Biblia Todo Logo
Bib sou entènèt

- Piblisite -




ଯିଶାଇୟ 34:11 - ପବିତ୍ର ବାଇବଲ

11 ପାଣି ଭେଳା ଓ ଝିଙ୍କ ତାହା ଅଧିକାର କରିବେ। ଆଉ ପେଗ୍ଭ ଓ ଡାମରା କାଉର ତାହା ମଧ୍ୟରେ ବାସ କରିବେ। ପୁଣି ସେ ସ୍ଥାନ “ଶୂନ୍ୟ ମରୁଭୂମି” ବୋଲି ଡକା ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରାକାଉ ତହିଁ ମଧ୍ୟରେ ବାସ କରିବେ; ପୁଣି, ସେ ତହିଁ ଉପରେ ଅବସ୍ତୁତାରୂପ ମାନରଜ୍ଜୁ ଓ ଶୂନ୍ୟତାରୂପ ଓଳମ ଟାଣିବେ।

Gade chapit la Kopi

ଓଡିଆ ବାଇବେଲ

11 ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରା କାଉ ତହିଁ ମଧ୍ୟରେ ବାସ କରିବେ; ପୁଣି, ସେ ତହିଁ ଉପରେ ଅବସ୍ତୁତାରୂପ ମାନରଜ୍ଜୁ ଓ ଶୂନ୍ୟତାରୂପ ଓଳମ ଟାଣିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରା କାଉ ତହିଁ ମଧ୍ୟରେ ବାସ କରିବେ; ପୁଣି, ସେ ତହିଁ ଉପରେ ଅବସ୍ତୁତାରୂପ ମାନରଜ୍ଜୁ ଓ ଶୂନ୍ୟତାରୂପ ଓଳମ ଟାଣିବେ।

Gade chapit la Kopi




ଯିଶାଇୟ 34:11
14 Referans Kwoze  

ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର ନଷ୍ଟ କରିବାକୁ ସଂକଳ୍ପ କରିଛନ୍ତି। ସେ ମାପସୂତା ଧରିଛନ୍ତି ଓ ବିନାଶ କାରଣରୁ ତାଙ୍କ ହସ୍ତ ନିବୃତ୍ତ କରି ନାହାନ୍ତି। ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇ ଅଛନ୍ତି। ସେମାନେ ଏକାବେଳକେ ନିସ୍ତେଜ ହୋଇଛନ୍ତି।


ପୁଣି ଆମ୍ଭେ ଯିରୁଶାଲମ ଉପରେ ଶମରିୟାର ମାପ କରି ରେଖା ଟାଣିବା ଓ ଆହାବ ପରିବାରର ଓଳମ୍ ଟାଣିବା। ପୁଣି ମଣିଷ ଯେପରି ଥାଳି ପୋଛେ ଆଉ ପୋଛୁ ପୋଛୁ ଓଲଟ ପାଲଟ କରେ ସେହିପରି ମୁଁ ଯିରୁଶାଲମକୁ ପୋଛି ପକାଇବି।


ତା'ପରେ କେବଳ ମେଷମାନେ ଓ ହିଂସ୍ର ପଶୁ ସେହି ଧ୍ୱଂସ ନଗରୀରେ ବାସ କରିବେ। ପେଗ୍ଭ ଓ କାଉମାନେ ପରିତ୍ୟକ୍ତ ସ୍ତମ୍ଭମାନଙ୍କରେ ବସିବେ। ସେମାନଙ୍କର ରାବ ଝରକା ବାଟେ ଶୁଣାଯିବ। କାଉଗୁଡ଼ିକ ଦ୍ୱାର ପାହାଚ ଉପରେ ବସିବେ। ପ୍ରବେଶ ପଥ ଧ୍ୱଂସ ଏବଂ ନିର୍ଜ୍ଜନ ହେବ। ଏରସ କଡ଼ିକାଠ ଖୋଲି ଦିଆଯିବ।


ସେ ଦୂତ ବହୁତ ଉଚ୍ଚ ସ୍ୱରରେ ପାଟିକରି କହିଲେ: “ତା'ର ପତନ ହେଲା। ମହାନଗରୀ ବାବିଲର ପତନ ହୋଇଗଲା। ତାହା ଭୂତମାନଙ୍କର ବାସସ୍ଥଳୀ ହେଲା। ତାହା ପ୍ରତ୍ୟେକ ଭୂତାତ୍ମା, ପ୍ରତ୍ୟେକ ପ୍ରକାରର ଶୁଚି ପକ୍ଷୀ ଏବଂ ପ୍ରତ୍ୟେକ ଅଶୁଚି ତଥା ଘୃଣ୍ୟ ପଶୁଙ୍କ ଆଶ୍ରୟସ୍ଥଳ ହେଲା।


ସଦାପ୍ରଭୁ ସର୍ବଶକ୍ତିମାନ ପୁଣି କହିଲେ, “ମୁଁ ମନୁଷ୍ୟର ବାସସ୍ଥଳୀ ବାବିଲକୁ ଝିଙ୍କ ପକ୍ଷୀର ବାସସ୍ଥଳୀ ଓ ଜଳାଶୟରେ ପରିଣତ କରିବି। ମୁଁ ସଂହାର ରୂପକ ଝାଡ଼ୁ ଧରି ତାକୁ ସମ୍ପୂର୍ଣ୍ଣ ସଫା କରି ଦେବି।”


ଦାଉଦ ମଧ୍ୟ ମୋୟାବକୁ ପରାସ୍ତ କଲେ। ସେ ସେମାନଙ୍କୁ ଭୂମିରେ ପଡ଼ି ରହିବା ପାଇଁ ବାଧ୍ୟ କଲେ, ସେ ସେମାନଙ୍କୁ ଏକ ଦଉଡ଼ି ଦ୍ୱାରା ଦୁଇ ଦଳରେ ବିଭକ୍ତ କଲେ। ଦୁଇ ଧାଡ଼ିର ପୁରୁଷ ଲୋକମାନଙ୍କୁ ହତ୍ୟା କରାଗଲା, କିନ୍ତୁ ତୃତୀୟ ଧାଡ଼ିଟିକୁ ଜୀବନ୍ତ ଛାଡ଼ି ଦିଆଗଲା। ତା'ପରେ ମୋୟାବୀୟମାନେ ଦାଉଦଙ୍କର ସେବକ ହେଲେ ଓ ତାକୁ କର ଦେଲେ।


ସମସ୍ତ ନଗରଟି ଧ୍ୱଂସ ହେଇଅଛି। ସମସ୍ତ ଦ୍ୱାର ରୁଦ୍ଧ। ଲୋକମାନେ ଗୃହରେ ପ୍ରବେଶ କରିପାରୁ ନାହାନ୍ତି। “ସର୍ବତ୍ର ବିଭ୍ରମତା ସୃଷ୍ଟି ହୋଇଛି।”


ମୁଁ ମରୁଭୂମିର ଏକାକୀ ପେଗ୍ଭ ପରି, ମୁଁ ଏକ ପେଗ୍ଭ ପରି ନିଃସଙ୍ଗ ଯିଏକି ଏକ ପୁରୁଣା ଧ୍ୱଂସିତ ପରିତ୍ୟକ୍ତ କୋଠାରେ ବାସ କରୁଛି।


ପରମେଶ୍ୱର ପୁଣି ସେମାନଙ୍କର ନିମନ୍ତେ ଗୁଲିବାଣ୍ଟ କରିଛନ୍ତି ଓ ତାଙ୍କର ହସ୍ତ ପରିମାପକ ରଜ୍ଜୁଦ୍ୱାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି। ସେମାନେ ତାହା ଚିରକାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ।


ସଦାପ୍ରଭୁ ମୋତେ କହିଲେ, “ହେ ଆମୋଷ କ’ଣ ଦେଖୁଛ?” ମୁଁ ଉତ୍ତରରେ କହିଲି, “ତାହା ଏକ ଓଳମ।” ତା'ପରେ ମୋର ପ୍ରଭୁ କହିଲେ, “ଦେଖ, ଆମ୍ଭେ ଇସ୍ରାଏଲର ଆପଣା ଲୋକମାନଙ୍କ ମଧ୍ୟରେ ଏକ ଓଳମ ରଖିବା। ଆମ୍ଭେ ସେମାନଙ୍କର ‘କୁକର୍ମ ସବୁକୁ’ ହେୟଜ୍ଞାନ କରିବା ନାହିଁ।


ଓଟପକ୍ଷୀ, ତାମସପକ୍ଷୀ, ସମୁଦ୍ର ଚିଲ ଓ ବିଭିନ୍ନ ଜାତିର ଛଞ୍ଚାଣ,


Swiv nou:

Piblisite


Piblisite