Biblia Todo Logo
Bib sou entènèt

- Piblisite -




ଯିଶାଇୟ 32:15 - ପବିତ୍ର ବାଇବଲ

15 ଆତ୍ମା ଊର୍ଦ୍ଧ୍ୱରୁ ଆସିବା ପର୍ଯ୍ୟନ୍ତ ଏହିସବୁ ଗ୍ଭଲୁ ରହିବ। ବର୍ତ୍ତମାନ ଏହା ଧାର୍ମିକମାନଙ୍କ ଇଚ୍ଛା ପାଇଁ ମରୁଭୂମି ହୋଇଛି, ତା'ପରେ ମରୁଭୂମି ଠିକ୍ ବିଗ୍ଭରରେ ପାଇବେ ଏବଂ ଫଳ ବଗିଗ୍ଭ ଜଙ୍ଗଲରେ ପରିଣତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଶେଷରେ ଊର୍ଦ୍ଧ୍ଵରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ।

Gade chapit la Kopi

ଓଡିଆ ବାଇବେଲ

15 ଶେଷରେ ଉର୍ଦ୍ଧ୍ୱରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଶେଷରେ ଊର୍ଦ୍ଧ୍ୱରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ।

Gade chapit la Kopi




ଯିଶାଇୟ 32:15
29 Referans Kwoze  

ଏହା ସତ୍ୟ ଯେ, ଅତି ଅଳ୍ପ ସମୟ ପରେ ଲିବାନୋନ ଫଳପୂର୍ଣ୍ଣ କ୍ଷେତ୍ରରେ ପରିଣତ ହେବ ଓ ଫଳବତୀ କ୍ଷେତ୍ର ଅରଣ୍ୟରେ ପରିଣତ ହେବ।


ଏବଂ ମୁଁ ଇସ୍ରାଏଲ ପରିବାର ଉପରେ ନିଜର ଆତ୍ମା ଜାଳି ଅଛି। ତାହାପରେ ମୁଁ ଆପଣା ମୁଖ ସେମାନଙ୍କଠାରୁ ଲୁଗ୍ଭଇବି ନାହିଁ।” ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି।


“ଆମ୍ଭେ ତୃଷିତ ଭୂମି ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା। ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ବର୍ଷାଇବା।


ତେଣୁ ପଶ୍ଚିମ ଦିଗର ଲୋକମାନେ ସଦାପ୍ରଭୁଙ୍କ ନାମକୁ ଓ ପୂର୍ବଦିଗର ଲୋକମାନେ ସଦାପ୍ରଭୁଙ୍କର ମହିମାକୁ ଭୟ କରିବେ। କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଗ୍ଭଳିତ ପ୍ରବଳ ସ୍ରୋତପରି ସେ ମାଡ଼ି ଆସିବେ।


ଯୀଶୁଙ୍କୁ ସ୍ୱର୍ଗକୁ ଉଠାଇ ନିଆ ଯାଇଛି। ସେ ବର୍ତ୍ତମାନ ଈଶ୍ୱରଙ୍କର ଡାହାଣ ପଟେ ଅଛନ୍ତି। ପରମପିତା ଯୀଶୁଙ୍କୁ ପବିତ୍ରଆତ୍ମା ଦେଇଛନ୍ତି। ଈଶ୍ୱର ଏହି ପବିତ୍ରଆତ୍ମା ଦେବା ପାଇଁ ଆଗରୁ ଶପଥ କରିଥିଲେ। ତେଣୁ ଯୀଶୁ ପବିତ୍ରଆତ୍ମାଙ୍କୁ ଢାଳି ଦେଉଛନ୍ତି। ବର୍ତ୍ତମାନ ତୁମ୍ଭେମାନେ ଏହା ଦେଖୁଅଛ ଓ ଶୁଣୁଅଛ।


ଶୁଣ, ମୋର ପରମପିତା ତୁମ୍ଭମାନଙ୍କୁ ଯାହା ପ୍ରତିଶ୍ରୁତି ଦେଇଛନ୍ତି, ମୁଁ ତାହା ତୁମ୍ଭମାନଙ୍କ ପାଖକୁ ପଠାଇବି। କିନ୍ତୁ ସ୍ୱର୍ଗରୁ ସେହି ଶକ୍ତି ନ ପାଇବା ପର୍ଯ୍ୟନ୍ତ ତୁମ୍ଭେମାନେ ନିଶ୍ଚୟ ଯିରୁଶାଲମରେ ରହିବ।”


ତା'ହେଲେ ଆତ୍ମାଙ୍କର ଜୀବନଦାୟକ ସେବା କେତେ ଅଧିକ ମହିମାଯୁକ୍ତ ନ ହେବ?


ଆମ୍ଭେ ଦାଉଦ ପରିବାର ଓ ଯିରୁଶାଲମ ନିବାସୀଙ୍କ ଉପରେ ଦୟା ଓ ବିନତିର ଆତ୍ମା ବୃଷ୍ଟି କରିବା। ସେମାନେ ଆମ୍ଭକୁ ଦେଖିବେ, ଯାହାକୁ ସେମାନେ ବିଦ୍ଧ କଲେ। ଏବଂ ସେମାନେ ଶୋକ କରିବେ। ସେମାନେ ଏପରି ଶୋକ କରିବେ ଯେ, ନିଜର ଏକମାତ୍ର ପୁତ୍ରର ମୃତ୍ୟୁରେ ଜଣେ ଯେପରି ଶୋକ କରେ। ସେମାନେ ବ୍ୟାକୁଳ ହୋଇ କାନ୍ଦିବେ, ଯେପରି ଜଣେ ଜ୍ୟେଷ୍ଠପୁତ୍ରର ମୃତ୍ୟୁରେ କାନ୍ଦନ୍ତି।


ହେ ସଦାପ୍ରଭୁ, ତୁମ୍ଭେ ଯେତେବେଳେ ଆପଣା ଆତ୍ମା ପଠାଅ, ସେତେବେଳେ ନୂତନ ସୃଷ୍ଟି ହେବ। ଏବଂ ତୁମ୍ଭେ ପୁଣି ସମସ୍ତ ନୂତନ ଜିନିଷ ପୃଥିବୀରେ ସୃଷ୍ଟି କର।


ସେତେବେଳେ ସେ ପ୍ରାଚୀନ କାଳ ଓ ମୋଶା ଓ ନିଜର ଲୋକମାନଙ୍କୁ ସ୍ମରଣ କଲେ, ସେ ନିଜର ମେଷପାଳକମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ ଓ ସେ ଯିଏ କି ସେମାନଙ୍କ ମଧ୍ୟରେ ନିଜର ପବିତ୍ରଆତ୍ମାକୁ ସ୍ଥାପନ କଲେ, ସେ କାହାନ୍ତି?


“ହେ ଆକାଶମଣ୍ଡଳ, ତୁମ୍ଭେ ବିଜୟ, ଧର୍ମ ଓ ନ୍ୟାୟ ମେଘ ଆକାରରେ ବର୍ଷଣ କର। ହେ ପୃଥିବୀ, ତୁମ୍ଭେ ବିଦୀର୍ଣ୍ଣ ହୁଅ; ପରିତ୍ରାଣ, ଧାର୍ମିକତା ଅଙ୍କୁରିତ ହେଉ; ଆମ୍ଭେ ସଦାପ୍ରଭୁ ଏହା ସୃଷ୍ଟି କରୁଅଛୁ।


ମୋର ବାକ୍ୟକୁ ସାବଧାନର ସହିତ ଶୁଣ। ମୁଁ ତୁମ୍ଭମାନଙ୍କୁ ଜାଣିଥିବା କଥାସବୁ କହିବି। ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି।


ମରିଚିକା ଜଳାଶୟ ହେବ। ଶୁଷ୍କ ମରୁଭୂମି ନିର୍ଝରମୟ ହେବ। ଶୃଗାଳମାନଙ୍କ ବାସ ସ୍ଥାନରେ ନଳ ଓ ତଣ୍ଡିବଣ ଜନ୍ମିବ।


କିନ୍ତୁ ପରମେଶ୍ୱର ମଧ୍ୟ ମରୁଭୂମିକୁ ଜଳାଶୟରେ ପରିବର୍ତ୍ତିତ କରି ପାରନ୍ତି। ସେ ପୁଣି ଶୁଷ୍କ ଭୂମିରେ ଝରଣା ବୁହାଇ ପାରନ୍ତି।


ପରମେଶ୍ୱର ନଦନଦୀକୁ ମରୁଭୂମିରେ ପରିଣତ କରି ପାରିବେ ଏବଂ ଝରଣାର ଜଳସ୍ରୋତକୁ ବନ୍ଦ କରି ପାରନ୍ତି।


ଯୀଶୁ ପବିତ୍ରଆତ୍ମାଙ୍କ ବିଷୟରେ କହୁଥିଲେ। ଯୀଶୁ ଏପର୍ଯ୍ୟନ୍ତ ମୃତ୍ୟୁ ଭୋଗ କରି ନ ଥିବାରୁ ଓ ସେ ମହିମାପ୍ରାପ୍ତ ହୋଇ ନ ଥିବାରୁ ଲୋକମାନଙ୍କୁ ଏପର୍ଯ୍ୟନ୍ତ ପବିତ୍ରଆତ୍ମା ଦିଆଯାଇ ନ ଥିଲା। କିନ୍ତୁ ପରେ, ଯେଉଁ ଲୋକମାନେ ଯୀଶୁଙ୍କୁ ବିଶ୍ୱାସ କରିବେ, ସେମାନେ ପବିତ୍ରଆତ୍ମା ଲାଭ କରିବେ।


ତା'ପରେ ସଦାପ୍ରଭୁ ବିଗ୍ଭର ନିମନ୍ତେ ବିଗ୍ଭରକଙ୍କୁ ବିଗ୍ଭର ଜନିତ ଆତ୍ମା ଓ ଯେଉଁମାନେ ନଗରଦ୍ୱାରରେ ଯୁଦ୍ଧରେ ଫେରାଇ ଦିଅନ୍ତି ସେମାନଙ୍କ ପାଇଁ ବଳସ୍ୱରୂପ ହେବେ।


ନିଜ ବିଷୟରେ ସଦାପ୍ରଭୁ କୁହନ୍ତି, “ସେମାନଙ୍କ ସହିତ ଆମ୍ଭର ଚୁକ୍ତି ହେଉଛି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭେ ଯେଉଁ ବାକ୍ୟସବୁ ତୁମ୍ଭ ମୁଖରେ ରଖିଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭର ବଂଶୋଦ୍ଭବ ବଂଶର ମୁଖରୁ ଅଦ୍ୟାବଧି ଅନନ୍ତକାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ।”


ଆଉ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଆପଣା ଆତ୍ମା ପ୍ରବେଶ କରାଇବି। ତହିଁରେ ତୁମ୍ଭେମାନେ ଜୀବିତ ହେବ। ପୁଣି ମୁଁ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ନିଜ ଦେଶରେ ବସାଇବି। ତାହାହେଲେ ମୁଁ ସଦାପ୍ରଭୁ ଏହା କହିଅଛି ଓ ସଫଳ କରିଅଛି ବୋଲି ତୁମ୍ଭେମାନେ ଜାଣିବ।’” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite