Biblia Todo Logo
Bib sou entènèt

- Piblisite -




ଯିଶାଇୟ 43:14 - ପବିତ୍ର ବାଇବଲ

14 ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ପବିତ୍ର ସ୍ୱରୂପ ସଦାପ୍ରଭୁ ଏହିକଥା କୁହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ପାଇଁ ବାବିଲକୁ ସୈନ୍ୟବାହିନୀ ପଠାଇଅଛୁ। ମୁଁ ସେହି ଫାଟକକୁ ଭାଙ୍ଗି ଦେବି। କ‌‌ଲ୍‌‌ଦୀୟମାନଙ୍କର ଚିତ୍କାର ଦୁଃଖରେ ପରିଣତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ଵରୂପ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା।

Gade chapit la Kopi

ଓଡିଆ ବାଇବେଲ

14 ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲ୍‍ଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲ୍‍ଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା।

Gade chapit la Kopi




ଯିଶାଇୟ 43:14
23 Referans Kwoze  

ଆଉ ଆମ୍ଭେ ବାବିଲକୁ ଓ କ‌‌ଲ୍‌‌ଦୀୟ ନିବାସୀ ସମସ୍ତଙ୍କୁ ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟି ଗୋଚରରେ ସେମାନଙ୍କ କୃତ ସମସ୍ତ ଦୁଷ୍କର୍ମର ପ୍ରତିଫଳ ଦେବା।” ଏହା ସଦାପ୍ରଭୁ କହନ୍ତି।


ସଦାପ୍ରଭୁ ଇସ୍ରାଏଲର ରାଜା। ସେହି ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ତ୍ରାଣକର୍ତ୍ତା କୁହନ୍ତି, “ଆମ୍ଭେ ଆଦି ଓ ଅନ୍ତ, ଆମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର ନାହାନ୍ତି।


ତେଣୁ ସୋର ଲୋକମାନେ କୁହନ୍ତି, “ବାବିଲର ଲୋକମାନେ ଆମ୍ଭମାନଙ୍କୁ ସାହାଯ୍ୟ କରିବେ।” ମାତ୍ର କ‌‌ଲ୍‌‌ଦୀୟମାନଙ୍କର ଦେଶକୁ ଦେଖ। ବାବିଲ ବର୍ତ୍ତମାନ ଆଉ ଦେଶ ନୁହେଁ। ଅଶୂରୀୟମାନେ ତାକୁ ଆକ୍ରମଣ କରି ତା'ର ଗ୍ଭରିପଟେ ଦୁର୍ଗ ନିର୍ମାଣ କରିଛନ୍ତି। ତା'ର ସୈନ୍ୟମାନେ ସେହି ରମଣୀୟ ପ୍ରାସାଦମାନଙ୍କରୁ ସମସ୍ତ ଜିନିଷ ଲୁଟି ନେଇଛନ୍ତି। ବାବିଲକୁ ଧ୍ୱଂସ ସ୍ତୁପରେ ପରିଣତ କରି ତାକୁ ବନ୍ୟ ଜନ୍ତୁଙ୍କର ବାସସ୍ଥଳୀରେ ପରିଣତ କରିଛନ୍ତି।


ସେମାନେ ମେଷଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ: “ତୁମ୍ଭେ ଚର୍ମପତ୍ର ଗ୍ରହଣ କରିବାକୁ ଏବଂ ମୁଦ୍ରା ଖୋଲିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ; ଏବଂ ତୁମ୍ଭର ରକ୍ତରେ ପ୍ରତ୍ୟେକ ଗୋଷ୍ଠୀ, ଭାଷା, ବଂଶ ଓ ଜାତି ମଧ୍ୟରୁ ପରମେଶ୍ୱରଙ୍କ ପାଇଁ ଲୋକମାନଙ୍କୁ କିଣିଥିଲ


ତୁମ୍ଭର ତ୍ରାଣକର୍ତ୍ତା ସଦାପ୍ରଭୁ ତୁମ୍ଭକୁ ମାତୃ ଗର୍ଭରୁ ହିଁ ଗଢ଼ିଛନ୍ତି। ସେ ଏହା କୁହନ୍ତି, “ଆମ୍ଭେ ସଦାପ୍ରଭୁ, ସମସ୍ତ ସାଧନ କରିଅଛୁ। ଆମ୍ଭେ ଆକାଶମଣ୍ତଳକୁ ବିସ୍ତାର କରୁ ଓ ଏକାକୀ ପୃଥିବୀକୁ ପ୍ରସାରିତ କରୁ। ଆମ୍ଭର ସହିତ କେହି ନାହିଁ।”


ହେ ଯାକୁବ, ଯେଉଁ ସଦାପ୍ରଭୁ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେଉଁ ସଦାପ୍ରଭୁ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏହି କଥା କୁହନ୍ତି, “ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। ଆମ୍ଭେ ତୁମ୍ଭର ନାମଧରି ଆହ୍ୱାନ କରୁଅଛୁ, ତୁମ୍ଭେ ଆମ୍ଭର।


ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ। ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ। ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।


ମୁଁ ଜାଣେ ମୋର ରକ୍ଷାକର୍ତ୍ତା ଜୀବିତ ଏବଂ ଶେଷରେ ସେ ମୋତେ ରକ୍ଷା କରିବା ପାଇଁ ପୃଥିବୀରେ ଠିଆ ହେବେ।


ହେ କୀଟରୂପୀ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ। ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବା” ସଦାପ୍ରଭୁ କୁହନ୍ତି, “ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।


ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା, ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କୁହନ୍ତି, “ଆମ୍ଭେ ସଦାପ୍ରଭୁ, ତୁମ୍ଭର ପରମେଶ୍ୱର, ତୁମ୍ଭର ମଙ୍ଗଳ ପାଇଁ ତୁମ୍ଭକୁ ଶିକ୍ଷା ଦେଉ ଓ ତୁମ୍ଭକୁ ଉଚିତ୍ ମାର୍ଗରେ ଗମନ କରିବାକୁ ନିର୍ଦ୍ଦେଶ ଦେଉ।


ହେ ଜଳରାଶି ନିକଟରେ ବାସ କରୁଥିବା ଓ ଧନ ସମ୍ପଦରେ ଐଶ୍ୱର୍ଯ୍ୟଶାଳୀ ବାବିଲ, ତୁମ୍ଭର ଅନ୍ତିମ କାଳ ଉପସ୍ଥିତ ଓ ତୁମ୍ଭର ଧ୍ୱଂସ ହେବାର ସମୟ ଆସିଯାଇଛି।


ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ ମୁଁ ମୋର ପବିତ୍ର ନାମକୁ ଜ୍ଞାତ କରାଇବି। ମୋର ପବିତ୍ର ନାମକୁ ଆଉ ଅପବିତ୍ର ହେବାକୁ ଦେବି ନାହିଁ। ତାହାହେଲେ ମୁଁ ଯେ ଇସ୍ରାଏଲ ମଧ୍ୟରେ ଧର୍ମମୟ ସଦାପ୍ରଭୁ ଅଟେ, ଏହା ଗୋଷ୍ଠୀୟମାନେ ଜାଣିବେ।


ହେ ସିୟୋନର କନ୍ୟା, ତୁମ୍ଭେ ପ୍ରସବ ବେଦନା ଅନୁଭବ କରି ସନ୍ତାନ ଜନ୍ମ ଦିଅ। ତୁମ୍ଭେ ନଗରର ବାହାରକୁ ଯାଅ ଏବଂ କ୍ଷେତ୍ରରେ ବାସ କର। ତୁମ୍ଭେ ବାବିଲୋନ ଯିବ। କିନ୍ତୁ ସେ ସ୍ଥାନରେ ତୁମ୍ଭେ ସୁରକ୍ଷିତ ହେବ। ଆଉ ମଧ୍ୟ ସଦାପ୍ରଭୁ ସେଠାକୁ ଯିବେ ଓ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭମାନଙ୍କୁ ଶତ୍ରୁମାନଙ୍କଠାରୁ ଦୂରେଇ ନେବେ।


“ମୋର ସନ୍ତାନଗଣ କୁହନ୍ତି, ‘ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ୱରୂପ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ।’”


Swiv nou:

Piblisite


Piblisite