Biblia Todo Logo
Bib sou entènèt

- Piblisite -




ଯିଶାଇୟ 44:21 - ପବିତ୍ର ବାଇବଲ

21 “ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେମାନେ ଏହିସବୁ କଥା ସ୍ମରଣ କର। ତୁମ୍ଭମାନଙ୍କୁ ଆମ୍ଭେ ସୃଷ୍ଟି କରିଅଛୁ। ତେଣୁ ତୁମ୍ଭେମାନେ ଆମ୍ଭର ଦାସ। ହେ ଇସ୍ରାଏଲ, ଆମ୍ଭକୁ ଭୁଲିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେ ଏହିସବୁ କଥା ସ୍ମରଣ କର, କାରଣ ତୁମ୍ଭେ ଆମ୍ଭର ଦାସ; ଆମ୍ଭେ ତୁମ୍ଭକୁ ଗଢ଼ିଅଛୁ; ତୁମ୍ଭେ ଆମ୍ଭର ଦାସ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ଦ୍ଵାରା ବିସ୍ମୃତ ନୋହିବ।

Gade chapit la Kopi

ଓଡିଆ ବାଇବେଲ

21 ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେ ଏହିସବୁ କଥା ସ୍ମରଣ କର, କାରଣ ତୁମ୍ଭେ ଆମ୍ଭର ଦାସ; ଆମ୍ଭେ ତୁମ୍ଭକୁ ଗଢ଼ିଅଛୁ; ତୁମ୍ଭେ ଆମ୍ଭର ଦାସ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ଦ୍ୱାରା ବିସ୍ମୃତ ହେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେ ଏହିସବୁ କଥା ସ୍ମରଣ କର, କାରଣ ତୁମ୍ଭେ ଆମ୍ଭର ଦାସ; ଆମ୍ଭେ ତୁମ୍ଭକୁ ଗଢ଼ିଅଛୁ; ତୁମ୍ଭେ ଆମ୍ଭର ଦାସ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ଦ୍ୱାରା ବିସ୍ମୃତ ହେବ ନାହିଁ।

Gade chapit la Kopi




ଯିଶାଇୟ 44:21
16 Referans Kwoze  

ଯଦିଓ ଆମ୍ଭେ ଦେଶଗୁଡ଼ିକ ମଧ୍ୟରେ ସେମାନଙ୍କୁ ବିଛାଡ଼ି ଦେଇଛୁ, ସେମାନେ ସେହି ଦୂର ସ୍ଥାନରେ ଆମ୍ଭକୁ ମନେ ପକାଇବେ। ସେମାନେ ସନ୍ତାନଗଣଙ୍କୁ ପାଳନ କରିବେ ଏବଂ ସେମାନେ ଫେରିବେ।


ଆମ୍ଭେ ସଦାପ୍ରଭୁ, ତୁମ୍ଭମାନଙ୍କର ଧର୍ମସ୍ୱରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ।”


ହେ ଯାକୁବ, ଯେଉଁ ସଦାପ୍ରଭୁ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେଉଁ ସଦାପ୍ରଭୁ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏହି କଥା କୁହନ୍ତି, “ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। ଆମ୍ଭେ ତୁମ୍ଭର ନାମଧରି ଆହ୍ୱାନ କରୁଅଛୁ, ତୁମ୍ଭେ ଆମ୍ଭର।


ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆମ୍ଭର ଗୌରବାର୍ଥେ ସୃଷ୍ଟି କରିଅଛୁ, ଏହିପରି ପ୍ରତ୍ୟେକ ଲୋକଙ୍କୁ ଆଣ। ଆମ୍ଭେ ତାହାକୁ ଗଢ଼ିଅଛୁ ଓ ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।


ଏହି କଥାକୁ ଶ୍ରବଣ କରିବାକୁ ଓ ଶ୍ରବଣ କରି ଭବିଷ୍ୟତ ନିମନ୍ତେ ମନୋଯୋଗ କରିବାକୁ ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କେହି ଅଛି କି?


ଯେଉଁ ଶୈଳ ତୁମ୍ଭକୁ ଉତ୍ପନ୍ନ କଲେ, ତୁମ୍ଭେ ସେମାନଙ୍କୁ ତ୍ୟାଗ କଲ। ଯେଉଁ ପରମେଶ୍ୱର ତୁମ୍ଭକୁ ଜନ୍ମ ଦେଲେ ତୁମ୍ଭେ ତାହାଙ୍କୁ ପାସୋରି ଅଛ।


ତୁମ୍ଭେମାନେ ଆପଣା ବିଷୟରେ ସାବଧାନ ହୁଅ। ନଚେତ୍ ତୁମ୍ଭମାନଙ୍କ ସହିତ ସ୍ଥୀରକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ ତୁମ୍ଭେମାନେ ପାଶୋରିଯିବ ନାହିଁ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତି ବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ।


କିନ୍ତୁ ସାବଧାନ ହୁଅ। ନିଶ୍ଚିତ ରୂପେ ତୁମ୍ଭେମାନେ ବଞ୍ଚିଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଦେଖିଥିବା କାର୍ଯ୍ୟଗୁଡ଼ିକ କଦାପି ଭୁଲିବ ନାହିଁ। ତୁମ୍ଭେମାନେ ତୁମ୍ଭର ସନ୍ତାନମାନଙ୍କୁ ଓ ତୁମ୍ଭର ନାତୀନାତୁଣୀମାନଙ୍କୁ ସେଗୁଡ଼ିକ ଶିକ୍ଷା ଦିଅ।


ଦ୍ରାକ୍ଷାଗଛରେ ଡାଳ ଶୁଷ୍କ ହେଲେ ଭଙ୍ଗାଯିବ। ସ୍ତ୍ରୀଲୋକମାନେ ତାକୁ ଜାଳେଣି ରୂପେ ବ୍ୟବହାର କରିବେ। କାରଣ ଲୋକମାନେ ବୁଦ୍ଧିହୀନ। ପରମେଶ୍ୱର ଯେ କି ତାଙ୍କର ସୃଷ୍ଟିକର୍ତ୍ତା ସେମାନଙ୍କ ପ୍ରତି ଦୟା କରିବେ ନାହିଁ। ତାଙ୍କୁ ଗଢ଼ିଲେ ମଧ୍ୟ ତାଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।


ହେ ଯାକୁବ, ତୁମ୍ଭେ କାହିଁକି ଅଭିଯୋଗ କରୁଛ? ହେ ଇସ୍ରାଏଲ, ତୁମ୍ଭେ କାହିଁକି ଏହା ପ୍ରଗ୍ଭର କରୁଛ? ମୋର ପଥ, “ସଦାପ୍ରଭୁଙ୍କଠାରୁ ଗୁପ୍ତ ବୋଲି ଓ ମୋର ବିଗ୍ଭର ପରମେଶ୍ୱରଙ୍କର ଜ୍ଞାନର ଅତୀତ ବୋଲି କହୁଅଛ।”


Swiv nou:

Piblisite


Piblisite