Biblia Todo Logo
Bib sou entènèt

- Piblisite -




ଯିଶାଇୟ 44:26 - ପବିତ୍ର ବାଇବଲ

26 ଆମ୍ଭେ ଆମ୍ଭ ଦାସର ବାକ୍ୟ ଦୃଢ଼ କରୁ ଓ ଆମ୍ଭ ଦୂତମାନଙ୍କର ମନ୍ତ୍ରଣା ସିଦ୍ଧ କରୁ। ପୁଣି ସଦାପ୍ରଭୁଙ୍କର ବାକ୍ୟ ଉତ୍ତମ ବୋଲି ଆମ୍ଭେ ଦେଖାଇ ଦେଉ। ସଦାପ୍ରଭୁ ଯିରୁଶାଲମ ବିଷୟରେ କୁହନ୍ତି, “ତାହା ପୁଣି ବସତି ବିଶିଷ୍ଟ ହେବ ଓ ଯିହୁଦାର ନଗର ବିଷୟରେ ସେ କୁହନ୍ତି, ସେ ସବୁ ପୁନଃନିର୍ମିତ ହେବ। ପୁଣି ଧ୍ୱଂସପ୍ରାପ୍ତ ନଗରଗୁଡ଼ିକ ପୁଣି ଗଢ଼ି ଉଠିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁନ୍ତ ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ସେସବୁ ପୁନର୍ନିର୍ମିତ ହେବ, ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନସବୁ ପୁନର୍ବାର ପତ୍ତନ କରିବା;

Gade chapit la Kopi

ଓଡିଆ ବାଇବେଲ

26 ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ସେହି ସବୁ ପୁନଃନିର୍ମିତ ହେବ, ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନ ସବୁ ପୁନର୍ବାର ପତ୍ତନ କରିବା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ‘ସେହି ସବୁ ପୁନଃନିର୍ମିତ ହେବ,’ ‘ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନସବୁ ପୁନର୍ବାର ପତ୍ତନ କରିବା;’

Gade chapit la Kopi




ଯିଶାଇୟ 44:26
53 Referans Kwoze  

ଆମ୍ଭେ ଆପଣା ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷୟରେ ପ୍ରଗ୍ଭର କରିବାକୁ ଆଦେଶ ଦେଇଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶେଷରେ ଦଣ୍ତ ଦିଆଯାଇଥିଲା, କ’ଣ ସେମାନଙ୍କୁ ଦିଆଯାଇ ନ ଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, ‘ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦେଇଥିଲେ।’ ତେଣୁ ସେମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ।”


ଆଉ ମଧ୍ୟ ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ରାଜାମାନେ ତୁମ୍ଭର ସେବା କରିବେ। କାରଣ “ଆମ୍ଭେ ନିଜର କ୍ରୋଧବଶତଃ ତୁମ୍ଭକୁ ପ୍ରହାର କରିଥିଲୁ, ମାତ୍ର ନିଜର ଅନୁଗ୍ରହରେ ତୁମ୍ଭକୁ କରୁଣା କରିବୁ।


ଆମ୍ଭେ ଇସ୍ରାଏଲ ଓ ଯିହୁଦାର ଲୋକମାନଙ୍କର ବନ୍ଦୀତ୍ୱ ଅବସ୍ଥାର ପରିବର୍ତ୍ତନ କରି ସେମାନଙ୍କ ପ୍ରତି ମଙ୍ଗଳ ବିଧାନ କରିବା। ସେମାନଙ୍କୁ ଅତୀତ ପରି ଶକ୍ତିଶାଳୀ କରିବା।


ସଦାପ୍ରଭୁ କହନ୍ତି, “ମୁଁ ଯାକୁବର ତମ୍ବୁଗୁଡ଼ିକର ବନ୍ଦୀତ୍ୱର ପରିବର୍ତ୍ତନ କରିବି ଓ ତାହାର ସମସ୍ତ ବାସସ୍ଥାନ ପ୍ରତି ଦୟା କରିବି। ସେହି ଧ୍ୱଂସ ସ୍ଥାନରେ ନଗର ନିର୍ମିତ ହେବ ଓ ରାଜଗୃହ ଯଥା ସ୍ଥାନରେ ପୁନଃନିର୍ମିତ ହେବ।


ଦେଖ, ଆଦ୍ୟ ବିଷୟ ସିଦ୍ଧ ହେଲା। ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ। ଭବିଷ୍ୟତରେ କ’ଣ କ’ଣ ଘଟିବ, ତାହା ତୁମ୍ଭକୁ ଜଣାଉ।”


ସେତେବେଳେ ସେମାନେ ମୋତେ କହିଲେ, “ଯେଉଁମାନେ ବନ୍ଦୀତ୍ୱରୁ ଫେରି ଆସିଥିଲେ ସେହି ପ୍ରଦେଶସ୍ଥ ଅବଶିଷ୍ଟ ଲୋକେ ମହା ଦୁଃଖ ଓ ଅପମାନରେ ଅଛନ୍ତି, କାରଣ ଯିରୁଶାଲମର ପ୍ରାଚୀର ଭାଙ୍ଗି ଅଛି ଏବଂ ଏହାର ଫାଟକକୁ ପୋଡ଼ି ଦିଆଯାଇଅଛି।”


ଯାଜକମାନେ ଓ ଲେବୀୟମାନେ ଲୋକମାନଙ୍କ ମଧ୍ୟରୁ କେତେକ ଏବଂ ଗାୟକମାନେ, ଦ୍ୱାରପାଳକମାନେ, ନଥୀନୀୟମାନେ ନିଜ ନିଜ ନଗରରେ ଓ ସମଗ୍ର ଇସ୍ରାଏଲ ନିଜ ନିଜ ନଗରରେ ବାସ କଲେ।


କିନ୍ତୁ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନେ ଯେଉଁଭଳି ଲେଖିଥିଲେ, ସେହିଭଳି ହେବା ପାଇଁ ଏହିସବୁ କଥା ଘଟିଲା,” ତା'ପରେ ସମସ୍ତ ଶିଷ୍ୟମାନେ ଯୀଶୁଙ୍କୁ ଛାଡ଼ି ପଳାଇଗଲେ।


ମୁଁ ତୁମ୍ଭକୁ ସତ୍ୟ କହୁଛି, ଏ ପୃଥିବୀ ଓ ଆକାଶ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ସବୁ କଥା ନ ଘଟିବା ପର୍ଯ୍ୟନ୍ତ ଏହି ନିୟମରୁ ଅକ୍ଷରଟିଏ କି ବିନ୍ଦୁଟିଏ ହେଲେ ମଧ୍ୟ ଲୋପ ପାଇବ ନାହିଁ।


ସେହି ଦିନ ଯିହୁଦା ପରିବାରର ନେତାଗଣଙ୍କୁ ଆମ୍ଭେ ଗଛ ମଧ୍ୟରେ ଜଳନ୍ତା ପାତ୍ର ପରି କରିବା ଏବଂ କଟା ହୋଇଥିବା ନୂତନ ଶସ୍ୟ ମଧ୍ୟରେ ଏକ ଜଳନ୍ତା ମଶାଲ ସଦୃଶ କରିବା। ସେମାନେ ତାଙ୍କ ବାମ ଓ ଦକ୍ଷିଣରେ ଥିବା ଲୋକମାନଙ୍କୁ ଧ୍ୱଂସ କରିବେ କିନ୍ତୁ ଯିରୁଶାଲମ ତା'ର ସ୍ଥାନରେ ଅକ୍ଷତ ରହିବ।”


ସେ ତାଙ୍କୁ କହିଲେ, “ଦୌଡ଼ିକରି ଯାଅ ଏବଂ ସେହି ଯୁବକଙ୍କୁ କୁହ! ‘ଯିରୁଶାଲମ ଏକ ପ୍ରାଚୀର ବିହୀନ ନଗରୀ ହେବ। କାରଣ ସେଠାରେ ବହୁ ସଂଖ୍ୟାରେ ଲୋକ ଓ ପଶୁମାନେ ମଧ୍ୟସ୍ଥାନରେ ବାସ କରିବେ।’


ଆମ୍ଭେ ଇସ୍ରାଏଲକୁ ବନ୍ଦୀରୁ ମୁକ୍ତ କରିବା ଏବଂ ସେମାନଙ୍କୁ ସେମାନଙ୍କର ଭୂମିକୁ ଫେରାଇ ଆଣିବା। ସେମାନେ ଧ୍ୱଂସ ବିଧ୍ୱଂସ ନଗରଗୁଡ଼ିକୁ ପୁନଃନିର୍ମାଣ କରିବେ ଏବଂ ସେହି ନଗରୀରେ ବାସ କରିବେ। ସେମାନେ ଦ୍ରାକ୍ଷାବୃକ୍ଷ କ୍ଷେତରେ ରୋପଣ କରିବେ ଏବଂ ଦ୍ରାକ୍ଷାରସ ପିଇବେ, ଯାହା ସେଠାକାର ଦ୍ରାକ୍ଷାଫଳରୁ ପ୍ରସ୍ତୁତ ହୁଏ। ସେମାନେ ମଧ୍ୟ ଗ୍ଭଷ କରିବେ ଓ ଉତ୍ପାଦିତ ଶସ୍ୟକୁ ଭକ୍ଷ୍ୟଣ କରିବେ।


“ଏହା ଜାଣ ଏବଂ ଏହା ବୁଝ, ଆଦେଶ ହେବାଠାରୁ ଫେରାଇବାକୁ ଏବଂ ଯିରୁଶାଲମ ନିର୍ମିତ କର, ଯେପର୍ଯ୍ୟନ୍ତ ଗୋଟିଏ ଅଭିଷିକ୍ତ ରାଜକୁମାର ସାତ ସପ୍ତାହ ଓ ବାଷଠି ସପ୍ତାହରେ, ସହର ପୂର୍ଣ୍ଣ ନିର୍ମିତ ହେବ। କିନ୍ତୁ ଏହାର ମୁଖ୍ୟ ରାସ୍ତା ଓ କାନ୍ଥ, ଅସୁବିଧା ସମୟରେ ହେବ।


ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ସେହି ଜଣକ ନୁହଁ କି, ଯାହାକୁ ମୁଁ ମୋ’ ସେବକ ମାଧ୍ୟମରେ ବହୁ ସମୟ ଆଗରୁ କହିଥିଲି, ଇସ୍ରାଏଲର ଯାଜକଗଣ ଯେଉଁମାନେ ଆସିବାକୁ ଥିବା ଏଇ ବର୍ଷ ବିଷୟରେ ଭବିଷ୍ୟ‌ଦ୍‌ବାଣୀ କହିଥିଲେ ଯେ, ମୁଁ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବି।”


ତୁମ୍ଭଠାରେ ବାସ କରୁଥିବା ଇସ୍ରାଏଲର ପରିବାର ଲୋକମାନଙ୍କୁ ମୁଁ ଦ୍ୱିଗୁଣିତ କରିବି। ପୁଣି ତହିଁରେ ନଗର ସମୂହ ବସତିସ୍ଥାନ ହେବ ଓ ଧ୍ୱଂସସ୍ଥାନସବୁ ପୁନଃନିର୍ମିତ ହେବ।


ଯଦିଓ ମୁଁ ଭୟ କଲି, ତଥାପି ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହୁଅନ୍ତୁ। ଯେଉଁ ନଗର ମୋର ପୂର୍ବପୁରୁଷଗଣର କବର ସ୍ଥାନ ତାହା ଯେତେବେଳେ ଉଜାଡ଼ି ହୋଇ ପଡ଼ିଛି ଓ ତହିଁର ଦ୍ୱାରସବୁ ଦ‌ଗ୍‌ଧ ହୋଇ ପଡ଼ିଛି ସେତେବେଳେ କାହିଁକି ମୋର ମୁଖ ଦୁଃଖିତ ହେବ ନାହିଁ।”


ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ ମୁଁ ଥିବା ବେଳର କଥା ମନେ ପକାଅ। ମୁଁ କହିଥିଲି ଯେ ମୋଶାଙ୍କ ନିୟମରେ, ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକରେ ଓ ଗୀତସଂହିତାରେ ମୋ’ ବିଷୟରେ ଯାହାସବୁ ଲେଖା ଯାଇଛି, ସେଗୁଡ଼ିକ ନିଶ୍ଚୟ ଘଟିବ।”


ଲୋକମାନେ ବିନ୍ୟାମୀନ ପ୍ରଦେଶରେ, ଯିରୁଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗର ସମୂହରେ, ପାର୍ବତୀୟ, ପ୍ରଦେଶସ୍ଥ ନାନା ନଗରରେ, ନିମ୍ନ ଭୂମିସ୍ଥ ନଗରମାନଙ୍କରେ ଓ ଦକ୍ଷିଣ ଦିଗସ୍ଥ ନଗରଗୁଡ଼ିକରେ ମୂଲ୍ୟଦେଇ କ୍ଷେତ୍ର କ୍ରୟ କରିବେ ଓ ଦଲିଲ୍ ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ। ଆଉ ସାକ୍ଷୀ ରଖିବେ। କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱ ଅବସ୍ଥାରୁ ମୁକ୍ତ କରିବା।”


ଆଉ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଭବିଷ୍ୟତରେ ଆମ୍ଭର ଲୋକମାନେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରିବେ।’”


“ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା। ତୁମ୍ଭେ ପୁନର୍ବାର ଏକ ଦେଶ ହେବ। ତୁମ୍ଭେ ପୁଣି ଆପଣା ତବଲାରେ ବିଭୂଷିତା ହୋଇ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।


ପୁଣି ତୁମ୍ଭ ବଂଶୀୟ ଲୋକେ ପୁରାତନ ଧ୍ୱଂସ ସ୍ଥାନଗୁଡ଼ିକୁ ପୁନଃନିର୍ମାଣ କରିବେ, ତୁମ୍ଭେ ପୂର୍ବକାଳର ଭିତ୍ତିମୂଳ ଉପରେ ନିର୍ମାଣ କରିବ। “ପୁଣି ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।”


କାରଣ ତୁମ୍ଭେ ଦକ୍ଷିଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଏବଂ ଜନଶୂନ୍ୟ ନଗରଗୁଡ଼ିକୁ ନିଜର ବସତି ସ୍ଥାନ କରାଇବେ।


ସଦାପ୍ରଭୁ ହେଉଛନ୍ତି ଜଣେ ଯିଏ ଯିରୁଶାଲମକୁ ପୁନଃନିର୍ମାଣ କରନ୍ତି। ସେ ହିଁ ଜଣେ ଇସ୍ରାଏଲର ନିର୍ବାସିତମାନଙ୍କୁ ଏକତ୍ରିତ କରନ୍ତି।


“ସେମାନେ ପୁରାତନ ଧ୍ୱସ୍ତ ବିଧ୍ୱସ୍ତ ସ୍ଥାନଗୁଡ଼ିକୁ ପୁନଃନିର୍ମାଣ କରିବେ। ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ବିନଷ୍ଟ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗର ସବୁକୁ ନୂତନ କରି ଗଢ଼ିବେ।


ସଦାପ୍ରଭୁ ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ପୁନଃନିର୍ମାଣ କରିବେ। ତାଙ୍କର ଲୋକମାନେ ସେଠାରେ ରହିବେ ଏବଂ ଦେଶ ପୁଣି ଥରେ ତାଙ୍କର ହେବ।


ହେ ଲୋକମାନେ, ସିୟୋନରେ ସୁସମାଗ୍ଭର ପ୍ରଗ୍ଭର କର, ଉଚ୍ଚ ପର୍ବତକୁ ଯାଅ। ଉଚ୍ଚ ସ୍ୱରରେ କୁହ, ହେ ଲୋକମାନେ ଯିରୁଶାଲମ ନିକଟରେ ସୁସମାଗ୍ଭର ପ୍ରଗ୍ଭର କର। ଜୋ‌ର୍‌ରେ କୁହ, ଭୟ କର ନାହିଁ। ଯିହୁଦା ନଗରୀକୁ କୁହ, “ଦେଖ, ଏହିଠାରେ ତୁମ୍ଭର ପରମେଶ୍ୱର।”


ଏ ଜଗତରେ ମୋର ଦାସଠାରୁ ଅନ୍ଧ କିଏ? ପୁଣି ମୋ’ ପ୍ରେରିତ ଦୂତଠାରୁ ବଧିର କିଏ? ସଦାପ୍ରଭୁଙ୍କଠାରେ ମିଳିତ ହୋଇଥିବା ଦାସ ସବୁଠାରୁ ଅଧିକ ଅନ୍ଧ।


ସଦାପ୍ରଭୁ କୁହନ୍ତି, “ଆମ୍ଭେ ଯେଉଁ ସମୟରେ ଦୟା ଦେଖାଇବା କଥା ସେହି ସମୟରେ ତୁମ୍ଭକୁ ଉତ୍ତର କରିଅଛୁ। ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିଅଛୁ। ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାରର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ଚୁକ୍ତି ସ୍ୱରୂପ ନିଯୁକ୍ତ କରିବା।


ହେ ଯିରୁଶାଲମର ଧ୍ୱଂସାବଶେଷ ସ୍ଥାନସକଳ, ଉଚ୍ଚସ୍ୱରରେ ଆନନ୍ଦଧ୍ୱନି କର। ଏକତ୍ର ଗାନ କର, କାରଣ ସଦାପ୍ରଭୁ ନିଜର ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ସେ ଯିରୁଶାଲମକୁ ମୁକ୍ତ କରିଅଛନ୍ତି।


ସେହିପରି ଆମ୍ଭ ମୁଖ ନିଃସୃତ ବାକ୍ୟ ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ; ମାତ୍ର ଆମ୍ଭ ଇଚ୍ଛାନୁସାରେ ଆମ୍ଭ ବାକ୍ୟ ସିଦ୍ଧ ହେବ ଏବଂ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରିଅଛୁ, ତାହା ସଫଳ ହେବ।


ଆଜି ଆମ୍ଭେ ତୁମ୍ଭକୁ ନାନା ଦେଶ ଓ ରାଜ୍ୟଗୁଡ଼ିକର ଦାୟିତ୍ୱରେ ନିଯୁକ୍ତ କଲୁ। ତୁମ୍ଭେ ସେସବୁକୁ ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବ। କିନ୍ତୁ ତୁମ୍ଭେ ନିର୍ମାଣ ଓ ରୋପଣ ମଧ୍ୟ କରିବ।”


“ତାଙ୍କ କାରଣରୁ ଆମ୍ଭମାନଙ୍କୁ ଓ ଯେଉଁମାନେ ଆମ୍ଭଙ୍କୁ ବିଗ୍ଭର ଦେଲେ, ସେମାନଙ୍କ ବିରୁଦ୍ଧରେ ମହା ଅମଙ୍ଗଳ ଘଟାଇଛନ୍ତି। ଏହି କାରଣରୁ କୌଣସି ନଗର ଯିରୁଶାଲମ ପରି ଦୁଃଖ ଭୋଗ କରି ନାହିଁ।


ହାଗୟ ସଦାପ୍ରଭୁ ପରମେଶ୍ୱରଙ୍କ ଜଣେ ଦୂତ ଥିଲେ, ଯାହା ମାଧ୍ୟମରେ ସେ ଏହି ବାର୍ତ୍ତା ଲୋକମାନଙ୍କ ପାଖକୁ ପଠାଇଥିଲେ। “ସଦାପ୍ରଭୁ କୁହନ୍ତି, ‘ଆମ୍ଭେ ତୁମ୍ଭମାନଙ୍କ ସହିତ ଅଛୁ।’”


ସେହି ସ୍ୱର୍ଗଦୂତ ମଧ୍ୟ କହିଲେ, “ସର୍ବଶକ୍ତିମାନ୍ ସଦାପ୍ରଭୁ କହନ୍ତି, ‘ଆମ୍ଭର ନଗରଗୁଡ଼ିକ ଉତ୍ତମ ସାମଗ୍ରୀରେ ଉଛୁଳିବ। ଆମ୍ଭର ସିୟୋନ ପ୍ରତି ଦୟା ରହିବ। ଆମ୍ଭେ ପୁନର୍ବାର ଯିରୁଶାଲମକୁ ଆପଣା ବିଶେଷ ନଗର ରୂପେ ମନୋନୀତ କରିବା।’”


ତା'ପରେ ଲୋକମାନେ ନଗର ବାହାରକୁ ଗଲେ ଓ ଅରାମୀୟମାନଙ୍କ ଛାଉଣିରେ ପଶି ସମସ୍ତ ଲୁଣ୍ଠନ କଲେ। ସେଥିରେ ପ୍ରଚୁର ସାମଗ୍ରୀମାନ ଥିଲା। ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ଝୁଡ଼ି ସରୁ ମଇଦା ଏକ ଶେକଲରେ ଓ ଦୁଇ ଝୁଡ଼ି ଯବ ଏକ ଶେକଲରେ ବିକ୍ରି କରାଗଲା।


ଇଲୀଶାୟ ରାଜାଙ୍କୁ କହିଥିଲେ, “କାଲି ପ୍ରାୟ ଏହି ସମୟରେ ଶମରିୟାର ନଗର ଦ୍ୱାରରେ ଜଣେ ଲୋକ ଏକ ଝୁଡ଼ି ମଇଦା ଏକ ଶେକଲରେ ଓ ଦୁଇ ଝୁଡ଼ି ଯବ ଏକ ଶେକଲରେ ବିକ୍ରି କରିବ।”


ସେହିପରି ତାହା ପ୍ରତି ଘଟିଲା। କାରଣ ଲୋକମାନେ ନଗରଦ୍ୱାରରେ ତାକୁ ଦଳି ଦେବାରୁ ସେ ମଲା।


ତାହାଙ୍କ ଦାସମାନଙ୍କ ବଂଶଧର ତାହା ଭୋଗ କରିବେ। ଆଉ ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।


ଯେଉଁମାନେ ଗରିବ ଅବସ୍ଥାରେ ଅଛନ୍ତି, ପରମେଶ୍ୱର ସେମାନଙ୍କର ପ୍ରାର୍ଥନା ଶୁଣିବେ। ସେ ସେମାନଙ୍କର ବିନତିକୁ ଉପେକ୍ଷା କରିବେ ନାହିଁ।


ବଧ କରିବାର ସମୟ ଅଛି ଓ ଆରୋଗ୍ୟ କରିବାର ମଧ୍ୟ ସମୟ ଅଛି। ଧ୍ୱଂସ କରିବାର ସମୟ ଅଛି ଓ ଗଢ଼ିବା ପାଇଁ ମଧ୍ୟ ସମୟ ଅଛି।


ଯେଉଁ ଭବିଷ୍ୟ‌ଦ୍‌ବକ୍ତା ଶାନ୍ତିର ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରେ ସେହି ଭବିଷ୍ୟ‌ଦ୍‌ବକ୍ତାର ବାକ୍ୟ ସଫଳ ହେଲା ପରେ ସିନା ସଦାପ୍ରଭୁ ତାହାକୁ ପ୍ରକୃତରେ ପଠାଇ ଅଛନ୍ତି ବୋଲି ଜଣାପଡ଼େ।”


Swiv nou:

Piblisite


Piblisite