Biblia Todo Logo
Bib sou entènèt

- Piblisite -




ଯିଶାଇୟ 49:1 - ପବିତ୍ର ବାଇବଲ

1 ହେ ଦ୍ୱୀପ ସମୂହର ଲୋକମାନେ, ମୋ’ କଥା ଶୁଣ। ହେ ଦୂରସ୍ଥ ଗୋଷ୍ଠୀ ସମୂହର ଲୋକମାନେ, ମୋ’ କଥାକୁ ଅବଧାନ କର। ମୁଁ ମାତୃ ଗର୍ଭରୁ ଭୂମିଷ୍ଠ ହେବା ପୂର୍ବରୁ ସଦାପ୍ରଭୁ ତାଙ୍କର ସେବା ପାଇଁ ମୋତେ ଆହ୍ୱାନ କରିଛନ୍ତି। ମୁଁ ମାତୃଗର୍ଭରେ ଥିବା କାଳରୁ ସେ ମୋର ନାମ ଉଲ୍ଲେଖ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ଦ୍ଵୀପସମୂହ, ମୋʼ କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ଵାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତିନ୍ତ

Gade chapit la Kopi

ଓଡିଆ ବାଇବେଲ

1 ହେ ଦ୍ୱୀପସମୂହ, ମୋ’ କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ଦ୍ୱୀପସମୂହ, ମୋʼ କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି;

Gade chapit la Kopi




ଯିଶାଇୟ 49:1
34 Referans Kwoze  

“ମାତୃଗର୍ଭରେ ତୁମ୍ଭର ସୃଷ୍ଟି ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ। ଏପରିକି ତୁମ୍ଭେ ଜନ୍ମ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଅଲଗା କଲୁ ଏବଂ ତୁମ୍ଭକୁ ଜାତିମାନଙ୍କର ଭବିଷ୍ୟ‌ଦ୍‌ବକ୍ତା ରୂପେ ନିଯୁକ୍ତ କଲୁ।”


କିନ୍ତୁ ପରମେଶ୍ୱର ମୋ’ ଜନ୍ମ ପୂର୍ବରୁ ମୋତେ ଅନୁଗ୍ରହ କରି ବାଛି ନେଇଥିଲେ। ସେ ସ୍ଥିର କରିଥିଲେ ଯେ, ମୁଁ ଅଣଯିହୂଦୀମାନଙ୍କୁ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର କହିବି।


ଆମ୍ଭେ ସଦାପ୍ରଭୁ ଯେ କି ତୁମ୍ଭକୁ ଗଢ଼ିଲେ ମାତୃଗର୍ଭରୁ ତୁମ୍ଭକୁ ଯେ ନିର୍ମାଣ କଲେ। ଯିଏ ତୁମ୍ଭକୁ ସାହାଯ୍ୟ କଲେ, ସେହି ସଦାପ୍ରଭୁ କୁହନ୍ତି, ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଶିଶୁଗଣ, ଭୟ କର ନାହିଁ।


ପୁଣି ମୋତେ ତାଙ୍କର ସେବକ ହେବା ପାଇଁ, ଯାକୁବଙ୍କୁ ତାଙ୍କ ନିକଟକୁ ଆଣିବା ପାଇଁ ଓ ଇସ୍ରାଏଲ ତାହାଙ୍କ ନିକଟରେ ପହଞ୍ଚିବା ପାଇଁ ସେ ମୋତେ ମାତୃଗର୍ଭରେ ସୃଷ୍ଟି କଲେ। ସେହି ସଦାପ୍ରଭୁ ମୋତେ ଏବେ କୁହନ୍ତି, “କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଆଦରଣୀୟ ଅଟେ ଓ ମୋର ପରମେଶ୍ୱର ମୋର ବଳସ୍ୱରୂପ ହୋଇଅଛନ୍ତି।”


ଶୁଣ, ତୁମ୍ଭେ ଗର୍ଭବତୀ ହେବ। ତୁମ୍ଭେ ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମ ଦେବ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ।


ଜଗତ ଆରମ୍ଭ ହେବା ପୂର୍ବରୁ ଖ୍ରୀଷ୍ଟ ମନୋନୀତ ହୋଇଥିଲେ। କିନ୍ତୁ ଏହି ଶେଷ ସମୟରେ ତୁମ୍ଭ ନିମନ୍ତେ ସେ ଜଗତରେ ପ୍ରକାଶିତ ହେଲେ।


ପ୍ରଭୁଙ୍କ ପାଇଁ ଯୋହନ ମହାନ୍ ହେବେ। ସେ କେବେ ହେଁ ଦ୍ରାକ୍ଷାରସ କିମ୍ବା ମଦ୍ୟପାନ କରିବେ ନାହିଁ। ଏପରିକି ଜନ୍ମ ସମୟରୁ ସେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେବେ।


ସାବଧାନ ରୁହ, ଓ ପରମେଶ୍ୱର କଥା କହିଲା ବେଳେ ଶୁଣିବାକୁ ମନା କର ନାହିଁ। ଯେତେବେଳେ ସେ ପୃଥିବୀର ସେହି ଲୋକମାନଙ୍କୁ ସତର୍କ କଲେ, ସେତେବେଳେ ସେମାନେ ତାହାଙ୍କ କଥା ଅଗ୍ରାହ୍ୟ କଲେ। କିନ୍ତୁ ସେମାନେ ରକ୍ଷା ପାଇଲେ ନାହିଁ। ଏବେ ପରମେଶ୍ୱର ସ୍ୱର୍ଗରୁ କହୁଛନ୍ତି। ଅତଏବ, ଏବେ ଯେଉଁମାନେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ମନା କରୁଛନ୍ତି, ତାହା ସେମାନଙ୍କ ଲାଗି ଅତି ଖରାପ ହେବ।


ତେବେ ତୁମ୍ଭେ କାହିଁକି କହୁଛ ଯେ, ମୁଁ ଯାହା କହୁଛି ପରମେଶ୍ୱରଙ୍କ ବିରୁଦ୍ଧରେ କହୁଛି। କାରଣ ମୁଁ କହିଛି, ‘ମୁଁ ପରମେଶ୍ୱରଙ୍କର ପୁତ୍ର।’ ମୋତେ ପରମେଶ୍ୱର ବାଛିଛନ୍ତି ଓ ଏ ଜଗତକୁ ପଠାଇଛନ୍ତି।


ସେହି ଲୋକମାନେ ସଦାପ୍ରଭୁଙ୍କୁ ଭୟ କରିବେ, କାରଣ ସଦାପ୍ରଭୁ ଧ୍ୱଂସ କରିବେ। ତା'ପରେ ସବୁ ଦେଶରେ ଲୋକମାନେ ସଦାପ୍ରଭୁଙ୍କୁ ଉପାସନା କରିବେ।


ପ୍ରକୃତରେ ଦ୍ୱୀପସମୂହ ଆମ୍ଭକୁ ଅପେକ୍ଷା କରିବେ। ପୁଣି ତର୍ଶୀଶର ଜାହାଜସବୁ ସର୍ବପ୍ରଥମେ ନିଜ ନିଜ ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭର ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ସୁନାମ ନିମିତ୍ତ ଓ ଇସ୍ରାଏଲର ପବିତ୍ରସ୍ୱରୂପଙ୍କ ନିମିତ୍ତ ଆସିବେ କାରଣ ସେ ତୁମ୍ଭକୁ ଗୌରବାନ୍ୱିତ କରିଛନ୍ତି।


ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ। ସଦାପ୍ରଭୁ କୁହନ୍ତି, ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ‘ଶାନ୍ତି’ ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।”


କର୍ଣ୍ଣଡେରି ଶୁଣ ଓ ଆମ୍ଭ ନିକଟକୁ ଆସ। ତହିଁରେ ତୁମ୍ଭମାନଙ୍କର ଆତ୍ମା ବଞ୍ଚିବ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ଏକ ଚିରକାଳ ଚୁକ୍ତି ଅର୍ଥାତ୍ ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।


“ହେ ଯାକୁବର ପରିବାର, ହେ ଇସ୍ରାଏଲର ଅବଶିଷ୍ଟାଂଶ ଆମ୍ଭ କଥା ଶୁଣ! ଆମ୍ଭେ ତୁମ୍ଭମାନଙ୍କୁ ବହନ କରି ଆସୁଅଛୁ। ତୁମ୍ଭେମାନେ ଗର୍ଭସ୍ଥ ହେବା ଦିନଠାରୁ ଆମ୍ଭଦ୍ୱାରା ବାହିତ ହୋଇଅଛ।


ତୁମ୍ଭର ତ୍ରାଣକର୍ତ୍ତା ସଦାପ୍ରଭୁ ତୁମ୍ଭକୁ ମାତୃ ଗର୍ଭରୁ ହିଁ ଗଢ଼ିଛନ୍ତି। ସେ ଏହା କୁହନ୍ତି, “ଆମ୍ଭେ ସଦାପ୍ରଭୁ, ସମସ୍ତ ସାଧନ କରିଅଛୁ। ଆମ୍ଭେ ଆକାଶମଣ୍ତଳକୁ ବିସ୍ତାର କରୁ ଓ ଏକାକୀ ପୃଥିବୀକୁ ପ୍ରସାରିତ କରୁ। ଆମ୍ଭର ସହିତ କେହି ନାହିଁ।”


ଖ୍ରୀଷ୍ଟ କ୍ରୁଶରେ ଆପଣା ମୃତ୍ୟୁ ଦ୍ୱାରା ଏହା ସାଧନ କଲେ। ତୁମ୍ଭେମାନେ ଦୂରରେ ଥିଲ ଯେ, ଖ୍ରୀଷ୍ଟ ଆସି ତୁମ୍ଭମାନଙ୍କ ନିକଟରେ ଶାନ୍ତି ପ୍ରଗ୍ଭର କଲେ।


ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଗ୍ଭର କରିବ। ଦ୍ୱୀପଗଣ ଆମ୍ଭ ଅପେକ୍ଷାରେ ରହିବେ ଓ ଆମ୍ଭର ପରାକ୍ରମରେ ଆଶା ରଖିବେ।


ହେ ପୃଥିବୀ ପ୍ରାନ୍ତସ୍ଥ ସମସ୍ତ ଲୋକ, ତୁମ୍ଭେମାନେ ଆମ୍ଭ ପ୍ରତି ଦୃଷ୍ଟି କର ଓ ପରିତ୍ରାଣ ପ୍ରାପ୍ତ ହୁଅ। କାରଣ ଆମ୍ଭେ ପରମେଶ୍ୱର ଓ ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ।


ସେମାନେ ସଦାପ୍ରଭୁଙ୍କୁ ମହିମା ଦିଅନ୍ତୁ ଓ ଦ୍ୱୀପ ସମୂହ ମଧ୍ୟରେ ତାଙ୍କର ପ୍ରଶଂସା ପ୍ରଗ୍ଭର କରନ୍ତୁ।


ସଦାପ୍ରଭୁ କୁହନ୍ତି, “ହେ ଦ୍ୱୀପ ସମୂହ, ନୀରବ ହୁଅ। ମୋ’ ନିକଟକୁ ଆସ, ଲୋକମାନେ ବଳପ୍ରାପ୍ତ ହୁଅନ୍ତୁ, କଥା କୁହନ୍ତୁ। ଆମ୍ଭେମାନେ ଏକତ୍ରିତ ବିଗ୍ଭର କରୁ।


ଯେତେବେଳେ ଏକ ସ୍ୱତନ୍ତ୍ର ବାଳକ ଜନ୍ମ ନେବେ ସେତିକି ବେଳେ ଏହା ଘଟିବ। ପରମେଶ୍ୱର ଆମ୍ଭମାନଙ୍କୁ ଏକ ପୁତ୍ର ଦେବେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ “ଆଶ୍ଚର୍ଯ୍ୟ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଯିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହେବେ।”


ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ସଙ୍କେତ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା: ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ଯବନ ତଥା ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟରେ କେବେ ଶୁଣି ନାହାନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେହିମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ବିଭିନ୍ନ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।


ମାତ୍ର ମୋର ପ୍ରଭୁ ପରମେଶ୍ୱର ଏକ ଚିହ୍ନ ଦେଖାଇବେ। ଦେଖ, ଏକ ଯୁବତୀ ଗର୍ଭବତୀ ହୋଇ ଏକ ପୁତ୍ର ସନ୍ତାନ ଜନ୍ମ ଦେବ। ତା'ର ନାମ ସେ ଇମ୍ମାନୁୟେଲ ଦେବ।


ମାତୃ ଗର୍ଭରୁ ଜନ୍ମଲାଭ କଲାପରଠାରୁ ମୁଁ ତୁମ୍ଭକୁ ପରମେଶ୍ୱର ବୋଲି ମାନି ଆସିଛି। ମୁଁ ମାତୃ ଗର୍ଭରୁ ବାହାରିବା ପରଠାରୁ ତୁମ୍ଭ ଯତ୍ନରେ ଲାଳିତ ପାଳିତ ହୋଇଛି।


ସେହି ସମୟରେ ମୋର ପ୍ରିୟ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନେବେ। ଏହା ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ୱରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲନୀୟ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୂର ଦେଶରୁ ଆସିବେ।


ସେହି ଲୋକମାନେ କହିବେ, “ହେ ପୂର୍ବ ଦେଶର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ଦୂରଦେଶର ଲୋକମାନେ, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଗୌରବ ପ୍ରଶଂସା କର।”


“ହେ ଦୂରବର୍ତ୍ତୀ ଲୋକଗଣ, ଦୟାକରି ତୁମ୍ଭ କାନ ଆଣି ମୋ’ କୃତ କର୍ମର କଥା ଶୁଣ ଏବଂ ମୋ’ ନିକଟବର୍ତ୍ତୀ ସମୂହ, ଏହାକୁ ମୋର ପରାକ୍ରମ ସ୍ୱୀକାର କର।”


ପୁଣି ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା। ତାହାହେଲେ ତୁମ୍ଭେ ଜାଣିବ ଯେ ଆମ୍ଭେ ତୁମ୍ଭର ସଦାପ୍ରଭୁ ଓ ଆମ୍ଭେ ତୁମ୍ଭର ନାମ ଧରି ଆହ୍ୱାନ କରୁଥିଲୁ। ଆମ୍ଭେ ଇସ୍ରାଏଲର ପରମେଶ୍ୱର ଏହା ମଧ୍ୟ ତୁମ୍ଭେ ଜାଣି ପାରିବ।


“ଦେଖ, କେତେକ ଲୋକ ଦୂର ଦେଶରୁ ଆସିବେ, କେତେକ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ ଓ ଆଉ କେତେକ ସୀନୀମ ଦେଶରୁ ଆସିବେ।”


“ଆମ୍ଭର ଦାସକୁ ଦେଖ, ସେ ସୁବିବେଚନା ପୂର୍ବକ ବ୍ୟବହାର କରିବେ। ସେ ଉନ୍ନତ, ଉଚ୍ଚପଦ ପ୍ରାପ୍ତ ଓ ମହିମାନ୍ୱିତ ହେବେ।


Swiv nou:

Piblisite


Piblisite