Biblia Todo Logo
Bib sou entènèt

- Piblisite -




ଯିଶାଇୟ 29:1 - ପବିତ୍ର ବାଇବଲ

1 ପରମେଶ୍ୱର କୁହନ୍ତି, “ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର। ବର୍ଷକୁ ବର୍ଷ ଯୋଗ କର। ପର୍ବଗୁଡ଼ିକ ପାଳି ଅନୁକ୍ରମେ ଆସୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି-ନଗର ! ବର୍ଷକୁ ବର୍ଷ ଯୋଗ କର; ପର୍ବମାନ ପାଳି ଅନୁକ୍ରମେ ଆସୁ;

Gade chapit la Kopi

ଓଡିଆ ବାଇବେଲ

1 ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର ! ବର୍ଷକୁ ବର୍ଷ ଯୋଗ କର; ପର୍ବମାନ ପାଳି ଅନୁକ୍ରମେ ଆସୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର! ବର୍ଷକୁ ବର୍ଷ ଯୋଗ କର; ପର୍ବମାନ ପାଳି ଅନୁକ୍ରମେ ଆସୁ;

Gade chapit la Kopi




ଯିଶାଇୟ 29:1
17 Referans Kwoze  

ଦାଉଦ ସେହି ଦୁର୍ଗରେ ବାସ କଲେ, ଏବଂ ସେହି ସହରକୁ, “ଦାଉଦ ସହର ନାମରେ ନାମିତ କଲେ।” ଦାଉଦ ମିଲ୍ଲୋ ସ୍ଥାନକୁ ନିର୍ମାଣ କରିବାକୁ ଆରମ୍ଭ କଲେ। ସେ ମଧ୍ୟ ନଗର ଭିତରେ ବହୁତ ପକ୍କାଘର ନିର୍ମାଣ କଲେ।


ଇସ୍ରାଏଲୀୟମାନେ ସଦାପ୍ରଭୁଙ୍କୁ ଦ୍ରାକ୍ଷାରସ ନୈବେଦ୍ୟ ଉତ୍ସର୍ଗ କରିବେ ନାହିଁ। ସେମାନେ ତାଙ୍କୁ ବଳିଦାନ ଉତ୍ସର୍ଗ କରିବେ ନାହିଁ। ସେମାନଙ୍କର ବଳିଦାନ ଉତ୍ସର୍ଗ ଶ୍ରାଦ୍ଧରେ ଖାଦ୍ୟ ଭକ୍ଷ୍ୟଣ ପରି ହେବ। ଯେ ଏହାକୁ ଭକ୍ଷ୍ୟଣ କରିବ ସେ ଅପବିତ୍ର ହେବ। ସେମାନଙ୍କର ରୋଟୀ ସଦାପ୍ରଭୁଙ୍କ ମନ୍ଦିରକୁ ଯିବ ନାହିଁ। ସେମାନେ ନିଜେ ସେହି ରୋଟୀକୁ ଭକ୍ଷ୍ୟଣ କରିବେ।


ଇସ୍ରାଏଲୀୟମାନେ ବଳିଦାନକୁ ଭଲ ପାଆନ୍ତି। ସେ ମାଂସ ଅର୍ପଣ କରି ତାକୁ ଭକ୍ଷ୍ୟଣ କରନ୍ତି। ସଦାପ୍ରଭୁ ସେମାନଙ୍କର ବଳିଦାନକୁ ଗ୍ରହଣ କରନ୍ତି ନାହିଁ। ସେ ସେମାନଙ୍କର ପାପକୁ ମନେ ରଖନ୍ତି। ଏଥିପାଇଁ ସେ ସେମାନଙ୍କୁ ଦଣ୍ତ ଦେବେ ଏବଂ ସେମାନେ ବନ୍ଦୀ ଭାବରେ ମିଶରକୁ ପ୍ରେରିତ ହେବେ।


“ସେହି ଲୋକମାନଙ୍କର ନେତାମାନେ ସଦାପ୍ରଭୁଙ୍କ ଅନ୍ୱେଷଣରେ ଗଲେ। ସେମାନେ ସେମାନଙ୍କ ସହିତ ମେଷ ଓ ଗାଈମାନଙ୍କୁ ନେଲେ। କିନ୍ତୁ ସଦାପ୍ରଭୁଙ୍କୁ ସେମାନେ ପାଇଲେ ନାହିଁ। କାରଣ ସଦାପ୍ରଭୁ ସେମାନଙ୍କୁ ପରିତ୍ୟାଗ କରିଥିଲେ।


ଯେ ଗୋବଧ କରେ ସେ ନରହତ୍ୟାକାରୀ ପରି ହୁଏ, ଯେ ମେଷଶାବକ ବଳିଦାନ କରେ ଯେ କୁକୁରର ବେକ କାଟିଲା ଲୋକପରି ହୁଏ, ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକପରି ହୁଏ, ଯେ ସୁବାସିତ ଧୂପ ଜଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକପରି ହୁଏ। ସେମାନେ ନିଜ ନିଜ ପଥ ମନୋନୀତ କରିଅଛନ୍ତି। ସେମାନଙ୍କର ଆତ୍ମା ନିଜର ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ।


ବ୍ୟବସ୍ଥା ଆମ୍ଭକୁ ଭବିଷ୍ୟତରେ ଘଟିବାକୁ ଥିବା ଉତ୍ତମ ବିଷୟ ଗୁଡ଼ିକର ଅସ୍ପଷ୍ଟ ଚିତ୍ର ପ୍ରଦାନ କରେ। ବ୍ୟବସ୍ଥା ପ୍ରକୃତ ବିଷୟ ଗୁଡ଼ିକର ପରିପୂର୍ଣ୍ଣ ଚିତ୍ର ନୁହେଁ। ବ୍ୟବସ୍ଥା ଲୋକମାନଙ୍କୁ ସମାନ ବଳିଗୁଡ଼ିକୁ ପ୍ରତିବର୍ଷ ସମର୍ପଣ କରିବା ପାଇଁ କୁହେ। ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଉପାସନା କରିବା ପାଇଁ ଆସନ୍ତି, ସେହି ବଳି ସମର୍ପଣ କାର୍ଯ୍ୟ କରି ଗ୍ଭଲିଥା’ନ୍ତି। କିନ୍ତୁ ବ୍ୟବସ୍ଥା କେବେ ହେଲେ ସେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରି ନ ଥାଏ।


ଆଉ ତା'ର ଶୈଳ ଅନ୍ତର୍ହିତ ହେବ। ତା'ର ଅଧିପତିମାନେ ଧ୍ୱଜା ଛାଡ଼ି ପଳାୟନ କରିବେ। ସଦାପ୍ରଭୁ ଏହିସବୁ କୁହନ୍ତି, “ତାଙ୍କର ଅଗ୍ନି ସିୟୋନରେ ଓ ଯଜ୍ଞବେଦି ଯିରୁଶାଲମରେ ଅଛି।”


ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, “ତୁମ୍ଭେମାନେ ଯାଅ, ତୁମ୍ଭ ଉତ୍ସର୍ଗୀକୃତ ନୈବେଦ୍ୟରେ ହୋମବଳି ଯୋଗ କର ଏବଂ ମାଂସ ଭକ୍ଷ୍ୟଣ କର।


ତୁମ୍ଭେମାନେ ଭୋଜିର ଦ୍ରାକ୍ଷାରସ, ବୀଣା, ତବଲା ବଂଶୀ ଏବଂ ଅନ୍ୟାନ୍ୟ ବାଦ୍ୟଯନ୍ତ୍ର ରଖିଥାଅ। ମାତ୍ର ସଦାପ୍ରଭୁଙ୍କର କାର୍ଯ୍ୟ ଲକ୍ଷ୍ୟ କର ନାହିଁ। ସଦାପ୍ରଭୁଙ୍କର ହସ୍ତ ବହୁ ଜିନିଷ ତିଆରି କରିଛି ମାତ୍ର ତୁମ୍ଭେମାନେ ତାହା ଲକ୍ଷ୍ୟ କର ନାହିଁ। ତେଣୁ ଏହା ତୁମ୍ଭମାନଙ୍କ ପାଇଁ ସନ୍ତାପର କାରଣ ହେବ।


ତୁମ୍ଭେମାନେ ଅଜ୍ଞାତ ଓ ଚମତ୍କୃତ ହୁଅ। ତୁମ୍ଭକୁ ଦୃଷ୍ଟିହୀନ କର ଏବଂ ଅନ୍ଧ ହୁଅ। ଟଳଟଳ ହୁଅ, କିନ୍ତୁ ସୁରାପାନରେ ନୁହେଁ।


ମୋର ପ୍ରଭୁ କୁହନ୍ତି, “ସେମାନଙ୍କର ମୁଖ ସହିତ ଏହି ଲୋକମାନେ ମୋ’ ପାଖକୁ ଆସନ୍ତି। ସେମାନେ ନିଜର ଓଷ୍ଠାଧରରେ ମୋର ସମ୍ମାନ କରନ୍ତି। ମାତ୍ର ପ୍ରକୃତରେ ସେମାନେ ମୋ'ଠାରୁ ବହୁତ ଦୂରେଇ ରହନ୍ତି। ମୋ’ ପ୍ରତି ସେମାନଙ୍କର ଭୟ ଓ ପ୍ରେମ ଅନ୍ୟ କିଛି ନୁହେଁ, କିନ୍ତୁ କେବଳ ମାନବିକ ଶିକ୍ଷା ଓ ବେଳେବେଳେ ଉପଦେଶ।


“ଏଗୁଡ଼ିକ ସଦାପ୍ରଭୁଙ୍କ ନିରୂପିତ ପର୍ବ। ତୁମ୍ଭେମାନେ ସେହି ନିରୂପିତ ଦିନରେ ପବିତ୍ର ସଭା ଘୋଷଣା କରିବ।


Swiv nou:

Piblisite


Piblisite