Biblia Todo Logo
Bib sou entènèt

- Piblisite -




ଯିଶାଇୟ 44:7 - ପବିତ୍ର ବାଇବଲ

7 ଆମ୍ଭ ତୁଲ୍ୟ ଅନ୍ୟ ପରମେଶ୍ୱର ନାହାନ୍ତି। ଯଦି ଥା’ନ୍ତି ତେବେ ସେ ବର୍ତ୍ତମାନ ଆସି କୁହନ୍ତୁ। ସେ ଯଦି ଆମ୍ଭପରି, ତେବେ ଆସି ପ୍ରମାଣ କରନ୍ତୁ। ସେ ମଧ୍ୟ କୁହନ୍ତୁ ଆମ୍ଭେ ପୁରାତନ ଲୋକମାନଙ୍କୁ ସୃଷ୍ଟି କଲାବେଳେ କ’ଣ ସବୁ ଘଟିଥିଲା। ସେ ମଧ୍ୟ ଭବିଷ୍ୟତରେ କ’ଣ ଘଟିବ ତାହାର ସଙ୍କେତ ଦିଅନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆମ୍ଭେ ସେହି ପୁରାତନ ଲୋକଙ୍କୁ ସ୍ଥାପନ କରିବା ସମୟଠାରୁ ଆମ୍ଭ ତୁଲ୍ୟ କିଏ ଆହ୍ଵାନ କରିବ ଓ ତାହା ପ୍ରକାଶ କରିବ ଓ ଯଥାକ୍ରମେ ଆମ୍ଭ ପାଇଁ ତାହା ସଜାଇବ? ପୁଣି, ଯାହା ଯାହା ନିକଟବର୍ତ୍ତୀ ଓ ଯାହା ଯାହା ଘଟିବ, ତାହା ସେମାନେ ପ୍ରକାଶ କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

7 ଆମ୍ଭେ ସେହି ପୁରାତନ ଲୋକଙ୍କୁ ସ୍ଥାପନ କରିବା ସମୟଠାରୁ ଆମ୍ଭ ତୁଲ୍ୟ କିଏ ଆହ୍ୱାନ କରିବ ଓ ତାହା ପ୍ରକାଶ କରିବ ଓ ଯଥାକ୍ରମେ ଆମ୍ଭ ପାଇଁ ତାହା ସଜାଇବ ? ପୁଣି, ଯାହା ଯାହା ନିକଟବର୍ତ୍ତୀ ଓ ଯାହା ଯାହା ଘଟିବ, ତାହା ସେମାନେ ପ୍ରକାଶ କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆମ୍ଭେ ସେହି ପୁରାତନ ଲୋକଙ୍କୁ ସ୍ଥାପନ କରିବା ସମୟଠାରୁ ଆମ୍ଭ ତୁଲ୍ୟ କିଏ ଆହ୍ୱାନ କରିବ ଓ ତାହା ପ୍ରକାଶ କରିବ ଓ ଯଥାକ୍ରମେ ଆମ୍ଭ ପାଇଁ ତାହା ସଜାଇବ? ପୁଣି, ଯାହା ଯାହା ନିକଟବର୍ତ୍ତୀ ଓ ଯାହା ଯାହା ଘଟିବ, ତାହା ସେମାନେ ପ୍ରକାଶ କରନ୍ତୁ।

Gade chapit la Kopi




ଯିଶାଇୟ 44:7
13 Referans Kwoze  

“କିଏ ଆଦ୍ୟରୁ ଏହା ପ୍ରକାଶ କରିଅଛି? ତାହାହେଲେ ଆମ୍ଭେମାନେ ପରମେଶ୍ୱର ବୋଲି ଜାଣିବା। ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣେ ପ୍ରକାଶ କରିଅଛି କି? ଆମ୍ଭେ ତୁମ୍ଭକୁ ଧାର୍ମିକ ବୋଲି କହିବୁ। ନା, ପ୍ରକାଶକାରୀ କେହି ନାହିଁ କି ଦେଖାଇବା ଲୋକ କେହି ନାହିଁ। ତୁମ୍ଭମାନଙ୍କ କଥା ଶୁଣିବା ଲୋକ ମଧ୍ୟ କେହି ନାହିଁ।


ତୁମ୍ଭର ପ୍ରତିମାଗଣ ଆସନ୍ତୁ ଓ ଯାହା ଯାହା ଘଟୁଅଛି, ଆମ୍ଭ ନିକଟରେ ପ୍ରକାଶ କରନ୍ତୁ।” ଆଦ୍ୟରେ କ’ଣ ଘଟିଥିଲା ଓ ଭବିଷ୍ୟତରେ କ’ଣ ଘଟିବ, ଆମ୍ଭକୁ କୁହ। ତାହାହେଲେ ଶେଷଫଳ କ’ଣ ହେବ ଆମ୍ଭେ ବିବେଚନା କରିବା।


ତୁମ୍ଭେମାନେ ଆସ ଓ ତାହା ଉପସ୍ଥିତ କର; ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ। ବହୁକାଳରୁ “କିଏ ଏହା ଜଣାଇ ଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କ’ଣ ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହାନ୍ତି। ଆମ୍ଭେ ଧର୍ମଗୀତ ପରମେଶ୍ୱର ଓ ତ୍ରାଣକର୍ତ୍ତା, ଆମ୍ଭ ଛଡ଼ା ଆଉ କେହି ନାହିଁ।


ପରମେଶ୍ୱର ଗୋଟିଏ ମନୁଷ୍ୟଠାରୁ ସମୁଦାୟ ମନୁଷ୍ୟ ଜାତିକୁ ତିଆରି କରିଛନ୍ତି। ସେଥିପାଇଁ ସେମାନେ ପୃଥିବୀର ସର୍ବତ୍ର ରହନ୍ତି। ସେ ସେମାନଙ୍କ ପାଇଁ ପୂର୍ବରୁ ନିର୍ଦ୍ଧାରିତ ସମୟ ଓ ସ୍ଥାନର ସୀମା ମଧ୍ୟ ସ୍ଥିର କରିଛନ୍ତି,


ଆମ୍ଭେ ତାକୁ ପ୍ରକାଶ କରିଅଛୁ ଏବଂ ଆମ୍ଭେ ପରିତ୍ରାଣ କରିଅଛୁ, ତୁମ୍ଭମାନଙ୍କ ମଧ୍ୟରେ କେହି ବିଦେଶୀୟ ଦେବତା ନ ଥିଲେ, ଆମ୍ଭେ ଦେଖାଇଅଛୁ। ଏଣୁ ସଦାପ୍ରଭୁ କୁହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ୱର ଅଟୁ।”


ସବୁ ଦେଶର ଓ ସବୁ ଗୋଷ୍ଠୀର ଲୋକମାନେ ଏକତ୍ରିତ ହୁଅନ୍ତୁ। ସେମାନଙ୍କ ମଧ୍ୟରୁ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଦେଖାଇ ଦେଇପାରେ? ସେମାନେ ଦୋଷମୁକ୍ତ ହେବାକୁ ନିଜ ନିଜର ସାକ୍ଷୀ ଆଣନ୍ତୁ ଓ ସେମାନେ ପୁଣି ଏହା ସତ୍ୟ ବୋଲି କୁହନ୍ତୁ।”


କିଏ ଆଦ୍ୟରୁ ପୁରୁଷକୁ ପୁରୁଷ ଧରି ଏକ କାର୍ଯ୍ୟ ସାଧନ କରିଅଛି? ଆମ୍ଭେ ସଦାପ୍ରଭୁ, ଆଦି ଓ ଶେଷକାଳ ପର୍ଯ୍ୟନ୍ତ ସଙ୍ଗରେ ଥାଉ, ଆମ୍ଭେ ସେହି ଅଟୁ।


ସର୍ବୋପରିସ୍ଥ ପରମେଶ୍ୱର ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ, ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ କଲେ। ସେତେବେଳେ ସେ ଇସ୍ରାଏଲର ସଂଖ୍ୟା ଅନୁସାରେ ସୀମା ସ୍ଥାପନ କଲେ।


“ଏହା ପରେ କ’ଣ ଘଟିବ ତୁମ୍ଭେମାନେ ପ୍ରକାଶ କର। ତାହାହେଲେ ଆମ୍ଭେ ଜାଣିବୁ ତୁମ୍ଭେମାନେ ପ୍ରକୃତରେ ଦେବତାଗଣ। କେଉଁଠି ଯଦି ଆମ୍ଭେମାନେ ପ୍ରକୃତରେ ଭୟ କିମ୍ବା ଭୟଭୀତ ହେବା ଯେବେ ତୁମ୍ଭେ ଉତ୍ତମ କିମ୍ବା ମନ୍ଦ ବିଷୟ ଆମ୍ଭକୁ କହିବ।


ହେ ମିଶର, ତୁମ୍ଭର ଜ୍ଞାନୀ ବ୍ୟକ୍ତିଗଣ କେଉଁଠାରେ? ସେହି ଜ୍ଞାନୀ ବ୍ୟକ୍ତିଗଣଙ୍କୁ ଜଣାନ୍ତୁ ସର୍ବଶକ୍ତିମାନ ସଦାପ୍ରଭୁ ମିଶର ବିଷୟରେ କି ମନ୍ତ୍ରଣା କରିଛନ୍ତି। ସେମାନଙ୍କୁ କ’ଣ ଘଟିବ କୁହନ୍ତୁ।


Swiv nou:

Piblisite


Piblisite