Biblia Todo Logo
Bib sou entènèt

- Piblisite -




ଯିଶାଇୟ 30:31 - ପବିତ୍ର ବାଇବଲ

31 ସଦାପ୍ରଭୁଙ୍କ ରବ ଶୁଣି ଅଶୂର ଭୟଭୀତ ହେବ। ସେ ତାକୁ ଏକ ଦଣ୍ଡରେ ଆଘାତ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 କାରଣ ସଦାପ୍ରଭୁଙ୍କ ରବରେ ଅଶୂର ଖଣ୍ତ ଖଣ୍ତ ହୋଇ ଭଗ୍ନ ହେବ, ସେ ତାହାକୁ ଦଣ୍ତାଘାତ କରିବେ।

Gade chapit la Kopi

ଓଡିଆ ବାଇବେଲ

31 କାରଣ ସଦାପ୍ରଭୁଙ୍କ ରବରେ ଅଶୂର ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ, ସେ ତାହାକୁ ଦଣ୍ଡାଘାତ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 କାରଣ ସଦାପ୍ରଭୁଙ୍କ ରବରେ ଅଶୂର ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ, ସେ ତାହାକୁ ଦଣ୍ଡାଘାତ କରିବେ।

Gade chapit la Kopi




ଯିଶାଇୟ 30:31
15 Referans Kwoze  

ସେ ସାଧୁ ଓ ନିରପେକ୍ଷ ରହିବେ, ଯେତେବେଳେ ଗରିବ ଏବଂ ଅସହାୟ ଲୋକଙ୍କର ବିଗ୍ଭର କରୁଥିବେ। ସେ ଯେତେବେଳେ ଲୋକଙ୍କୁ ଦଣ୍ଡ ଦେବାକୁ ସ୍ଥିର କରିବ, ସେତେବେଳେ ସେମାନେ ଦଣ୍ଡିତ ହେବେ। ପୁଣି ଯେତେବେଳେ ଦୁଷ୍ଟାଗ୍ଭରୀମାନଙ୍କୁ ସଂହାର କରିବାକୁ ଆଦେଶ ଦେବେ, ସେତେବେଳେ ସେମାନେ ନିହତ ହେବେ। ଧର୍ମ ଓ ନ୍ୟାୟ ସେ ପିଲାକୁ ଶକ୍ତି ଦେବ। ସେଗୁଡ଼ିକ ତା'ର ଅଣ୍ଟାର ବଳୟ ସଦୃଶ ହେବ।


ପରମେଶ୍ୱର କହିବେ, “ମୁଁ ଅଶୂରକୁ ଏକ ଯଷ୍ଟିରୂପେ ବ୍ୟବହାର କରିବି। ଏହି କ୍ରୋଧରୂପକ ଦଣ୍ଡ ଇସ୍ରାଏଲକୁ ଶାସ୍ତି ଦେବେ।


ଏପରି କାହିଁକି ହେବ, କାରଣ ତୁମ୍ଭେ ସେମାନଙ୍କର ଶକ୍ତ ଭାର ବହନ କରିବ। ସେମାନଙ୍କର ସ୍କନ୍ଧସ୍ଥିତ ଯୁଆଳି ଓ ବାହୁଙ୍ଗି ଯାହାକୁ ଶତ୍ରୁମାନେ ତୁମ୍ଭର ଲୋକଙ୍କୁ ଦଣ୍ଡ ଦେବାକୁ ବ୍ୟବହାର କରୁଥିଲେ ତାକୁ ତୁମ୍ଭେ ଦୂର କରିବ। ମିଦିୟନକୁ ପରାଜିତ କଲାଭଳି ଏହା ହେବ।


ସଦାପ୍ରଭୁ, ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ ଦିଗ ଆଡ଼କୁ ମାଡ଼ନ୍ତି। ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ କରନ୍ତି। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।


ପୁଣି ସଦାପ୍ରଭୁ ତାଙ୍କ କ୍ରୋଧର ପ୍ରଚଣ୍ଡତା ଉଚ୍ଚସ୍ୱରରେ ଶୁଣାଇବେ ଓ ତାଙ୍କର ଶକ୍ତିଶାଳୀ ହସ୍ତ କ୍ରୋଧରେ ଅବରୋହଣ କରିବ। ତାହା ଅଗ୍ନିତୁଲ୍ୟ ସମସ୍ତ ଜିନିଷ ଭସ୍ମ କରି ଦେବ। ପୁଣି ସଦାପ୍ରଭୁଙ୍କର କ୍ରୋଧ ଝଡ଼, ତୋଫାନ ଓ ଶିଳାବୃଷ୍ଟି ତୁଲ୍ୟ ହେବ।


ମୋର ପ୍ରଭୁ ସର୍ବଶକ୍ତମାନ ସଦାପ୍ରଭୁ କହନ୍ତି, “ହେ ମୋର ସିୟୋନ ନିବାସୀଗଣ, ତୁମ୍ଭେମାନେ ଅଶୂରକୁ ଭୟ କର ନାହିଁ, ଯଦ୍ୟପି ଅତୀତରେ ମିଶର ତୁମ୍ଭମାନଙ୍କୁ ଯଷ୍ଟିରେ ପ୍ରହାର କଲାପରି ଅଶୂର ତୁମ୍ଭମାନଙ୍କୁ ପ୍ରହାର କରିବ।


ଗୋଟିଏ କୁହ୍ରାଡ଼ି କ’ଣ ତା'ର ଛେଦନକର୍ତ୍ତାଠାରୁ ଅଧିକ ଶକ୍ତିଶାଳୀ ହୋଇ ପାରିବ କି? କରତ କ’ଣ କରତିୟର ବିରୁଦ୍ଧରେ କିଛି କରି ପାରିବ ନାହିଁ। ମାତ୍ର ଅଶୂର ପରମେଶ୍ୱରଙ୍କଠାରୁ ଅଧିକ ଶକ୍ତିଶାଳୀ ବୋଲି ଭାବୁଛି। ଏହା ଯେପରି ଗୋଟିଏ ଯଷ୍ଟି ନିଜକୁ ଯଷ୍ଟିଧାରୀଠାରୁ ଅଧିକ ବଡ଼ ବୋଲି ମନେ କରେ।


ମୋର ପ୍ରଭୁ ଯିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧରେ ସମସ୍ତ କାର୍ଯ୍ୟ ସମାପ୍ତ କଲାପରେ ଅଶୂରକୁ ଦଣ୍ଡ ଦେବେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ୱର ତାଙ୍କୁ ଦଣ୍ଡ ଦେବେ।


ତା'ପରେ ସର୍ବଶକ୍ତିମାନ ସଦାପ୍ରଭୁ ଅଶୂରକୁ ବେତ୍ରାଘାତ କରିବେ। ଅତୀତରେ ଓରେବ୍ ଶୈଳରେ ମିଦିୟନର ହତ୍ୟା ଯେପରି ସଦାପ୍ରଭୁ କରିଥିଲେ ଅଶୂରକୁ ଆକ୍ରମଣ କଲାବେଳେ ସେ ସେହିପରି କରିବେ। ଆଉ ଅତୀତରେ ସଦାପ୍ରଭୁ ଯେପରି ତାଙ୍କର ଯଷ୍ଟି ସମୁଦ୍ର ଉପରେ ଧାରଣ କରିଥିଲେ ଓ ମିଶରକୁ ଦଣ୍ଡ ଦେଇ ତାଙ୍କର ଲୋକମାନଙ୍କୁ ରକ୍ଷା କରିଥିଲେ, ସେହିପରି ସେ ଅଶୂରରୁ ନିଜ ଲୋକମାନଙ୍କୁ ରକ୍ଷା କରିବେ।


ମୁଁ ନିଜ ରାଜ୍ୟରେ ଅଶୂରୀୟ ରାଜାକୁ ବିନାଶ କରିବି। ମୋର ପର୍ବତ ଉପରେ ତାକୁ ପଦଦଳିତ କରିବି। କାରଣ ସେହି ରାଜା ମୋର ସନ୍ତାନଗଣଙ୍କୁ ଦାସ କରିଥିଲା ଓ ସେମାନଙ୍କ ସ୍କନ୍ଧରେ ଯୁଆଳିର ଭାର ରଖୁଥିଲା। ସେହି ଯୁଆଳି ଯିହୁଦାର ସ୍କନ୍ଧରୁ ଦୂରିଭୂତ ହେବ।


ସଦାପ୍ରଭୁ କିପରି ତାଙ୍କ ଲୋକମାନଙ୍କୁ ଶାସ୍ତି ଦେବେ। ଯେପରି ଲୋକମାନଙ୍କୁ ଅତୀତରେ ଶତ୍ରୁଗଣ ପ୍ରହାର କରିଛନ୍ତି ସଦାପ୍ରଭୁ ସେହିପରି ପ୍ରହାର କରିବେ। ସେମାନେ ଯେପରି ବହୁ ଲୋକଙ୍କୁ ନିହତ କରିଥିଲେ ସେହିପରି ସଦାପ୍ରଭୁ ନିହତ କରିବେ।


ଏହା ସତ୍ୟ ସେଦିନ ଅଶୂର ‌‌ଖ‌ଡ଼୍‌ଗରେ ପତିତ ହେବ। ମାତ୍ର ତାହା ମନୁଷ୍ୟର ‌‌ଖ‌ଡ଼୍‌ଗ ନୁହେଁ। ଅଶୂର ସମ୍ପୂର୍ଣ୍ଣ ବିନଷ୍ଟ ହେବ ମାତ୍ର ତାହା ମନୁଷ୍ୟ ‌‌ଖ‌ଡ଼୍‌ଗରେ ନୁହେଁ। ପୁଣି ସେ ‌‌ଖ‌ଡ଼୍‌ଗରେ ସମ୍ମୁଖରୁ ପଳାୟନ କରିବ। ତା'ର ଯୁବକମାନେ କ୍ରୀତଦାସ ହେବେ।


Swiv nou:

Piblisite


Piblisite