ଯିଶାଇୟ 41:10 - ପବିତ୍ର ବାଇବଲ10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ। ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା। Gade chapit laପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ଵର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ଵରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା। Gade chapit laଓଡିଆ ବାଇବେଲ10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା। Gade chapit la |
ତୁମ୍ଭମାନଙ୍କର ଏହି ଯୁଦ୍ଧରେ ଯୁଦ୍ଧ କରିବା ଦରକାର ନାହିଁ। ତୁମ୍ଭେମାନେ ନିଜ ସ୍ଥାନରେ ଦୃଢ଼ ହୋଇ ଠିଆ ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ଏହା ତୁମ୍ଭେମାନେ ନିଜେ ଦେଖିବ। ତୁମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନେ, ଭୟ କର ନାହିଁ, ବିବ୍ରତ ହୁଅ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ସଙ୍ଗରେ ଅଛନ୍ତି ଏଣୁ ଆସନ୍ତାକାଲି ଏହି ଲୋକମାନଙ୍କ ବିରୁଦ୍ଧରେ ବାହାରି ଯାଅ।’”
“ଯେତେବେଳେ ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରିବ, ଯଦି ତୁମ୍ଭେମାନେ ତାଙ୍କର ଅନେକ ଅଶ୍ୱାରୋହୀ, ରଥାରୋହୀ ଏବଂ ଯଦି ତାଙ୍କର ଅଧିକ ସଂଖ୍ୟକ ସୈନ୍ୟ ଥା’ନ୍ତି, ତେବେ ତୁମ୍ଭେମାନେ ସେମାନଙ୍କୁ ଭୟ କରିବାର କିଛି ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ସହିତ ସର୍ବଦା ଅଛନ୍ତି। ଏବଂ ସେହି ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶର ମଧ୍ୟରୁ ବାହାରକରି ଆଣିଛନ୍ତି।
ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”
ଅମାସୟ ତିରିଶ୍ ବୀରଙ୍କର ନେତା ଥିଲେ। ଏହା ପରେ, ଆତ୍ମା ଅମାସୟଙ୍କ ଉପରେ ଅବତରଣ କଲେ, ଓ ସେ କହିଲେ, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର ଅଟୁ! ହେ ଯିଶୀଙ୍କ ପୁତ୍ର, ଆମ୍ଭେମାନେ ତୁମ୍ଭ ସହିତରେ ଅଛୁ! ତୁମ୍ଭ ପ୍ରତି, ଶାନ୍ତି ବର୍ତ୍ତୁ! ଯେଉଁ ଲୋକମାନେ ତୁମ୍ଭକୁ ସାହାଯ୍ୟ କରନ୍ତି, ସେହି ସମସ୍ତଙ୍କ ପ୍ରତି ଶାନ୍ତି ବର୍ତ୍ତୁ। କାରଣ ତୁମ୍ଭର ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରନ୍ତି!” ତେଣୁ ଦାଉଦ ଏହି ଲୋକମାନଙ୍କୁ ତାଙ୍କ ଦିନରେ ସ୍ୱାଗତ କଲେ ଓ ସେମାନଙ୍କୁ ବିଭିନ୍ନ ସେନାଦଳର ଦାୟିତ୍ୱରେ ରଖିଲେ।