ଯିଶାଇୟ 42:24 - ପବିତ୍ର ବାଇବଲ24 ଯାକୁବକୁ ଲୁଣ୍ଠିତ ହେବା ପାଇଁ ଇସ୍ରାଏଲକୁ ଅପହରଣ କରିବା ପାଇଁ କିଏ ଅପହରଣକାରୀଙ୍କ ହସ୍ତରେ ସମର୍ପଣ କଲେ? ଏସବୁ ସଦାପ୍ରଭୁ ହିଁ କରାଇଲେ। କାରଣ ଆମ୍ଭେମାନେ ତାଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ତାଙ୍କ ଦର୍ଶିତ ପଥରେ ଗମନ କରି ନାହୁଁ। ଇସ୍ରାଏଲର ଲୋକମାନେ ମଧ୍ୟ ତାଙ୍କ ବାକ୍ୟ ଶୁଣି ନାହାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)24 ଯାକୁବକୁ ଲୁଟ ସ୍ଵରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକ-ମାନଙ୍କ ହସ୍ତରେ କିଏ ସମର୍ପଣ କଲେ? ଯାହାଙ୍କ ବିରୁଦ୍ଧରେ ଆମ୍ଭେମାନେ ପାପ କରିଅଛୁ ଓ ଯାହାଙ୍କ ପଥରେ ଲୋକମାନେ ଗମନ କରିବାକୁ ସମ୍ମତ ନୋହିଲେ, ଅଥବା ସେମାନେ ଯାହାଙ୍କ ବ୍ୟବସ୍ଥାର ଆଜ୍ଞାକାରୀ ନୋହିଲେ, ସେହି ସଦାପ୍ରଭୁ କି ଏହା କରି ନାହାନ୍ତି? Gade chapit laଓଡିଆ ବାଇବେଲ24 ଯାକୁବକୁ ଲୁଟିତ ସ୍ୱରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକମାନଙ୍କ ହସ୍ତରେ କିଏ ସମର୍ପଣ କଲେ ? ଯାହାଙ୍କ ବିରୁଦ୍ଧରେ ଆମ୍ଭେମାନେ ପାପ କରିଅଛୁ ଓ ଯାହାଙ୍କ ପଥରେ ଲୋକମାନେ ଗମନ କରିବାକୁ ସମ୍ମତ ନୋହିଲେ, ଅଥବା ସେମାନେ ଯାହାଙ୍କ ବ୍ୟବସ୍ଥାର ଆଜ୍ଞାକାରୀ ନୋହିଲେ, ସେହି ସଦାପ୍ରଭୁ କି ଏହା କରି ନାହାନ୍ତି ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଯାକୁବକୁ ଲୁଟିତ ସ୍ୱରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକମାନଙ୍କ ହସ୍ତରେ କିଏ ସମର୍ପଣ କଲେ? ଯାହାଙ୍କ ବିରୁଦ୍ଧରେ ଆମ୍ଭେମାନେ ପାପ କରିଅଛୁ ଓ ଯାହାଙ୍କ ପଥରେ ଲୋକମାନେ ଗମନ କରିବାକୁ ସମ୍ମତ ନୋହିଲେ, ଅଥବା ସେମାନେ ଯାହାଙ୍କ ବ୍ୟବସ୍ଥାର ଆଜ୍ଞାକାରୀ ନୋହିଲେ, ସେହି ସଦାପ୍ରଭୁ କି ଏହା କରି ନାହାନ୍ତି? Gade chapit la |
ତେଣୁ ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ଯୁବା ଲୋକମାନେ ମନ୍ଦିର ମଧ୍ୟରେ ଥିଲେ ସୁଦ୍ଧା, ବାବିଲର ରାଜା ସେମାନଙ୍କୁ ହତ୍ୟା କଲେ। ସେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ଯୁବା ଓ ବୃଦ୍ଧ ଲୋକମାନଙ୍କୁ ହତ୍ୟା କଲେ। ସେ ପୁରୁଷ ଓ ସ୍ତ୍ରୀଙ୍କୁ ହତ୍ୟା କଲେ। ସେ ରୋଗୀ ଓ ସୁସ୍ଥ ଲୋକଙ୍କୁ ହତ୍ୟା କଲେ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ଉପରେ ନବୂଖଦ୍ନିତ୍ସରଙ୍କୁ ବିଜୟୀ କଲେ।
ସଦାପ୍ରଭୁ ଇସ୍ରାଏଲ ଉପରେ କୋପଦୃଷ୍ଟି ପକାଇଲେ। ପରମେଶ୍ୱର ଲୁଣ୍ଠନକାରୀମାନଙ୍କୁ ସେମାନଙ୍କ ଆକ୍ରମଣ ପାଇଁ ଆଦେଶ ଦେଲେ। ତେଣୁ ସେମାନେ ଇସ୍ରାଏଲର ଲୋକମାନଙ୍କୁ ଲୁଣ୍ଠନ କଲେ। ସଦାପ୍ରଭୁ ସେମାନଙ୍କର ଚତୁର୍ପାର୍ଶ୍ୱରେ ଥିବା ଶତ୍ରୁମାନଙ୍କୁ ସାହାଯ୍ୟ କଲେ, ସେମାନଙ୍କୁ ହରାଇବାକୁ। ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କ ବିରୁଦ୍ଧରୁ ନିଜକୁ ରକ୍ଷା କରି ପାରିଲେ ନାହିଁ।