Biblia Todo Logo
Bib sou entènèt

- Piblisite -




ଯିଶାଇୟ 40:21 - ପବିତ୍ର ବାଇବଲ

21 ତୁମ୍ଭେମାନେ କ’ଣ ଜାଣି ନାହଁ। ତୁମ୍ଭେମାନେ କ’ଣ ଶୁଣି ନାହଁ? ଆଦ୍ୟକାଳରୁ ତୁମ୍ଭମାନଙ୍କୁ କ’ଣ ଜଣାଇ ଦିଆଯାଇ ନାହିଁ? ଏ ଜଗତରେ ସୃଷ୍ଟିକର୍ତ୍ତା କିଏ ତୁମ୍ଭେ ନିଶ୍ଚୟ ଜାଣିଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତୁମ୍ଭେମାନେ କି ଜାଣି ନାହଁ? ତୁମ୍ଭେମାନେ କି ଶୁଣି ନାହଁ? ଆଦ୍ୟକାଳରୁ କି ତୁମ୍ଭମାନଙ୍କୁ ଜ୍ଞାତ କରାଯାଇ ନାହିଁ? ପୃଥିବୀର ପତ୍ତନଠାରୁ କି ତୁମ୍ଭେମାନେ ବୁଝି ନାହଁ?

Gade chapit la Kopi

ଓଡିଆ ବାଇବେଲ

21 ତୁମ୍ଭେମାନେ କି ଜାଣି ନାହଁ ? ତୁମ୍ଭେମାନେ କି ଶୁଣି ନାହଁ ? ଆଦ୍ୟକାଳରୁ କି ତୁମ୍ଭମାନଙ୍କୁ ଜ୍ଞାତ କରାଯାଇ ନାହିଁ ? ପୃଥିବୀର ପତ୍ତନଠାରୁ କି ତୁମ୍ଭେମାନେ ବୁଝି ନାହଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତୁମ୍ଭେମାନେ କି ଜାଣି ନାହଁ? ତୁମ୍ଭେମାନେ କି ଶୁଣି ନାହଁ? ଆଦ୍ୟକାଳରୁ କି ତୁମ୍ଭମାନଙ୍କୁ ଜ୍ଞାତ କରାଯାଇ ନାହିଁ? ପୃଥିବୀର ପତ୍ତନଠାରୁ କି ତୁମ୍ଭେମାନେ ବୁଝି ନାହଁ?

Gade chapit la Kopi




ଯିଶାଇୟ 40:21
17 Referans Kwoze  

କିନ୍ତୁ ସେ ତୁମ୍ଭମାନଙ୍କ ନିକଟରେ ନିଜର ସାକ୍ଷ୍ୟ ଦେଇ ଅଛନ୍ତି। କାରଣ ସେ ତୁମ୍ଭମାନଙ୍କ ପାଇଁ ବହୂତ ଭଲ କାମ କରିଛନ୍ତି। ସେ ତୁମ୍ଭକୁ ସ୍ୱର୍ଗରୁ ବର୍ଷା ଓ ଋତୁ ଅନୁସାରେ ଶସ୍ୟ ଦେଇଛନ୍ତି। ସେ ତୁମ୍ଭମାନଙ୍କୁ ଖାଦ୍ୟ ଦିଅନ୍ତି। ସେ ତୁମ୍ଭମାନଙ୍କର ହୃଦୟ ଆନନ୍ଦରେ ଭରି ଦିଅନ୍ତି।”


ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଦକ୍ଷିଣ ହସ୍ତ ଆକାଶମଣ୍ଡଳ ବିସ୍ତାର କରିଅଛି। ତେଣୁ ଆମ୍ଭେ ସେମାନଙ୍କୁ ଡାକିଲେ ସେମାନେ ଏକତ୍ର ଆମ୍ଭ ସମ୍ମୁଖରେ ଛିଡ଼ା ହୁଅନ୍ତି।


“ତୁମ୍ଭେମାନେ ଏହା ସ୍ମରଣ କର ଓ ଶକ୍ତିଶାଳୀ ହୁଅ। ହେ ତୁମ୍ଭେମାନେ ଯେଉଁମାନେ ଅପରାଧ କର, ଏବିଷୟରେ ଚିନ୍ତା କର।


ପରମେଶ୍ୱର ହେଉଛନ୍ତି ବିଗ୍ଭରକର୍ତ୍ତା। ସ୍ୱର୍ଗ ତାଙ୍କର ନ୍ୟାୟ ପ୍ରିୟତାକୁ ବର୍ଣ୍ଣନା କରେ। ସେଲା


ପରମେଶ୍ୱରଙ୍କ ବିଷୟରେ ପ୍ରକୃତ ଜ୍ଞାନ ପ୍ରାପ୍ତ କରିବାକୁ ଲୋକେ ଗୁରୁତ୍ୱ ଦେଲେ ନାହିଁ। ସେଥିପାଇଁ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ବିକୃତ ଚିନ୍ତାରେ ରହିବାକୁ ଛାଡ଼ି ଦେଲେ ଓ ସେମାନେ ଅନୁଚିତ୍ କର୍ମକରି ରହିଲେ।


ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ବିଶ୍ୱାସକାରୀମାନେ ସେହିପରି ହେବେ!


ସଦାପ୍ରଭୁ ଯେ ଏହି ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତୁମ୍ଭର ନିର୍ମାଣକର୍ତ୍ତା, ତୁମ୍ଭେ ତାଙ୍କୁ ଭୁଲିଅଛ। ତେଣୁ ତୁମ୍ଭେ ଦିନଯାକ ନିରନ୍ତର ସେମାନଙ୍କୁ ଭୟ କରୁଅଛ ଯେ ତୁମ୍ଭକୁ ବିନାଶ କରିବାକୁ ଉଦ୍ୟତ ହୋଇ କୋପ କରିଛନ୍ତି। ମାତ୍ର ସେହି ଉପଦ୍ରବକାରୀ ଏବେ କାହାନ୍ତି ଓ ତାଙ୍କର କୋପ କାହିଁ?


ଯେ ଭସ୍ମ ଭୋଜନ କରେ, ସେ ନିଜର ଜୀବନକୁ ରକ୍ଷା କରିପାରେ ନାହିଁ। ମୋ’ ଦକ୍ଷିଣ ହସ୍ତରେ ଏହି ସମସ୍ତ ବିଷୟରେ କ’ଣ କୌଣସି ମିଥ୍ୟା ନାହିଁ? କହିପାରେ ନାହିଁ। “ଏଣୁ ତା'ର ଭ୍ରାନ୍ତଚିତ୍ତ ତାକୁ ବିପଥଗାମୀ କରିଛି।”


ଦ୍ରାକ୍ଷାଗଛରେ ଡାଳ ଶୁଷ୍କ ହେଲେ ଭଙ୍ଗାଯିବ। ସ୍ତ୍ରୀଲୋକମାନେ ତାକୁ ଜାଳେଣି ରୂପେ ବ୍ୟବହାର କରିବେ। କାରଣ ଲୋକମାନେ ବୁଦ୍ଧିହୀନ। ପରମେଶ୍ୱର ଯେ କି ତାଙ୍କର ସୃଷ୍ଟିକର୍ତ୍ତା ସେମାନଙ୍କ ପ୍ରତି ଦୟା କରିବେ ନାହିଁ। ତାଙ୍କୁ ଗଢ଼ିଲେ ମଧ୍ୟ ତାଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।


ଆରମ୍ଭରେ ପରମେଶ୍ୱର ଆକାଶ ଓ ପୃଥିବୀକୁ ସୃଷ୍ଟି କଲେ।


“ଏସବୁ ତୁମ୍ଭେ ସିନା କହିଲ, ମାତ୍ର ତୁମ୍ଭେ କ’ଣ ଶୁଣି ନାହଁ, “ବହୁକାଳ ପୂର୍ବରୁ ଏହା ନିରୂପଣ ଓ ସ୍ଥିର କରିଅଛୁ? ତୁମ୍ଭେ ପ୍ରାଚୀର ବେଷ୍ଟିତ ନଗରଗୁଡ଼ିକୁ ଧ୍ୱଂସ କରି ଢିପି କରିବ, ଏହା ଆମ୍ଭେ ଏବେ ସଫଳ କରିଅଛୁ।


ତୁମ୍ଭେ କ’ଣ ଜାଣି ନାହଁ? ତୁମ୍ଭେ କ’ଣ ଶୁଣି ନାହଁ? ସେ ସମସ୍ତ ଜଗତର ସୃଷ୍ଟିକର୍ତ୍ତା। ଅନାଦି ଅନନ୍ତ ପରମେଶ୍ୱର। ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ କି ଶ୍ରାନ୍ତ ହୁଅନ୍ତି ନାହିଁ। ତାଙ୍କର ବୁଦ୍ଧି ବୋଧର ଅଗମ୍ୟ।


ପରମେଶ୍ୱର ଉତ୍ତର ଆକାଶ ବିସ୍ତାର କରନ୍ତି, ଶୂନ୍ୟ ସ୍ଥାନରେ ପରମେଶ୍ୱର ପୃଥିବୀକୁ ଶୂନ୍ୟରେ ଟଙ୍ଗାଇ ରଖନ୍ତି।


Swiv nou:

Piblisite


Piblisite