Biblia Todo Logo
Bib sou entènèt

- Piblisite -




ଯିଶାଇୟ 38:1 - ପବିତ୍ର ବାଇବଲ

1 ସେହି ସମୟରେ ହିଜକିୟ ସାଂଘାତିକ ରୋଗରେ ପୀଡ଼ିତ ହେଲେ। ତେଣୁ ଆମୋସଙ୍କ ପୁତ୍ର ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟ ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ମୋତେ ଏହିକଥା କହିଛନ୍ତି, ‘ତୁମ୍ଭେ କେବେ ଆରୋଗ୍ୟ ହେବ ନାହିଁ, ତୁମ୍ଭେ ନିଶ୍ଚୟ ମରିବ। ତେଣୁ ତୁମ୍ଭେ ତୁମ୍ଭର ଗୃହକୁ ସଜାଡ଼।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାହା ନିକଟକୁ ଆସି କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

1 ସେହି ସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାହା ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେହି ସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାହା ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”

Gade chapit la Kopi




ଯିଶାଇୟ 38:1
16 Referans Kwoze  

ସେହି ଦିନମାନଙ୍କରେ ହିଜକିୟ ଗୁରୁତର ଭାବରେ ଅସୁସ୍ଥ ହେଲେ ଓ ମରଣାପନ୍ନ ହେଲେ। ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ସଦାପ୍ରଭୁ ହିଜକିୟଙ୍କୁ କଥା କହିଲେ ଓ ଗୋଟିଏ ଚିହ୍ନ ଦେଲେ।


ଏହା ପରେ ଅହୀଥୋଫଲ ଯେତେବେଳେ ଦେଖିଲେ ଏହା ତାଙ୍କ ମନ୍ତ୍ରଣା ଅନୁସାରେ ଗଲା ନାହିଁ, ସେ ତାଙ୍କ ଗଧ ଉପରେ ଚଢ଼ି ତାଙ୍କର ନିଜ ନଗରକୁ ଫେରିଲେ ଏବଂ ସେ ତାଙ୍କ ବଂଶ ପାଇଁ ଏକ ଦଲିଲ୍ ଲେଖିଲେ ଏବଂ ନିଜେ ଫାଶି ହୋଇ ଗଲେ। ଏହିପରି ଭାବରେ ସେ ମଲା ଓ ନିଜର ପିତାର କବରରେ କବର ପାଇଲା।


ଲୋକମାନେ ଯାହା କଲେ ପରମେଶ୍ୱର ସବୁ ଦେଖିଲେ। ସେମାନେ ମନ୍ଦକାର୍ଯ୍ୟ ବନ୍ଦ କରିବା ପରମେଶ୍ୱର ଦେଖିଲେ। ତେଣୁ ସେ ତାଙ୍କର ମନ ବଦଳାଇଲେ ଏବଂ ଯାହା ଯୋଜନା କରିଥିଲେ ତାହା କଲେ ନାହିଁ। ସେ ଲୋକମାନଙ୍କୁ ଆଉ ଦଣ୍ତ ଦେଲେ ନାହିଁ।


ପିତର ଯେତେବେଳେ ଲୂଦରେ ଥିଲେ, ସେତେବେଳେ ସେ ଅସୁସ୍ଥ ହୋଇ ମରିଗଲେ। ଲୋକମାନେ ତାହାଙ୍କର ଶରୀରକୁ ଧୋଇ ଉପର ମହଲାର କୋଠରୀରେ ଶୁଆଇ ଦେଲେ।


ଯୂନସ ନଗରର କେନ୍ଦ୍ରସ୍ଥଳୀକୁ ଯାଇ ତା'ର ପ୍ରଗ୍ଭର ଲୋକମାନଙ୍କ ମଧ୍ୟରେ ଆରମ୍ଭ କଲେ। ଯୂନସ କହିଲେ, “ଗ୍ଭଳିଶ୍ ଦିନ ପରେ ନୀନିବୀ ଧ୍ୱଂସ ହେବ।”


ତା'ପରେ ଆମୋସଙ୍କ ପୁତ୍ର ଯିଶାଇୟ ହିଜକିୟ ନିକଟକୁ ଏହି ବାର୍ତ୍ତା କହି ପଠାଇଲେ। ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କୁହନ୍ତି, ‘ତୁମ୍ଭେ ଅଶୂରର ରାଜା ସ‌‌‌ନ୍‌‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ପ୍ରାର୍ଥନା କର।


ପୁଣି ହିଜକିୟ ରାଜା ଗୃହାଧ୍ୟକ୍ଷ ଇଲିୟାକୀମ୍, ଲେଖକ ଶିବ୍‌‌‌ନ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖା ପିନ୍ଧାଇ ଆମୋସଙ୍କ ପୁତ୍ର ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟଙ୍କ ନିକଟକୁ ପଠାଇଲେ।


ଆମୋସଙ୍କର ପୁତ୍ର ଯିଶାଇୟଙ୍କର ଦର୍ଶନ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଯାହାସବୁ ଘଟିଥିଲା ସେସବୁ ଯିଶାଇୟଙ୍କୁ ଦେଖାଇଲେ ଉଷିୟ, ଯୋଥମ୍, ଆହସ୍ ଓ ହିଜକିୟଙ୍କ ରାଜତ୍ୱ କାଳରେ ଯିହୁଦାରେ ଯାହାସବୁ ଘଟିଥିଲା ଯିଶାଇୟ ଦର୍ଶନ କଲେ।


ତୁମ୍ଭେ କୌଣସି କାର୍ଯ୍ୟ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସେଠାରେ କିଛି କାର୍ଯ୍ୟ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।


ଦାଉଦ କହିଲେ, “ପିଲାଟି ବଞ୍ଚିଥିବା ସମୟରେ ମୁଁ ଖାଇବାକୁ ମନାକଲି କାରଣ ମୁଁ କ୍ରନ୍ଦନ କଲି, ‘ଯଦି ପରମେଶ୍ୱରଙ୍କୁ ମୋର ଦୁଃଖ ଜଣାଏ କାଳେ ସେ ମୋ’ ଉପରେ ଦୟା କରିବେ ଏବଂ ପିଲାଟିକୁ ବଞ୍ଚିବାକୁ ଦେବେ।’


Swiv nou:

Piblisite


Piblisite