Biblia Todo Logo
Bib sou entènèt

- Piblisite -




ଯିଶାଇୟ 45:16 - ପବିତ୍ର ବାଇବଲ

16 ସେମାନେ ସମସ୍ତେ ଲଜ୍ଜିତ ଓ ଲାଞ୍ଚିତ ହେବେ। ପ୍ରତିମା ନିର୍ମାଣକାରୀ ସମସ୍ତେ ଏକା ସଙ୍ଗେ ଅପମାନିତ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେମାନେ ଲଜ୍ଜିତ ହେବେ, ହଁ, ସେସମସ୍ତେ ଘାବରା ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ।

Gade chapit la Kopi

ଓଡିଆ ବାଇବେଲ

16 ସେମାନେ ଲଜ୍ଜିତ ହେବେ, ହଁ, ସେମାନେ ସମସ୍ତେ ବିବ୍ରତ ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେମାନେ ଲଜ୍ଜିତ ହେବେ, ହଁ, ସେମାନେ ସମସ୍ତେ ବିବ୍ରତ ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ।

Gade chapit la Kopi




ଯିଶାଇୟ 45:16
9 Referans Kwoze  

ଯେଉଁ ଶ୍ରମିକଗଣ ସେହି ପ୍ରତିମା ନିର୍ମାଣ କରିଛନ୍ତି, ସେମାନେ ମନୁଷ୍ୟ ମାତ୍ର, ସେମାନେ ପରମେଶ୍ୱର ନୁହନ୍ତି। ସେମାନେ ସମସ୍ତେ ଯଦି ଏକତ୍ରିତ ହୋଇ ଆଲୋଚନା କରିବେ, ତେବେ ସେମାନେ ସମ୍ପୂର୍ଣ୍ଣ ଲଜ୍ଜିତ ହେବେ ଏବଂ କମ୍ପିତ ହେବେ।


ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେ ସବୁ ଅସାର, ଯଦିଓ ଲୋକେ ସେଗୁଡ଼ିକୁ ଆଦର କରନ୍ତି। ସେଗୁଡ଼ିକ ଉପକାରୀ ନୁହନ୍ତି। ସେହି ଲୋକମାନେ ସାକ୍ଷୀ ହେଲେ ବି ସେମାନେ ଲଜ୍ଜିତ ହେବେ। ସେମାନେ କିଛି ଦେଖନ୍ତି ନାହିଁ କି କିଛି ଜାଣନ୍ତି ନାହିଁ।


କିନ୍ତୁ କେତେକ ଲୋକ ମୋର ଅନୁସରଣ କରିବାରୁ ନିବୃତ୍ତ ହେଲେ ନାହିଁ। ଯେଉଁମାନେ ଖୋଦିତ ପ୍ରତିମାଗଣକୁ କିମ୍ବା ମୃତ୍ତିକାରେ ନିର୍ମିତ ଦେବତାମାନଙ୍କୁ ବିଶ୍ୱାସ କରନ୍ତି, କେବେ ସେମାନେ ହତାଶ ହୋଇ ଲଜ୍ଜିତ ହେବେ।


“ହେ ନାନା ଦେଶୀୟ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ରିତ ହୋଇ ଆସ। ଏକ ସଙ୍ଗେ ନିକଟକୁ ଆସ। ଯେଉଁମାନେ ନିଜର ଖୋଦିତ ପ୍ରତିମାର କାଠ ବହନ କରି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।


ଆମ୍ଭେ ପ୍ରାନ୍ତରରେ ଏରସ, ବାବଲ, ମେହେନ୍ଦି, ତୈଳବୃକ୍ଷ ରୋପଣ କରିବା ଓ ମରୁଭୂମିରେ ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ଲଗାଇବା।


ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି। ସେମାନେ ସେମାନଙ୍କର “ଦେବଗଣଙ୍କ” ବିଷୟରେ ବଡ଼ାଇ କରନ୍ତି। ସେହି ଲୋକମାନେ ଲଜ୍ଜିତ ହେବେ। ସେମାନଙ୍କର ସମସ୍ତ “ଦେବତାଗଣ” ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।


ଯେପରି ଇସ୍ରାଏଲ ବଂଶ ଆପଣା ବିଶ୍ୱାସ ଭୂମି ବୈଥେଲ୍ ବିଷୟରେ ଲଜ୍ଜିତ ହୋଇଥିଲେ, ସେହିପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।


Swiv nou:

Piblisite


Piblisite