Biblia Todo Logo
Bib sou entènèt

- Piblisite -




ଯିଶାଇୟ 48:3 - ପବିତ୍ର ବାଇବଲ

3 “ପୂର୍ବକାଳରେ ଯାହା ଘଟିଲା ଆମ୍ଭେ ତାହା ବହୁ ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ। ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ। ଆମ୍ଭେ ତାହା କଲୁ ଓ ଅକସ୍ମାତ୍ ତାହା ସବୁ ଘଟିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆମ୍ଭେ ପୂର୍ବ କାଳର କଥା ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ; ହଁ, ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ; ଆମ୍ଭେ ତାହା କଲୁ ଓ ଅକସ୍ମାତ୍ ସେସବୁ ଘଟିଲା।

Gade chapit la Kopi

ଓଡିଆ ବାଇବେଲ

3 ଆମ୍ଭେ ପୂର୍ବ କାଳର କଥା ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ; ହଁ, ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ; ଆମ୍ଭେ ତାହା କଲୁ ଓ ଅକସ୍ମାତ୍‍ ସେହି ସବୁ ଘଟିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 “ଆମ୍ଭେ ପୂର୍ବକାଳର କଥା ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ; ହଁ, ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ; ଆମ୍ଭେ ତାହା କଲୁ ଓ ଅକସ୍ମାତ୍‍ ସେହି ସବୁ ଘଟିଲା।

Gade chapit la Kopi




ଯିଶାଇୟ 48:3
16 Referans Kwoze  

ଦେଖ, ଆଦ୍ୟ ବିଷୟ ସିଦ୍ଧ ହେଲା। ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ। ଭବିଷ୍ୟତରେ କ’ଣ କ’ଣ ଘଟିବ, ତାହା ତୁମ୍ଭକୁ ଜଣାଉ।”


ତୁମ୍ଭର ପ୍ରତିମାଗଣ ଆସନ୍ତୁ ଓ ଯାହା ଯାହା ଘଟୁଅଛି, ଆମ୍ଭ ନିକଟରେ ପ୍ରକାଶ କରନ୍ତୁ।” ଆଦ୍ୟରେ କ’ଣ ଘଟିଥିଲା ଓ ଭବିଷ୍ୟତରେ କ’ଣ ଘଟିବ, ଆମ୍ଭକୁ କୁହ। ତାହାହେଲେ ଶେଷଫଳ କ’ଣ ହେବ ଆମ୍ଭେ ବିବେଚନା କରିବା।


ସଦାପ୍ରଭୁ ଇସ୍ରାଏଲ ବଂଶକୁ ଯେଉଁ ଉତ୍ତମ ପ୍ରତିଜ୍ଞା କରିଥିଲେ, ସେଥି ମଧ୍ୟରୁ ଗୋଟିଏ ହେଲେ କଥା ବିଫଳ ହେଲା ନାହିଁ। ସଦାପ୍ରଭୁଙ୍କର ସମସ୍ତ କଥା ସଫଳ ହେଲା।


ତୁମ୍ଭେମାନେ ଆସ ଓ ତାହା ଉପସ୍ଥିତ କର; ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ। ବହୁକାଳରୁ “କିଏ ଏହା ଜଣାଇ ଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କ’ଣ ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହାନ୍ତି। ଆମ୍ଭେ ଧର୍ମଗୀତ ପରମେଶ୍ୱର ଓ ତ୍ରାଣକର୍ତ୍ତା, ଆମ୍ଭ ଛଡ଼ା ଆଉ କେହି ନାହିଁ।


ସବୁ ଦେଶର ଓ ସବୁ ଗୋଷ୍ଠୀର ଲୋକମାନେ ଏକତ୍ରିତ ହୁଅନ୍ତୁ। ସେମାନଙ୍କ ମଧ୍ୟରୁ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଦେଖାଇ ଦେଇପାରେ? ସେମାନେ ଦୋଷମୁକ୍ତ ହେବାକୁ ନିଜ ନିଜର ସାକ୍ଷୀ ଆଣନ୍ତୁ ଓ ସେମାନେ ପୁଣି ଏହା ସତ୍ୟ ବୋଲି କୁହନ୍ତୁ।”


ଦେଖ, ଆମ୍ଭେ ଅଶୂରୀୟ ରାଜା ମଧ୍ୟରେ ଏକ ଆତ୍ମା ପ୍ରବେଶ କରାଇବା ଓ କୌଣସି ଜନରବ ଶୁଣି ନିଜ ଦେଶକୁ ଫେରିଯିବ। ସେତେବେଳେ ତାହାରି ନିଜ ଦେଶରେ ଆମ୍ଭେ ତାକୁ ‌‌ଖ‌ଡ଼୍‌ଗରେ ନିପାତ କରିବା।”’


ହଁ, ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦମ୍ଭ ଓ ଗର୍ବିତ କଥା ଆମ୍ଭର କର୍ଣ୍ଣଗୋଚର ହୋଇଅଛି। ଏଣୁ ଆମ୍ଭେ ତୁମ୍ଭ ନାକରେ ଅଙ୍କୁଶ ଓ ଓଠରେ ଲଗାମ ଦେବା। ପୁଣି ତୁମ୍ଭେ ଯେଉଁ ବାଟରେ ଆସିଥିଲ, ସେହି ବାଟରେ ତୁମ୍ଭେମାନେ ଫେରିଯିବ।””


ତୁମ୍ଭର ଶତ୍ରୁଗଣ ସୂକ୍ଷ୍ମଧୂଳି ସଦୃଶ ଅଗଣିତ ହେବେ। ନିଷ୍ଠୁର ଲୋକମାନଙ୍କର ଗହଳି ତୁଷ ତୁଲ୍ୟ ହେବ ଓ ଏସବୁ ନିମିଷକରେ ଘଟିବ।


ସେହି ପାପ ପତନ ହେବ, ଠିକ୍ ଯେପରି ଉଚ୍ଚ କାନ୍ଥରେ ଫାଟ ଦେଇ ପାଣି ପ୍ରବେଶ କରିବ ଏବଂ ଶୀଘ୍ର ପତନ ଘଟିବ।


ଆମ୍ଭେ ସଦାପ୍ରଭୁ ଏବଂ ପ୍ରଥମେ ସିୟୋନକୁ କହିବା, ‘ସେମାନଙ୍କୁ ଦେଖ। ଏବଂ ପୁଣି ଯିରୁଶାଲମକୁ ସୁସମାଗ୍ଭର ଦେଇ ଆମ୍ଭେ ଜଣେ ଦୂତ ପଠାଇବା।’”


Swiv nou:

Piblisite


Piblisite