Biblia Todo Logo
Bib sou entènèt

- Piblisite -




ଯିଶାଇୟ 30:24 - ପବିତ୍ର ବାଇବଲ

24 ତୁମ୍ଭମାନଙ୍କର ଗ୍ଭଷ କରୁଥିବା ବଳଦ ଓ ଗର୍ଦ୍ଦଭମାନେ ଗ୍ଭଲୁଣି ଓ କୁଲାରେ ପରିଷ୍କୃତ ସୁମିଶ୍ରିତ ଖାଦ୍ୟ ଖାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ମଧ୍ୟ ଭୂମି ଚାଷକାରୀ ବଳଦ ଓ ଯୁବା ଗର୍ଦ୍ଦଭମାନେ ଚାଲୁଣୀ ଓ କୁଲାରେ ଝଡ଼ା ସୁମିଶ୍ରିତ ଶସ୍ୟାଦି ଖାଇବେ।

Gade chapit la Kopi

ଓଡିଆ ବାଇବେଲ

24 ମଧ୍ୟ ଭୂମି ଚାଷକାରୀ ବଳଦ, ଯୁବା ଗର୍ଦ୍ଦଭମାନେ ଚାଲୁଣୀ ଓ କୁଲାରେ ଝଡ଼ା ସୁମିଶ୍ରିତ ଶସ୍ୟାଦି ଖାଇବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମଧ୍ୟ ଭୂମି ଚାଷକାରୀ ବଳଦ, ଯୁବା ଗର୍ଦ୍ଦଭମାନେ ଚାଲୁଣୀ ଓ କୁଲାରେ ଝଡ଼ା ସୁମିଶ୍ରିତ ଶସ୍ୟାଦି ଖାଇବେ।

Gade chapit la Kopi




ଯିଶାଇୟ 30:24
10 Referans Kwoze  

ଦୁର୍ଭିକ୍ଷ ବର୍ତ୍ତମାନ ଦୁଇ ବର୍ଷ ଧରି ଗ୍ଭଲିଛି। ଆହୁରି ଏହିପରି ପାଞ୍ଚ ବର୍ଷ ହେବ। ଶସ୍ୟ କଅଁଳିବ ନାହିଁ।


ତାହାଙ୍କ ହାତରେ ଖଳା ସଫା କରିବାର କୁଲା ଅଛି। ସେଥିରେ ସେ ଶସ୍ୟକୁ ଅଗାଡ଼ିଠାରୁ ଅଲଗା କରିଦେବେ। ସେ ଭଲ ଶସ୍ୟତକ ସଂଗ୍ରହ କରି ଅମାରରେ ନେଇ ରଖିବେ। ତା'ପରେ ଅଗାଡ଼ି ଓ ଦରକାରୀ ଅନାବନା ଜିନିଷଗୁଡ଼ିକୁ ଚିରକାଳ ଜଳୁଥିବା ନିଆଁରେ ପୋଡ଼ି ଦେବେ।”


ତାହାଙ୍କ ହାତରେ କୁଲା ଅଛି। ସେଥିରେ ସେ ଶସ୍ୟ ସବୁରୁ ଅଗାଡ଼ି ତକ ଅଲଗା କରିଦେବେ। ସେ ତାହାଙ୍କ ଖଳାରୁ ପରିଷ୍କାର ହୋଇଥିବା ଶସ୍ୟତକ ଏକାଠି କରିନେଇ ଅମାର ଭିତରେ ରଖି ଦେବେ ଓ ଅଗାଡ଼ି, କାଠି-କୁଟାତକ ନିଆଁରେ ପକେଇ ଦେବେ। ସେ ନିଆଁ କେବେ ହେଲେ ଲିଭିବ ନାହିଁ।”


“ଜଣେ ରାଜା ସୈନିକ ହେବା ପାଇଁ ତୁମ୍ଭ ପୁଅମାନଙ୍କୁ ଆଦେଶ ଦେବ। ସେ କେତେକଙ୍କୁ 1,000 ଲୋକମାନଙ୍କ ଉପରେ ଓ ଅନ୍ୟମାନଙ୍କୁ ପଗ୍ଭଶ୍ ଜଣ ଲୋକ ମଧ୍ୟରେ ଅଧିକାରୀ ରୂପେ ନିଯୁକ୍ତ କରିବ। “ସେ ତୁମ୍ଭ ପୁଅମାନଙ୍କୁ ହଳ କରିବାକୁ, ଯୁଦ୍ଧାସ୍ତ୍ର ତିଆରି କରିବାକୁ ଏବଂ ଆପଣା ରଥ ସାଜସଜ୍ଜା ତିଆରି କରିବା ପାଇଁ ବାଧ୍ୟ କରିବ।


“ବଳଦମାନେ ବେଁଙ୍ଗଲାରେ ବୁଲିବା ସମୟରେ ସେମାନଙ୍କର ମୁହଁ ବାନ୍ଧିବ ନାହିଁ।


ସେହି ନଗରର ପ୍ରାଚୀନବର୍ଗମାନେ ସେହି ବାଛୁରିକୁ ଏକ ଜଳ ଉପତ୍ୟକାକୁ ନେବେ ଯେଉଁଠାରେ ଜଳପ୍ଳାବିତ ହେଉଥିବ ଓ ସେହି ସ୍ଥାନ କେବେ ଗ୍ଭଷ କରାଯାଇ ନ ଥିବ କିଅବା କୌଣସି ବୃକ୍ଷ ସେଠାରେ ଲଗାଯାଇ ନ ଥିବ। ଏହା ପରେ ସେହି ଉପତ୍ୟକାରେ ଉକ୍ତ ବାଛୁରିଟିର ବେକକୁ ଭାଙ୍ଗି ଦେବେ।


“ତୁମ୍ଭେମାନେ ଛଅ ଦିନ କାମ କରିବ। କିନ୍ତୁ ସପ୍ତମ ଦିନ ତୁମ୍ଭେମାନେ ବିଶ୍ରାମ ନେବ। ତୁମ୍ଭେମାନେ ଏପରିକି ଶସ୍ୟ ବୁଣା ଏବଂ ଶସ୍ୟଅମଳ ସମୟରେ ଏହି ନିୟମ ପାଳନ କରିବ।


ଏହା ପରେ ସେ ମଧ୍ୟ କହିଲେ, “ଆଜ୍ଞା ହଁ ତୁମ୍ଭ ଓଟମାନଙ୍କ ଖାଇବା ପାଇଁ ଆମ୍ଭର ନଡ଼ା ଅଛି ଓ ତୁମ୍ଭର ବିଶ୍ରାମ ପାଇଁ ଆମ୍ଭର ସ୍ଥାନ ଅଛି।”


ତୁମ୍ଭମାନଙ୍କ ମଧ୍ୟରୁ କେତେକ ସଜଳ ସ୍ଥାନରେ ବୀଜ ବୁଣୁଛ ଓ ଗୋରୁ ଗର୍ଦ୍ଦଭମାନଙ୍କୁ ବାହାରେ ଚରିବାକୁ ଛାଡ଼ୁଛ, ସେଥିପାଇଁ ତୁମ୍ଭେମାନେ ଧନ୍ୟ।


Swiv nou:

Piblisite


Piblisite