Biblia Todo Logo
Bib sou entènèt

- Piblisite -




ଯିଶାଇୟ 40:30 - ପବିତ୍ର ବାଇବଲ

30 ତରୁଣମାନେ କ୍ଳାନ୍ତ ଓ ଶ୍ରାନ୍ତ ହେବେ ଓ ଯୁବକମାନେ ଟଳି ପଡ଼ିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ତରୁଣମାନେ ହେଁ କ୍ଳା; ଓ ଶ୍ରା; ହେବେ, ପୁଣି ଯୁବକମାନେ ନିତା; ପଡ଼ିଯିବେ;

Gade chapit la Kopi

ଓଡିଆ ବାଇବେଲ

30 ତରୁଣମାନେ ହେଁ କ୍ଳାନ୍ତ ଓ ଶ୍ରାନ୍ତ ହେବେ, ପୁଣି ଯୁବକମାନେ ନିତାନ୍ତ ପଡ଼ିଯିବେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତରୁଣମାନେ ହେଁ କ୍ଳାନ୍ତ ଓ ଶ୍ରାନ୍ତ ହେବେ, ପୁଣି ଯୁବକମାନେ ନିତାନ୍ତ ପଡ଼ିଯିବେ;

Gade chapit la Kopi




ଯିଶାଇୟ 40:30
11 Referans Kwoze  

କୌଣସି ଲୋକ ରକ୍ଷା ପାଇବ ନାହିଁ, ଏପରିକି ଦ୍ରୁତତମ ଦୌଡ଼ାଳି ମଧ୍ୟ ରକ୍ଷା ପାଇବ ନାହିଁ। ଶକ୍ତିଶାଳୀ ଲୋକର ମଧ୍ୟ ବଳ ନ ଥିବ। ସୈନ୍ୟମାନେ ନିଜକୁ ରକ୍ଷା କରି ପାରିବେ ନାହିଁ।


ଶକ୍ତିଶାଳୀ ଲୋକମାନେ ମଧ୍ୟ ଦୁର୍ବଳ ଓ ଭୋକିଲା ହେବେ। କିନ୍ତୁ ଯେଉଁ ଲୋକମାନେ ପରମେଶ୍ୱରଙ୍କ ସହାୟତା ପ୍ରାର୍ଥନା କରନ୍ତି, ସେମାନଙ୍କର ସବୁକିଛି ମଙ୍ଗଳ ଘଟିବ।


ଜଣେ ରାଜା ନିଜର ଶକ୍ତିଦ୍ୱାରା ସୁରକ୍ଷିତ ହୁଏ ନାହିଁ। ଜଣେ ଶକ୍ତିଶାଳୀ ସୈନିକ କେବଳ ତା'ର ନିଜର ବଳ ଉପରେ ନିର୍ଭର କରି ଉଦ୍ଧାର ପାଏ ନାହିଁ।


ମୁଁ ଫେରି ସୂର୍ଯ୍ୟ ତଳେ କିଛି ଥିବାର ଦେଖିଲି, ଏହି ବାଜି କ୍ଷିପ୍ରଧାବକମାନଙ୍କ ପାଇଁ ନୁହେଁ, ବଳଶାଳୀମାନଙ୍କ ପାଇଁ ଯୁଦ୍ଧର ବିଜୟ କିଅବା ଜ୍ଞାନୀମାନଙ୍କ ପାଇଁ ଖାଦ୍ୟ ଅଥବା ଧନ ବୁଦ୍ଧିମାନ ପାଇଁ। ଶିକ୍ଷିତମାନଙ୍କ ପାଇଁ ଅନୁକମ୍ପା ନାହିଁ। କିନ୍ତୁ ଏଇସବୁ ପରିସ୍ଥିତି ସମୟ ଓ ସୁଯୋଗ ଦ୍ୱାରା ପ୍ରଭାବିତ ହୁଏ।


ସେହି ସୈନ୍ୟମାନେ ବାବିଲ ଆକ୍ରମଣ କରି ତା'ର ଯୁବକମାନଙ୍କୁ ହତ୍ୟା କରିବେ। ଏପରିକି ଶିଶୁମାନଙ୍କ ପ୍ରତି ସେମାନେ ଦୟା ଦେଖାଇବେ ନାହିଁ କିମ୍ବା ପିଲାମାନଙ୍କୁ ଛାଡ଼ିବେ ନାହିଁ। ବାବିଲ ସଦୋମ ଓ ହମୋରାର ପରି ସମ୍ପୂର୍ଣ୍ଣ ଧ୍ୱଂସ ପାଇବ। ଯେତେବେଳେ ପରମେଶ୍ୱର ସେମାନଙ୍କୁ ନଷ୍ଟ କରିବେ।


ସମସ୍ତ ଲୋକ ଅଧର୍ମୀ। ତେଣୁ ସଦାପ୍ରଭୁଙ୍କ ପାଖରେ ଯୁବକମାନଙ୍କ ପାଇଁ ଅନୁକମ୍ପା ନାହିଁ। ସଦାପ୍ରଭୁ ଯୁବକମାନଙ୍କ ଉପରେ ସୁଖୀ ନୁହନ୍ତି। ଆଉମଧ୍ୟ ସଦାପ୍ରଭୁ ବିଧବା ଓ ଅନାଥମାନଙ୍କୁ ଦୟା କରିବେ ନାହିଁ। କାରଣ, ସମସ୍ତେ ଅଧର୍ମୀ ଓ ସେମାନେ ପରମେଶ୍ୱରଙ୍କ ବିରୁଦ୍ଧାଚରଣ କରନ୍ତି। ପୁଣି ସେମାନେ ମିଥ୍ୟା କୁହନ୍ତି। ତେଣୁ ସଦାପ୍ରଭୁ ସେମାନଙ୍କ ଉପରେ ସର୍ବଦା କ୍ରୋଧିତ ହୁଅନ୍ତି ଓ ସର୍ବଦା ଦଣ୍ଡ ଦିଅନ୍ତି।


ଏଣୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି ଓ ମୁଁ ତାହା ଧରି ରଖିବାରେ କ୍ଳାନ୍ତ ହୋଇଅଛି! “ସଦାପ୍ରଭୁଙ୍କ କ୍ରୋଧକୁ ରାସ୍ତାରେ କ୍ରୀଡ଼ାରତ ପିଲାମାନଙ୍କ ଉପରେ ଢାଳି ପକାଅ ଓ ସଭାରେ ଏକତ୍ରିତ ହୋଇଥିବା ଯୁବକମାନଙ୍କ ଉପରେ ଢାଳିଦିଅ, କାରଣ ସ୍ୱାମୀ, ସ୍ତ୍ରୀ, ବୃଦ୍ଧ ଓ ବୟସ୍କ ସମସ୍ତେ ଧରାଯିବେ।


ହେ ସଦାପ୍ରଭୁ, ତୁମ୍ଭେ ମୋତେ ଗୋଟିଏ କ୍ଷଣସ୍ଥାୟୀ ଜୀବନ ଦେଇଛ। ମୋର କ୍ଷଣସ୍ଥାୟୀ ଜୀବନ ତୁମ୍ଭ ତୁଳନାରେ କିଛି ନୁହେଁ। ପ୍ରତ୍ୟେକ ଲୋକର ଜୀବନ ଏକ ମେଘଖଣ୍ଡ ସଦୃଶ ଯାହାକି ଖୁବ୍ ଶୀଘ୍ର ଭାସିଯାଏ, କେହି ଚିରଦିନ ବଞ୍ଚିରହେ ନାହିଁ। ସେଲା


“କାରଣ ମୃତ୍ୟୁ ଆମ୍ଭମାନଙ୍କର ଝରକା ଦେଇ ଆମ୍ଭମାନଙ୍କର ପ୍ରାସାଦରେ ପ୍ରବେଶ କରିଅଛି। ଏହା ବାହାରେ ବାଳକମାନଙ୍କୁ ଓ ନଗରର ଛକମାନଙ୍କରେ ଯୁବକମାନଙ୍କୁ ସଂହାର କରିବାକୁ ପ୍ରସ୍ତୁତ।”


ଶତ୍ରୁସୈନ୍ୟ ମୋୟାବକୁ ଆକ୍ରମଣ କରି ତାହାକୁ ଧ୍ୱଂସ କରିବେ। ତାହା ବଳବାନ୍ ସୈନ୍ୟମାନଙ୍କୁ ବଧ୍ୟ ସ୍ଥାନରେ ବଧ କରିବ।” ଏହା ସୈନ୍ୟାଧିପତି ସଦାପ୍ରଭୁ ଏବଂ ରାଜା, ଏହି କଥା କହନ୍ତି।


Swiv nou:

Piblisite


Piblisite