou:

Piblisite


Piblisite