ଯିଶାଇୟ 37:26 - ପବିତ୍ର ବାଇବଲ26 “ଏସବୁ ତୁମ୍ଭେ ସିନା କହିଲ, ମାତ୍ର ତୁମ୍ଭେ କ’ଣ ଶୁଣି ନାହଁ, “ବହୁକାଳ ପୂର୍ବରୁ ଏହା ନିରୂପଣ ଓ ସ୍ଥିର କରିଅଛୁ? ତୁମ୍ଭେ ପ୍ରାଚୀର ବେଷ୍ଟିତ ନଗରଗୁଡ଼ିକୁ ଧ୍ୱଂସ କରି ଢିପି କରିବ, ଏହା ଆମ୍ଭେ ଏବେ ସଫଳ କରିଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)26 କିପରି ଆମ୍ଭେ ଦୀର୍ଘ କାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି ସେସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ। Gade chapit laଓଡିଆ ବାଇବେଲ26 କିପରି ଆମ୍ଭେ ଦୀର୍ଘ କାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କ’ଣ ତୁମ୍ଭେ ଶୁଣି ନାହଁ ? ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି ସେହି ସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି ସେହି ସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ। Gade chapit la |
କେତେକ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳରେ ପ୍ରବେଶ କରିଛନ୍ତି। ସେମାନେ ସେମାନଙ୍କର କାର୍ଯ୍ୟ ପାଇଁ ଦୋଷୀ ବିବେଚିତ ହୋଇ ସାରିଲେଣି। ଭବିଷ୍ୟଦ୍ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ୱରଙ୍କର ବିରୋଧୀ। ସେମାନେ ପାପପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ଆମ୍ଭ ପରମେଶ୍ୱରଙ୍କର ଅନୁଗ୍ରହକୁ ଅପବ୍ୟବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।