Biblia Todo Logo
Bib sou entènèt

- Piblisite -




ଯିଶାଇୟ 37:7 - ପବିତ୍ର ବାଇବଲ

7 ଦେଖ, ଆମ୍ଭେ ଅଶୂରୀୟ ରାଜା ମଧ୍ୟରେ ଏକ ଆତ୍ମା ପ୍ରବେଶ କରାଇବା ଓ କୌଣସି ଜନରବ ଶୁଣି ନିଜ ଦେଶକୁ ଫେରିଯିବ। ସେତେବେଳେ ତାହାରି ନିଜ ଦେଶରେ ଆମ୍ଭେ ତାକୁ ‌‌ଖ‌ଡ଼୍‌ଗରେ ନିପାତ କରିବା।”’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ, ଆମ୍ଭେ ତାହାର ନିଜ ଦେଶରେ ଖଡ଼୍‍ଗ ଦ୍ଵାରା ତାହାକୁ ନିପାତ କରିବା।

Gade chapit la Kopi

ଓଡିଆ ବାଇବେଲ

7 ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ, ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ, ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”

Gade chapit la Kopi




ଯିଶାଇୟ 37:7
15 Referans Kwoze  

ଅଶୂରର ରାଜା ଶୁଣିବାକୁ ପାଇଲେ, “ରାଜା ତିହୀକ କୂଶ ଦେଶରେ ତାଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସୁଛନ୍ତି,” ଯେତେବେଳେ ଅଶୂରର ରାଜା ଏ କଥା ଶୁଣିଲେ, ସେ ହିଜକିୟ ପାଖକୁ ଦୂତଗଣ ପଠାଇଲେ ଏବଂ କହିଲେ,


ଏହା ପରେ ସଦାପ୍ରଭୁ ଅଶୂର ରାଜାର ଛାଉଣିକୁ ଜଣେ ସ୍ୱର୍ଗଦୂତଙ୍କୁ ପଠାଇଲେ। ସେହି ସ୍ୱର୍ଗଦୂତ ଅଶୂରର ସୈନ୍ୟଦଳର ସମସ୍ତ ସୈନ୍ୟ, ନେତାଗଣ ଓ ସେନାଧିକାରୀମାନଙ୍କୁ ହତ୍ୟା କଲେ। ତେଣୁ ଅଶୂରର ରାଜା ନିଜ ଗୃହକୁ ଓ ଦେଶକୁ ଫେରିଗଲା ଓ ତାହାର ଲୋକମାନେ ତା’ ନିମନ୍ତେ ଲଜ୍ଜା ଅନୁଭବ କଲେ। ସେ ତାହାର ଦେବତାର ମନ୍ଦିରକୁ ଗଲା ଓ ତା'ର ନିଜର ପୁତ୍ରମାନେ କେତେଜଣ ସେହି ସ୍ଥାନରେ ତାହାକୁ ଏକ ‌‌ଖ‌ଡ଼୍‌ଗରେ ବଧ କଲେ।


ପ୍ରତ୍ୟେକ ଶବ୍ଦ ତା'ର ଭୟ ସଞ୍ଚାର କରେ। ତା'ର ଶତ୍ରୁ ତାକୁ ଆକ୍ରମଣ କରନ୍ତି, ଯେତେବେଳେ ସେ ନିଜକୁ ନିରାପଦ ମଣୁଥାଏ।


ପରମେଶ୍ୱରଙ୍କ ଦଣ୍ଡରେ ସେମାନେ ମୃତ୍ୟୁବରଣ କରନ୍ତି। ପରମେଶ୍ୱରଙ୍କ କ୍ରୋଧରେ ସେମାନେ ଧ୍ୱଂସ ହୁଅନ୍ତି।


କାରଣ ସଦାପ୍ରଭୁ ଅରାମୀୟ ସୈନ୍ୟମାନଙ୍କୁ ରଥ ଶବ୍ଦ, ଅଶ୍ୱ ଶବ୍ଦ ଓ ବିପୁଳ ସୈନ୍ୟବାହିନୀର ଶବ୍ଦ ଶୁଣାଇଲେ। ତହିଁରେ ସେମାନେ ପରସ୍ପରକୁ କହିଲେ, “ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବାକୁ ହିତ୍ତୀୟ ଓ ମିଶରୀୟ ରାଜଗଣଙ୍କୁ ଆମ୍ଭ ବିରୁଦ୍ଧରେ ବେତନ ଦେଇ ନିଯୁକ୍ତ କରିଅଛି।”


ଜ୍ୱଳନ୍ତା କଣ୍ଟା ହାଣ୍ଡିକୁ ଗଲାପରି ସେମାନେ ଶୀଘ୍ର ଧ୍ୱଂସ ହୁଅନ୍ତି।


ହଁ, ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦମ୍ଭ ଓ ଗର୍ବିତ କଥା ଆମ୍ଭର କର୍ଣ୍ଣଗୋଚର ହୋଇଅଛି। ଏଣୁ ଆମ୍ଭେ ତୁମ୍ଭ ନାକରେ ଅଙ୍କୁଶ ଓ ଓଠରେ ଲଗାମ ଦେବା। ପୁଣି ତୁମ୍ଭେ ଯେଉଁ ବାଟରେ ଆସିଥିଲ, ସେହି ବାଟରେ ତୁମ୍ଭେମାନେ ଫେରିଯିବ।””


Swiv nou:

Piblisite


Piblisite