Biblia Todo Logo
Bib sou entènèt

- Piblisite -




ଯିଶାଇୟ 49:15 - ପବିତ୍ର ବାଇବଲ

15 “ଜଣେ ସ୍ତ୍ରୀଲୋକ ତା'ର ଗର୍ଭଜାତ ସନ୍ତାନକୁ ସ୍ନେହ ନ କରି କ’ଣ ଭୁଲି ପାରିବ? ସେ କ’ଣ ତାର ସ୍ତନ୍ୟପାୟୀ ସନ୍ତାନକୁ ଦୟା ନ ଦେଖାଇ ପାସୋରି ପାରିବ? ଏମାନେ ତାହା କରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।

Gade chapit la Kopi

ଓଡିଆ ବାଇବେଲ

15 ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 “ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।

Gade chapit la Kopi




ଯିଶାଇୟ 49:15
24 Referans Kwoze  

“ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେମାନେ ଏହିସବୁ କଥା ସ୍ମରଣ କର। ତୁମ୍ଭମାନଙ୍କୁ ଆମ୍ଭେ ସୃଷ୍ଟି କରିଅଛୁ। ତେଣୁ ତୁମ୍ଭେମାନେ ଆମ୍ଭର ଦାସ। ହେ ଇସ୍ରାଏଲ, ଆମ୍ଭକୁ ଭୁଲିବ ନାହିଁ।


ଯେପରି ଜଣେ ପିତା ତା'ର ସନ୍ତାନ ପ୍ରତି ପ୍ରେମ କରେ, ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସେପରି ଦୟା କରନ୍ତି।


ଏପରିକି ତୁମ୍ଭେ ମନ୍ଦ ଲୋକ ହୋଇ ମଧ୍ୟ ପିଲାମାନଙ୍କୁ କିଭଳି ଭଲ ଉପହାର ଦେବାକୁ ହୁଏ, ତାହା ତୁମ୍ଭେ ଜାଣ। ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା, ମାଗୁଥିବା ଲୋକକୁ ନିଶ୍ଚୟ କେତେ ଭଲ ଜିନିଷ ନ ଦେବେ!


ସଦାପ୍ରଭୁ କହିଲେ, “ଇସ୍ରାଏଲ ବାଲ୍ୟ ଥିଲା ବେଳେ ଆମ୍ଭେ ତାକୁ ଭଲ ପାଉଥିଲୁ। ଆମ୍ଭେ ମିଶରକୁ ପୁଅ ବୋଲି ଡାକୁଥିଲୁ।


ପରମେଶ୍ୱର କହନ୍ତି, “ଇଫ୍ରୟିମ ଆମ୍ଭର ପ୍ରିୟ ପୁତ୍ର। ଆମ୍ଭେ ତାହାକୁ ପ୍ରେମ କରୁ। ଯଦିଓ ଆମ୍ଭେ ତାହାକୁ ସମାଲୋଚନା କରୁ ଓ ତା’ ବିରୁଦ୍ଧରେ ଯାଉ, ତଥାପି ଆମ୍ଭେ ତାହାକୁ ସ୍ମରଣ କରୁ। ଏଣୁ ତା’ ପାଇଁ ଆମ୍ଭର ପ୍ରାଣ ବ୍ୟାକୁଳ ହୁଏ। ଆମ୍ଭେ ପ୍ରକୃତରେ ତାକୁ ଦୟା କରିବା।” ଏହା ସଦାପ୍ରଭୁ କହନ୍ତି।


ସଦାପ୍ରଭୁ କହିଲେ, “ସେମାନେ ଆମ୍ଭର ନିଜ ଲୋକ, ଯେଉଁ ଦିନ ମୁଁ କାର୍ଯ୍ୟ କରିବାକୁ ସ୍ଥିର କରିଥାଏ ନ୍ୟାୟ ଦେବା ପାଇଁ। ମୁଁ ମୋ’ ଅନ୍ୱେଷଣକାରୀମାନଙ୍କୁ ସ୍ନେହ କରିବି ଯେପରି ଜଣେ ବାପା ତା'ର ଆଜ୍ଞାଧୀନ ପୁତ୍ରକୁ ସ୍ନେହ କରେ।


ସ୍ନେହମୟୀ ମାମାନେ ଆପଣା ପ୍ରିୟ ସନ୍ତାନମାନଙ୍କୁ ରାନ୍ଧିଲେ କାରଣ ସେମାନେ ତାଙ୍କର ଏକମାତ୍ର ଖାଦ୍ୟ ଥିଲେ। ଯେତେବେଳେ ଲୋକମାନଙ୍କ ବିନାଶର ସମୟ ଆସିଥିଲା।


ଏପରିକି ଶୃଗାଳମାନେ ନିଜ ନିଜ ଛୁଆମାନଙ୍କୁ ସ୍ତନ୍ୟପାନ କରାନ୍ତି। ମାତ୍ର ଯିରୁଶାଲମ କନ୍ୟା ମରୁଭୂମିର ଓଟପକ୍ଷୀ ପରି ନିଷ୍ଠୁର ହୋଇଛନ୍ତି।


ସେମାନେ ନିଜର ପିତାମାତାଙ୍କୁ ମାନନ୍ତି ନାହିଁ। ସେମାନେ ମୂର୍ଖ ସେମାନେ ନିଜର କଥା ରଖନ୍ତି ନାହିଁ ଓ ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ଦୟାଭାବ ପ୍ରଦର୍ଶନ କରନ୍ତି ନାହିଁ।


ତୁମ୍ଭେମାନେ ଏତେ କ୍ଷୁଧିତ ହେବ ଯେ ଆପଣା ପୁତ୍ର ଓ କନ୍ୟାମାନଙ୍କର ମାଂସ ଭୋଜନ କରିବ।


ଏପରିକି ଦୁଷ୍ଟ ବ୍ୟକ୍ତି ମଲାପରେ ତା'ର ଗର୍ଭଧାରିଣୀ ମା’ ତାକୁ ପାଶୋରିବ। ତା'ର ସୁଗଠିତ ହୃଦୟ ସହିତ ଶରୀର କୀଟମାନଙ୍କ ସୁସ୍ୱାଦୁ ଖାଦ୍ୟ ହେବ। ଲୋକେ ତାକୁ ମନେ ରଖିବେ ନାହିଁ। ସେହି ଦୁଷ୍ଟ ଲୋକଟି ପଗ୍ଭ ବାଡ଼ିପରି ଭାଙ୍ଗି ପଡ଼ିବ।


ମୋର ପିତାମାତା ମୋତେ ଛାଡ଼ି ଗ୍ଭଲିଗଲେ। କିନ୍ତୁ ସଦାପ୍ରଭୁ ମୋତେ ଲାଳନପାଳନ କରିବେ।


ପରମେଶ୍ୱର କ’ଣ କୃପା କରିବାକୁ ପାସୋରି ଅଛନ୍ତି? ତାଙ୍କର ଦୟା କ’ଣ କ୍ରୋଧରେ ପରିଣତ ହୋଇଅଛି?” ସେଲା


ତୁମ୍ଭେ ହେଉଛ ମୋର ପୁତ୍ର, ମୁଁ ଯାହାକୁ ଭଲପାଏ, ତୁମ୍ଭେ ହେଉଛ ସେହି ପୁତ୍ର ଯାହାକୁ ପାଇବା ପାଇଁ ମୁଁ ପ୍ରାର୍ଥନା କରିଥିଲି।


ଭବିଷ୍ୟତରେ ସଦାପ୍ରଭୁ ପୁନର୍ବାର ଯାକୁବକୁ ପ୍ରେମ କରିବେ। ସେ ପୁଣି ଇସ୍ରାଏଲ ଲୋକଙ୍କୁ ମନୋନୀତ କରିବେ। ସେହି ସମୟରେ ସେମାନଙ୍କୁ ସେମାନଙ୍କ ଦେଇ ଫେରାଇ ଦେବେ। ତା'ପରେ ବିଦେଶୀମାନେ ସେମାନଙ୍କ ସହିତ ସଂଯୁକ୍ତ ହେବେ। ଉଭୟେ ଯାକୁବଙ୍କ ପ୍ରତି ଆକୃଷ୍ଟ ହେବେ।


ମାତ୍ର ସିୟୋନ କହେ, “ସଦାପ୍ରଭୁ ମୋତେ ପରିତ୍ୟାଗ କରିଛନ୍ତି। ମୋର ପ୍ରଭୁ ମୋତେ ଭୁଲି ଯାଇଛନ୍ତି।”


“ସଦାପ୍ରଭୁ ଆପଣା ମହାନ ନାମ ସକାଶେ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ। କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇ ଅଛନ୍ତି।


ସଦାପ୍ରଭୁ ଯେ କି ତୁମ୍ଭ ପ୍ରତି କରୁଣା କରିଅଛନ୍ତି କୁହନ୍ତି: “ଯଦିଓ ପର୍ବତଗୁଡ଼ିକ ବିଚଳିତ ହୋଇ ଘୁଞ୍ଚିଯିବେ; ଉପପର୍ବତଗୁଡ଼ିକ ଟଳି ପଡ଼ିବେ, ତଥାପି ଆମ୍ଭର ଦୟା ତୁମ୍ଭଠାରୁ ଦୂରେଇ ଯିବ ନାହିଁ କିମ୍ବା ଆମ୍ଭର ଶାନ୍ତିର ବ୍ୟବସ୍ଥା ଟଳିବ ନାହିଁ।”


ଇସ୍ରାଏଲ ଓ ଯିହୁଦାର ଲୋକମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି। ସେମାନେ ଯଦିଓ ତାଙ୍କର ବିରୁଦ୍ଧାଚରଣ କରି ତାଙ୍କୁ ପରିତ୍ୟାଗ କରିଛନ୍ତି, ତଥାପି ସେ ଧର୍ମସ୍ୱରୂପ ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି।


Swiv nou:

Piblisite


Piblisite