Biblia Todo Logo
Bib sou entènèt

- Piblisite -




ଯିଶାଇୟ 46:6 - ପବିତ୍ର ବାଇବଲ

6 ସେମାନେ ଥଳିରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି। ସେମାନେ ସୁନାରିକୁ ଗୋଟିଏ ଦେବତା ଗଢ଼ିବା ପାଇଁ ମୂଲ୍ୟ ଦିଅନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ। ସେମାନେ ତାକୁ ପ୍ରଣାମ କରି ପୂଜା କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରିକି ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ତବତ କରି ପୂଜା କରନ୍ତି।

Gade chapit la Kopi

ଓଡିଆ ବାଇବେଲ

6 ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।

Gade chapit la Kopi




ଯିଶାଇୟ 46:6
21 Referans Kwoze  

“ଯେହେତୁ ଆମ୍ଭେମାନେ ପରମେଶ୍ୱରଙ୍କ ସନ୍ତାନ ତେଣୁ ଆମ୍ଭେମାନେ ପରମେଶ୍ୱରଙ୍କୁ ମନୁଷ୍ୟର କୌଶଳ ଓ କଳ୍ପନାରେ ତିଆରି ପ୍ରତିମା ବୋଲି ଭାବିବା ନାହିଁ, ବା ସୁନା କି ରୂପା କି ପଥର ବୋଲି ମଧ୍ୟ ଭାବିବା ନାହିଁ।


ସମସ୍ତ ମୂର୍ତ୍ତିପୂଜକ ନିର୍ବୋଧ ଓ ଅଜ୍ଞାନୀ ବୋଲି ଜଣା ପଡ଼ିବେ। ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ମୂର୍ତ୍ତିଗୁଡ଼ିକ ପାଇଁ ଲଜ୍ଜିତ। କାରଣ ତାଙ୍କର ମୂର୍ତ୍ତିଗୁଡ଼ିକ ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।


ସେମାନେ ତର୍ଶୀଶରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଆଣି କାରିଗର ଓ ସ୍ୱର୍ଣ୍ଣକାର ହସ୍ତରେ “ପ୍ରତିମାମାନ” ନିର୍ମାଣ କରାନ୍ତି। ସେଗୁଡ଼ିକ ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ଆଚ୍ଛାଦନ କରନ୍ତି। ସେଗୁଡ଼ିକ “ନିପୁଣ ଶିଳ୍ପୀମାନଙ୍କର” କୃତ କର୍ମ।


ଆଉମଧ୍ୟ ତୁମ୍ଭମାନଙ୍କର ଦେଶ ଲୋକମାନଙ୍କ ଦ୍ୱାରା ପୂଜିତ ପ୍ରତିମାରେ ପରିପୂର୍ଣ୍ଣ। ସେହି ପ୍ରତିମାଗୁଡ଼ିକ ଲୋକମାନଙ୍କ ସ୍ୱହସ୍ତ ନିର୍ମିତ ଓ ସେମାନେ ସେଗୁଡ଼ିକୁ ପୂଜା କରୁଛନ୍ତି।


ତହୁଁ ରାଜା ତାଙ୍କର ଉପଦେଷ୍ଟାମାନଙ୍କ ସହିତ ବିଗ୍ଭର ବିମର୍ଷ କଲେ ଓ ସେମାନେ ତାଙ୍କୁ ଦୁଇଟି ସୁବର୍ଣ୍ଣର ଗୋବତ୍ସ ନିର୍ମାଣ କରିବାକୁ କହିଲେ। ପୁଣି ସେ ଲୋକମାନଙ୍କୁ କହିଲେ, “ତୁମ୍ଭର ଯିରୁଶାଲମକୁ ଉପାସନା କରିବା ପାଇଁ ଯିବା ଦରକାର ନାହିଁ। ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲେ।”


“ହେ ନାନା ଦେଶୀୟ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ରିତ ହୋଇ ଆସ। ଏକ ସଙ୍ଗେ ନିକଟକୁ ଆସ। ଯେଉଁମାନେ ନିଜର ଖୋଦିତ ପ୍ରତିମାର କାଠ ବହନ କରି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।


ତୁମ୍ଭମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ଆଚ୍ଛାଦିତ ପ୍ରତିମାଗୁଡ଼ିକ ତୁମ୍ଭମାନଙ୍କୁ ପାପାଶକ୍ତି ବା ଅଶୁଚି କରିଦେଇଛନ୍ତି। ମାତ୍ର ତୁମ୍ଭେମାନେ ସେହି ମିଥ୍ୟା ପ୍ରଭୁଙ୍କୁ ଆଉ ସେବା କରିବ ନାହିଁ। ଆଉ ତୁମ୍ଭେମାନେ ସେଗୁଡ଼ିକୁ ଅଶୁଚି ବସ୍ତୁ ତୁଲ୍ୟ ଫିଙ୍ଗି ଦେବ ଏବଂ କହିବ “ଏଠାରୁ ବାହାରି ଯାଅ।”


ତାହାର ଜଳାଶୟଗୁଡ଼ିକ ‌‌ ଖ‌ଡ଼୍‌ଗର ଆଘାତରେ ଜଳଶୂନ୍ୟ ହେବ। ଆଉ ତା'ର ଖୋଦିତ ପ୍ରତିମାଗଣ ଯୋଗୁଁ ତା'ର ଲୋକମାନେ ନିର୍ବୋଧ ହୋଇଅଛନ୍ତି ଓ ସେମାନଙ୍କ ପାଇଁ ମନ୍ଦଫଳ ଘଟିବ।


ରାଜା ନବୂଖ‌ଦ୍‌ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା। ସେ ପ୍ରତିମାଟିକୁ ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସ୍ଥାପନ କଲା।


ବର୍ତ୍ତମାନ ଇସ୍ରାଏଲ ଲୋକମାନେ ଅଧିକରୁ ଅଧିକ ପାପ କଲେ। ସେମାନେ ନିଜ ନିଜ ପାଇଁ ପ୍ରତିମା ତିଆରି କରନ୍ତି। କାରିଗରମାନେ ସୁନ୍ଦର ମୂର୍ତ୍ତି ରୂପାରେ ତିଆରି କରନ୍ତି ଏବଂ ସେହି ଲୋକମାନେ ସେହି ପ୍ରତିମାମାନଙ୍କ ସହିତ କଥା ହୁଅନ୍ତି। ସେମାନେ ସେ ମୂର୍ତ୍ତିମାନଙ୍କୁ ବଳିଦାନ ଦିଅନ୍ତି। ସେହି ସୁବର୍ଣ୍ଣ ନିର୍ମିତ ବାଛୁରିଗୁଡ଼ିକୁ ଚୁମ୍ବନ କରନ୍ତି।


ସେମାନେ ଖୁବ୍ ଶୀଘ୍ର ମୁଁ ଶିକ୍ଷା ଦେଇଥିବା ପଥରୁ ବିମୁଖ ହେଲେ। ସେମାନେ ସୁବର୍ଣ୍ଣର ଏକ ବାଛୁରି ନିର୍ମାଣ କଲେ। ସେମାନେ ସେହି ମୂର୍ତ୍ତିକୁ ଉପାସନା କରୁଛନ୍ତି ଏବଂ ତା'ର ସମ୍ମୁଖରେ ବଳିଦାନ କରୁଛନ୍ତି। ସେମାନେ କହନ୍ତି, ‘ଇସ୍ରାଏଲ, ତୁମ୍ଭକୁ ମିଶର ଦେଶରୁ ଯେଉଁ ଦେବତା ବାହାର କରି ଆଣିଲେ, ସେଗୁଡ଼ିକ ଏହି।’”


ସେମାନଙ୍କର ହାତ ଅଛି କିନ୍ତୁ ତାହା ସ୍ପର୍ଶ କରି ପାରନ୍ତି ନାହିଁ। ସେମାନଙ୍କର ଗୋଡ଼ ଅଛି କିନ୍ତୁ ଗ୍ଭଲିପାରନ୍ତି ନାହିଁ। ସେମାନଙ୍କ ଗଳାରୁ କୌଣସି ସ୍ୱର ବାହାରେ ନାହିଁ।


Swiv nou:

Piblisite


Piblisite