Biblia Todo Logo
Bib sou entènèt

- Piblisite -




ଯିଶାଇୟ 37:21 - ପବିତ୍ର ବାଇବଲ

21 ତା'ପରେ ଆମୋସଙ୍କ ପୁତ୍ର ଯିଶାଇୟ ହିଜକିୟ ନିକଟକୁ ଏହି ବାର୍ତ୍ତା କହି ପଠାଇଲେ। ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କୁହନ୍ତି, ‘ତୁମ୍ଭେ ଅଶୂରର ରାଜା ସ‌‌‌ନ୍‌‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ପ୍ରାର୍ଥନା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏଉତ୍ତାରେ ଆମୋସଙ୍କ ପୁତ୍ର ଯିଶାଇୟ ହିଜକୀୟ ନିକଟକୁ କହି ପଠାଇଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍ହେରୀବ୍ ବିରୁଦ୍ଧରେ ଆମ୍ଭ ନିକଟରେ ପ୍ରାର୍ଥନା କରିବାରୁ,

Gade chapit la Kopi

ଓଡିଆ ବାଇବେଲ

21 ଏଉତ୍ତାରେ ଆମୋସଙ୍କ ପୁତ୍ର ଯିଶାଇୟ ହିଜକୀୟ ନିକଟକୁ କହି ପଠାଇଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେ ଅଶୂରର ରାଜା ସନ୍‍‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ପ୍ରାର୍ଥନା କରିବାରୁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଉତ୍ତାରେ ଆମୋସଙ୍କ ପୁତ୍ର ଯିଶାଇୟ ହିଜକୀୟ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍‍‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ପ୍ରାର୍ଥନା କରିବାରୁ,

Gade chapit la Kopi




ଯିଶାଇୟ 37:21
12 Referans Kwoze  

ପ୍ରାର୍ଥନା ସରିବା ପରେ ଯେଉଁ ପ୍ରାର୍ଥନା ଘରେ, ସମସ୍ତେ ଏକାଠି ହୋଇଥିଲେ, ସେହି ଘର କମ୍ପି ଉଠିଲା। ସେମାନେ ସମସ୍ତେ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇଗଲେ ଓ ପରମେଶ୍ୱରଙ୍କର ବାର୍ତ୍ତା ସାହସର ସହିତ କହିବାକୁ ଲାଗିଲେ।


ପୁଣି ସେମାନେ ଡାକିବା ପୂର୍ବରୁ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।


ସେତେବେଳେ ତୁମ୍ଭେ ସଦାପ୍ରଭୁଙ୍କୁ ଡାକିବ ଓ ସେ ଉତ୍ତର ଦେବେ। ତୁମ୍ଭେ ଆର୍ତ୍ତସ୍ୱରରେ କହିବ, ଆଉ ସେ ଉତ୍ତର ଦେବେ, “ଆମ୍ଭେ ଏଠାରେ ଉପସ୍ଥିତ ଅଛୁ।” ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜନ ଓ ଅଧର୍ମ ବାକ୍ୟ ଦୂର କର


ପୁଣି ହିଜକିୟ ରାଜା ଗୃହାଧ୍ୟକ୍ଷ ଇଲିୟାକୀମ୍, ଲେଖକ ଶିବ୍‌‌‌ନ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖା ପିନ୍ଧାଇ ଆମୋସଙ୍କ ପୁତ୍ର ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟଙ୍କ ନିକଟକୁ ପଠାଇଲେ।


ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାଯ୍ୟ ପାଇଁ ଡାକିବେ, ଆମ୍ଭେ ସେମାନଙ୍କର ଡାକ ଶୁଣିବା। ସେମାନଙ୍କ କଷ୍ଟ ସମୟରେ ଆମ୍ଭେ ସେମାନଙ୍କ ସହିତ ରହିବା। ଆମ୍ଭେ ସେମାନଙ୍କୁ ରକ୍ଷା କରିବା ଏବଂ ସମ୍ମାନ ଦେବା।


ତା'ପରେ ତୁମ୍ଭେ ତାଙ୍କୁ ପ୍ରାର୍ଥନା କରିବ ଏବଂ ସେ ତୁମ୍ଭର ଡାକ ଶୁଣିବେ। ଯାହାସବୁ ପ୍ରତିଜ୍ଞା ତାଙ୍କଠାରେ କରିଛ, ତାହା ତୁମ୍ଭେ ରଖିବାକୁ ସକ୍ଷମ ହେବ।


ଏହା ପରେ ଅହୀଥୋଫଲ ଯେତେବେଳେ ଦେଖିଲେ ଏହା ତାଙ୍କ ମନ୍ତ୍ରଣା ଅନୁସାରେ ଗଲା ନାହିଁ, ସେ ତାଙ୍କ ଗଧ ଉପରେ ଚଢ଼ି ତାଙ୍କର ନିଜ ନଗରକୁ ଫେରିଲେ ଏବଂ ସେ ତାଙ୍କ ବଂଶ ପାଇଁ ଏକ ଦଲିଲ୍ ଲେଖିଲେ ଏବଂ ନିଜେ ଫାଶି ହୋଇ ଗଲେ। ଏହିପରି ଭାବରେ ସେ ମଲା ଓ ନିଜର ପିତାର କବରରେ କବର ପାଇଲା।


ଜଣେ ଲୋକ ଦାଉଦଙ୍କୁ କହିଲେ, “ଅବଶାଲୋମଙ୍କର ଚକ୍ରାନ୍ତକାରୀମାନଙ୍କ ସହିତ ଅହୀଥୋଫଲ ଅଛି।” ତା'ପରେ ଦାଉଦ ପ୍ରାର୍ଥନା କଲେ, “ହେ ମୋର ସଦାପ୍ରଭୁ, ଦୟାକରି ଅହୀଥୋଫଲର ଉପଦେଶକୁ ଅଦରକାରୀ କର।”


ଅନନ୍ତର ହିଜକିୟଙ୍କର ରାଜତ୍ୱର ଚତୁଃର୍ଦ୍ଦଶ ବର୍ଷରେ ଅଶୂରର ରାଜା ସ‌ନ୍‌ହେରୀଦ୍ ଯିହୁଦାର ସମସ୍ତ ପ୍ରାଚୀର ବେଷ୍ଟିତ ନଗର ଅବରୋଧ କରି ତାକୁ ଅଧିକାର କଲେ।


Swiv nou:

Piblisite


Piblisite