Biblia Todo Logo
Bib sou entènèt

- Piblisite -




ଯିଶାଇୟ 40:26 - ପବିତ୍ର ବାଇବଲ

26 ଆକାଶକୁ ଦେଖ! କିଏ ସେହି ନକ୍ଷତ୍ରମାନଙ୍କୁ ସୃଷ୍ଟି କରିଛନ୍ତି? କିଏ ସେହି ସମସ୍ତ ନକ୍ଷତ୍ରମାନଙ୍କୁ ଆଦେଶ ଦିଅନ୍ତି ଓ ସେମାନଙ୍କ ନାମ ଧରି ସେମାନଙ୍କୁ ଡାକନ୍ତି? ତାଙ୍କର ପ୍ରବଳ ଶକ୍ତି ଓ ଅମାପ ଶକ୍ତି ଯୋଗୁଁ ଗୋଟିଏ ମଧ୍ୟ ହଜେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଊର୍ଦ୍ଧ୍ଵଦୃଷ୍ଟି କରି ଦେଖ, ଏସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ଵାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।

Gade chapit la Kopi

ଓଡିଆ ବାଇବେଲ

26 ଉର୍ଦ୍ଧ୍ୱ ଦୃଷ୍ଟି କରି ଦେଖ, ଏହି ସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି ? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଊର୍ଦ୍ଧ୍ୱଦୃଷ୍ଟି କରି ଦେଖ, ଏହି ସମସ୍ତଙ୍କୁ କିଏ ସୃଷ୍ଟି କରିଅଛନ୍ତି? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।

Gade chapit la Kopi




ଯିଶାଇୟ 40:26
26 Referans Kwoze  

ତୁମ୍ଭେମାନେ ସ୍ୱର୍ଗମଣ୍ଡଳ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର। କାରଣ ଆକାଶ ମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତୁ ତୁଲ୍ୟ ଜୀର୍ଣ୍ଣ ହେବ। ଆଉ ମଧ୍ୟ ପୃଥିବୀବାସୀ ସେହିପରି ମୃତ୍ୟୁବରଣ କରିବେ। ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମାଗ୍ଭର ଲୁପ୍ତ ହେବ ନାହିଁ।


ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଦକ୍ଷିଣ ହସ୍ତ ଆକାଶମଣ୍ଡଳ ବିସ୍ତାର କରିଅଛି। ତେଣୁ ଆମ୍ଭେ ସେମାନଙ୍କୁ ଡାକିଲେ ସେମାନେ ଏକତ୍ର ଆମ୍ଭ ସମ୍ମୁଖରେ ଛିଡ଼ା ହୁଅନ୍ତି।


ତୁମ୍ଭର ତ୍ରାଣକର୍ତ୍ତା ସଦାପ୍ରଭୁ ତୁମ୍ଭକୁ ମାତୃ ଗର୍ଭରୁ ହିଁ ଗଢ଼ିଛନ୍ତି। ସେ ଏହା କୁହନ୍ତି, “ଆମ୍ଭେ ସଦାପ୍ରଭୁ, ସମସ୍ତ ସାଧନ କରିଅଛୁ। ଆମ୍ଭେ ଆକାଶମଣ୍ତଳକୁ ବିସ୍ତାର କରୁ ଓ ଏକାକୀ ପୃଥିବୀକୁ ପ୍ରସାରିତ କରୁ। ଆମ୍ଭର ସହିତ କେହି ନାହିଁ।”


ଆମ୍ଭେ ଆଲୋକ ସୃଷ୍ଟିକରୁ ଓ ଆମ୍ଭେ ଅନ୍ଧକାର ମଧ୍ୟ ସୃଷ୍ଟି କରୁ। ଆମ୍ଭେ ଶାନ୍ତି ରଚନା କରୁ ଓ ଅନିଷ୍ଟ ମଧ୍ୟ ସୃଷ୍ଟି କରୁ। ଆମ୍ଭେ ସଦାପ୍ରଭୁ ଏ ସମସ୍ତ ସାଧନ କରୁ।


ଯେ ନବମଣ୍ଡଳ ସୃଷ୍ଟି କରି ଭୂମଣ୍ଡଳ ଉପରେ ବିସ୍ତାର କଲେ, ଯେ ପୃଥିବୀର ସକଳବସ୍ତୁ ସୃଷ୍ଟି କଲେ, ଯେ ସକଳ ଲୋକଙ୍କୁ ନିଃଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ସକଳ ଆତୟାତ ବ୍ୟକ୍ତିମାନଙ୍କୁ ଜୀବନ ଦିଅନ୍ତି, ସେହି ସଦାପ୍ରଭୁ ପ୍ରକୃତ ପରମେଶ୍ୱର ଏହି କଥା କୁହନ୍ତି।


ତୁମ୍ଭେମାନେ ସଦାପ୍ରଭୁଙ୍କ ପୁସ୍ତକରୁ ଅନୁସନ୍ଧାନ କରି ପାଠ କର। ସେଥିରେ ଲିଖିତ ଅଛି ସେମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ରହିବେ ନାହିଁ। କେହି ନିଜର ସଙ୍ଗିନୀକୁ ଛାଡ଼ିବ ନାହିଁ। କାରଣ ମୋର ମୁଖଦ୍ୱାରା ଏହି ଆଜ୍ଞା କରିଛନ୍ତି ଓ ତାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଛି।


ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ। ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।


ଏପରି ସାବଧାନ ହୁଅ, ଯେତେବେଳେ ତୁମ୍ଭେମାନେ ସୂର୍ଯ୍ୟ, ଚନ୍ଦ୍ର, ତାରାଗଣକୁ ଆକାଶରେ ଦେଖ। ତୁମ୍ଭେମାନେ ସେମାନଙ୍କୁ ବିମୋହିତ ହୋଇ ପ୍ରଣାମ କରିବା ଓ ସେବା କରିବା ଉଚିତ୍ ନୁହେଁ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅନ୍ୟ ସମସ୍ତ ଜାତିଗଣ ଏହିସବୁ କରିବାକୁ ରଖିଛନ୍ତି।


ବହୁଦିନ ପୂର୍ବରୁ ତୁମ୍ଭେ ପୃଥିବୀକୁ ସୃଷ୍ଟି କଲ। ତୁମ୍ଭେ ଆକାଶକୁ ନିଜ ହସ୍ତରେ ନିର୍ମାଣ କଲ।


ତେଣୁ ପରମେଶ୍ୱର ଦୁଇଟି ମହାଜ୍ୟୋତି ସୃଷ୍ଟି କଲେ। ପରମେଶ୍ୱର ଦିନରେ କର୍ତ୍ତୃତ୍ୱ କରିବା ପାଇଁ ବଡ଼ ଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ସାନ ଜ୍ୟୋତି ନିର୍ମାଣ କଲେ। ପରମେଶ୍ୱର ତାରାଗଣକୁ ମଧ୍ୟ ସୃଷ୍ଟି କଲେ।


ମୁଁ ସାହାଯ୍ୟ ପାଇଁ ପର୍ବତଗଣ ଆଡ଼େ ଗ୍ଭହେଁ। କିନ୍ତୁ ପ୍ରକୃତରେ କେଉଁଠାରୁ ମୋର ସାହାଯ୍ୟ ଆସିବ?


“ହେ ଯାକୁବ, ଆମ୍ଭ ଆହୂତ ଇସ୍ରାଏଲ, ତୁମ୍ଭେମାନେ ଆମ୍ଭ କଥାକୁ ଶ୍ରବଣ କର। ଆମ୍ଭେ ହେଉଛୁ ଆଦ୍ୟ ଓ ଅନ୍ତ।


ପୁଣି ସଦାପ୍ରଭୁ କୁହନ୍ତି ଆମ୍ଭେ ସମସ୍ତ ପଦାର୍ଥ ନିର୍ମାଣ କରିଅଛୁ। ତେଣୁ ଏ ସମସ୍ତର ଅଧିକାରୀ ଆମ୍ଭେ ଅଟୁ।” ମାତ୍ର “ଯେଉଁମାନେ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ ଥରହର ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟି ଦେବା।


ଏହା ପରେ ପରମେଶ୍ୱର କହିଲେ, “ଆକାଶର ତୋରଣରେ ଜ୍ୟୋତିର୍ଗଣ ଉତ୍ପନ୍ନ ହୁଅନ୍ତୁ। ସେହି ଜ୍ୟୋତିର୍ଗଣ ରାତ୍ରିରୁ ଦିନକୁ ପୃଥକ କରିବେ। ସେହି ଜ୍ୟୋତିର୍ଗଣ ଋତୁ, ଦିନ ଓ ବର୍ଷଗୁଡ଼ିକର ସମୟକାଳ ଦେଖାଇବା ପାଇଁ ଚିହ୍ନ ରୂପେ ବ୍ୟବହୃତ ହେବ।


ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ। ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି। ସେମାନେ ତୁମ୍ଭକୁ ଭୟ କରନ୍ତି।


ତୁମ୍ଭର ବ୍ୟବସ୍ଥା ଯୋଗୁଁ ସ୍ୱର୍ଗ ଓ ପୃଥିବୀ ଆଜି ପର୍ଯ୍ୟନ୍ତ ଗ୍ଭଲୁ ରହିଛି। କାରଣ ସବୁକିଛି ତୁମ୍ଭର ଦାସମାନେ।


ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ପୃଥିବୀସ୍ଥ ସମସ୍ତ ବାସିନ୍ଦାଙ୍କୁ ସୃଷ୍ଟି କରିଅଛୁ। ଆମ୍ଭେ ସ୍ୱହସ୍ତ ନିର୍ମିତ ଆକାଶମଣ୍ଡଳକୁ ବିସ୍ତାର କରିଅଛୁ ଓ ତହିଁରେ ସକଳ ସୈନ୍ୟସାମନ୍ତଙ୍କୁ ଆମ୍ଭେ ଆଜ୍ଞା ଦେଇଅଛୁ।


Swiv nou:

Piblisite


Piblisite