Biblia Todo Logo
Bib sou entènèt

- Piblisite -




ଯିଶାଇୟ 37:1 - ପବିତ୍ର ବାଇବଲ

1 ରାଜା ହିଜକିୟ ସେ ସମସ୍ତ ଶୁଣିଲା ପରେ ନିଜର ବସ୍ତ୍ର ଚିରି ଓ ଅଖା ଘୋଡ଼ି ହୋଇ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇହୋଇ ସଦାପ୍ରଭୁଙ୍କ ଗୃହକୁ ଗଲା।

Gade chapit la Kopi

ଓଡିଆ ବାଇବେଲ

1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ହୋଇ ସଦାପ୍ରଭୁଙ୍କ ଗୃହକୁ ଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ହୋଇ ସଦାପ୍ରଭୁଙ୍କ ଗୃହକୁ ଗଲା।

Gade chapit la Kopi




ଯିଶାଇୟ 37:1
13 Referans Kwoze  

ତା'ପରେ ହି‌ଲ୍‌‌‌କିୟର ପୁତ୍ର ରାଜଗୃହାଧ୍ୟକ୍ଷ ଇଲିୟାକୀମ୍, ଲେଖକ ଶି‌‌‌ବ୍‌‌‌ନ ଓ ଆସଫର ପୁତ୍ର ଇତିହାସ ଲେଖକ ଯୋୟାହ ଆପଣା ଆପଣା ବସ୍ତ୍ର ଚିରି ହିଜକିୟ ନିକଟକୁ ଆସି ରବ୍‌ଶାକିର କଥାସବୁ ତାକୁ ଜଣାଇଲେ।


ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଉଠିଲି। ମୋ’ ଦେହରେ ଚିରାବସ୍ତ୍ର ଓ ଗ୍ଭେଗା ଥିଲା। ମୁଁ ମୋର ଆଣ୍ଠୁମାଡ଼ି ସଦାପ୍ରଭୁ ମୋର ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,


ଏଥିରେ ରାଜା ସେହି ବ୍ୟବସ୍ଥା ପୁସ୍ତକର ବାକ୍ୟ ଶ୍ରବଣ କରି ଆପଣା ଦୁଃଖ ଓ ବ୍ୟସ୍ତତା ଜଣାଇବାକୁ ବସ୍ତ୍ର ଚିରିଲେ।


ସେ କହିଲେ, ‘‘ହାୟ କୋରାଜୀନ୍! ହାୟ ବେ‌‌‌‌‌‌ଥ୍‌‌‌‌‌‌ସାଇଦା! ତୁମ୍ଭ ଅଞ୍ଚଳରେ ଯେଉଁ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ କରାଗଲା, ସେଗୁଡ଼ିକ ଯଦି ସୋର ଓ ସୀଦୋନରେ କରିଥାଆନ୍ତୁ, ତେବେ ବହୁ ପୂର୍ବରୁ ସେ ଲୋକମାନେ ହୃଦୟ ଓ ଜୀବନ ପରିବର୍ତ୍ତନ କରି ସାରି ଥାଆନ୍ତେ। ସେମାନେ ଅଖା ପିନ୍ଧି ଓ ଦେହରେ ପାଉଁଶ ବୋଳି ହୋଇ ତାହାଙ୍କ ପାପ ପାଇଁ ଦୁଃଖ ପ୍ରକାଶ କରି ସାରି ଥାଆନ୍ତେ।


ଆଉ ମଧ୍ୟ ରାଜା ଓ ତାଙ୍କର ଦାସଗଣ ଯେତେବେଳେ ସେହି ପୁସ୍ତକର ବାକ୍ୟ ଶୁଣିଲେ, ସେମାନେ କେହି ଭୟଭୀତ ହେଲେ ନାହିଁ କିଅବା ଆପଣା ବସ୍ତ୍ର ଚିରି ଦୁଃଖ ପ୍ରକାଶ କଲେ ନାହିଁ।


“ଯିହୁଦାର ରାଜା ହିଜକିୟ ଓ ଯିହୁଦାର ସମସ୍ତ ଲୋକ ମୀଖାକୁ ବଧ କରି ନ ଥିଲେ। ହିଜକିୟ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ। ତେଣୁ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ ସେ ନିବୃତ୍ତ ହେଲେ। ଯଦି ଆମ୍ଭେମାନେ ଯିରିମିୟଙ୍କ ପ୍ରତି କିଛି କରୁ, ତେବେ ଆମ୍ଭମାନଙ୍କ ପ୍ରାଣର ପ୍ରତିକୂଳରେ ଅମଙ୍ଗଳ କରୁଅଛୁ।”


ରାଜା ହିଜକିୟ ଓ ଆମୋସଙ୍କ ପୁତ୍ର ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟ ଏହି ସମସ୍ୟା ସମ୍ବନ୍ଧରେ ପ୍ରାର୍ଥନା କଲେ। ସେମାନେ ସ୍ୱର୍ଗ ପ୍ରତି ଅତି ଉଚ୍ଚସ୍ୱରରେ ପ୍ରାର୍ଥନା କଲେ।


ମର୍ଦ୍ଦଖୟ ଏସବୁ ବିଷୟ ଜାଣିବାପରେ ନିଜର ବସ୍ତ୍ରକୁ ଚିରି ପକାଇଲା ଓ ଚଟ ବସ୍ତ୍ର ପିନ୍ଧି ମୁଣ୍ତରେ ଭସ୍ମ ଲେପନ କଲା। ସେ ନଗର ମଧ୍ୟକୁ ଗଲା ଓ ଉଚ୍ଚ ସ୍ୱରରେ ରୋଦନ କଲା।


ତେଣୁ ମୋର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଲୋକମାନଙ୍କୁ ରୋଦନ ଓ ବିଳାପ, ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବସ୍ତ୍ର ପରିଧାନ କରିବାକୁ ଡାକି କହିଲେ।


ହିଜକିୟ ଦୂତଙ୍କଠାରୁ ଏକ ଲେଖା ନେଲେ ଓ ପାଠ କଲେ। ତା'ପରେ ସେ ସଦାପ୍ରଭୁଙ୍କ ମନ୍ଦିରକୁ ଯାଇ ପ୍ରାର୍ଥନା କରି କହିଲା।


Swiv nou:

Piblisite


Piblisite