Biblia Todo Logo
Bib sou entènèt

- Piblisite -




ଯିଶାଇୟ 49:22 - ପବିତ୍ର ବାଇବଲ

22 ସଦାପ୍ରଭୁ, ମୋର ପ୍ରଭୁ କୁହନ୍ତି, “ଦେଖ, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା ଓ ଗୋଷ୍ଠୀସମୂହର ପ୍ରତି ଆମ୍ଭର ଧ୍ୱଜା ଟେକିବା। ତାହାହେଲେ ସେମାନେ ତୁମ୍ଭର ପୁତ୍ରଗଣଙ୍କୁ କୋଳରେ ଆଣିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ସ୍କନ୍ଧରେ ବୁହାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଅନ୍ୟ ଦେଶୀୟ ମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା ଓ ଗୋଷ୍ଠୀସମୂହର ପ୍ରତି ଆପଣା ଧ୍ଵଜା ଟେକିବା; ତହିଁରେ ସେମାନେ ତୁମ୍ଭ ପୁତ୍ରଗଣକୁ କୋଳରେ ଆଣିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ସ୍କନ୍ଧରେ ବୁହାଯିବେ।

Gade chapit la Kopi

ଓଡିଆ ବାଇବେଲ

22 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା ଓ ଗୋଷ୍ଠୀସମୂହର ପ୍ରତି ଆପଣା ଧ୍ୱଜା ଟେକିବା; ତହିଁରେ ସେମାନେ ତୁମ୍ଭ ପୁତ୍ରଗଣକୁ କୋଳରେ ଆଣିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ସ୍କନ୍ଧରେ ବୁହାଯିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା ଓ ଗୋଷ୍ଠୀସମୂହର ପ୍ରତି ଆପଣା ଧ୍ୱଜା ଟେକିବା; ତହିଁରେ ସେମାନେ ତୁମ୍ଭ ପୁତ୍ରଗଣକୁ କୋଳରେ ଆଣିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ସ୍କନ୍ଧରେ ବୁହାଯିବେ।

Gade chapit la Kopi




ଯିଶାଇୟ 49:22
20 Referans Kwoze  

ଲୋକମାନେ ପୂର୍ବ, ପଶ୍ଚିମ। ଉତ୍ତର ଓ ଦକ୍ଷିଣ ଦିଗରୁ ଆସିବେ। ସେମାନେ ପରମେଶ୍ୱରଙ୍କ ରାଜ୍ୟରେ ଖାଇବାକୁ ବସିବେ।


ହେ ପ୍ରଭୁ, ତୁମ୍ଭେ ପ୍ରତ୍ୟେକ ଦେଶଗୁଡ଼ିକୁ ସୃଷ୍ଟି କରିଛ। ସେମାନେ ଆସିବେ ଓ ମଥାନତ ହୋଇ ତୁମ୍ଭ ସମ୍ମୁଖରେ ଛିଡ଼ା ହେବେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।


“ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ୱ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନରେ ପବିତ୍ର ନୈବେଦ୍ୟ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶରେ ମହାନ ଅଟେ।” ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।


ସଦାପ୍ରଭୁ କୁହନ୍ତି, ଇସ୍ରାଏଲର ଲୋକମାନେ ଯେପରି ପବିତ୍ର ପାତ୍ରରେ ସଦାପ୍ରଭୁଙ୍କ ମନ୍ଦିରକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତାମାନଙ୍କୁ ଅଶ୍ୱ ଉପରେ ରଥ ଆଣିବେ ଏବଂ ଦ୍ରୁତଗତି ପଶୁଗୁଡ଼ିକ ବିଭିନ୍ନ ଦେଶରୁ ଯିରୁଶାଲମକୁ ସଦାପ୍ରଭୁଙ୍କ ପ୍ରତି ଉପହାର ସ୍ୱରୂପ ଆସିବ।


“ଦେଖ, କେତେକ ଲୋକ ଦୂର ଦେଶରୁ ଆସିବେ, କେତେକ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ ଓ ଆଉ କେତେକ ସୀନୀମ ଦେଶରୁ ଆସିବେ।”


ବିଦେଶୀମାନେ ଇସ୍ରାଏଲର ଲୋକଙ୍କୁ ତାଙ୍କ ଦେଶରେ ସ୍ଥାପନ କରିବେ। ଅନ୍ୟ ଗୋଷ୍ଠୀର ପୁରୁଷ ଓ ନାରୀମାନେ ଇସ୍ରାଏଲର କ୍ରୀତଦାସ ହେବେ, କାରଣ ଅତୀତରେ ସେମାନେ ଇସ୍ରାଏଲର ଲୋକମାନଙ୍କୁ ଦାସଦାସୀ କରିଥିଲେ। ମାତ୍ର ବର୍ତ୍ତମାନ ଇସ୍ରାଏଲ ସେମାନଙ୍କୁ ପରାସ୍ତ କରିବ ଓ ସେମାନଙ୍କୁ ଶାସନ କରିବ।


ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।


ତାଙ୍କର ରାଜ୍ୟ ସମୁଦ୍ରରୁ ସମୁଦ୍ର ପର୍ଯ୍ୟନ୍ତ ଏବଂ ଫରାତ୍ ନଦୀଠାରୁ ଶେଷ ଧରଣୀକୁ ବ୍ୟାପି ଯାଉ।


ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ। ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।


ସମସ୍ତ ଜାତି ଏକତ୍ରିତ ହେବେ ଓ ସକଳ ରାଜ୍ୟ ସଦାପ୍ରଭୁଙ୍କର ସେବା ପାଇଁ ଆସିବେ।


ଲକ୍ଷ୍ୟ କର, ସେ ଗୋଷ୍ଠୀ ପ୍ରତି କିଛି ଅଘଟଣ ଘଟିବ। ଜଗତର ସମସ୍ତ ନିବାସୀ ଦେଖିବେ ସେହି ଗୋଷ୍ଠୀ ବିନଷ୍ଟ ହେଉଛି। ସମସ୍ତ ଲୋକ ସ୍ପଷ୍ଟ ଭାବରେ ଦେଖି ପାରିବେ ଯେପରି ପର୍ବତ ଉପରେ ଧ୍ୱଜା ଉଡ଼ି ସଙ୍କେତ ଦିଏ। ସେହି ଦୀର୍ଘକାୟ ଲୋକମାନଙ୍କର ଅନିଷ୍ଟ ଘଟିବ, ଏହା ଜଗତବାସୀ ଗ୍ରହଣ କରିବେ। ଯୁଦ୍ଧରେ ତୂରୀ ବାଜି ଘୋଷଣା କଲାପରି ସେମାନେ ସ୍ପଷ୍ଟ ଭାବରେ ଏହା ଶୁଣିବେ।


ଆମ୍ଭେ ଉତ୍ତର ଦିଗକୁ କହିବା ଛାଡ଼ିଦିଅ ଓ ଦକ୍ଷିଣ ଦିଗକୁ କହିବା ସେମାନଙ୍କୁ ଅଟକାଅ ନାହିଁ। ଆମ୍ଭର ପୁତ୍ରଗଣଙ୍କୁ ଦୂରରୁ ଓ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ।


ତୁମ୍ଭେମାନେ ଅଗ୍ରସର ହୁଅ, ନଗରଦ୍ୱାର ମଧ୍ୟଦେଇ ଆଗେଇ ଆସ। ଲୋକମାନଙ୍କ ପାଇଁ ପଥ ପ୍ରସ୍ତୁତ କର। ରାଜପଥ ଉଚ୍ଚକର। ପଥରୁ ପଥରଗୁଡ଼ିକୁ ବାହାର କରିଦିଅ ଓ ଗୋଷ୍ଠୀ ସମୂହଙ୍କ ପାଇଁ ଏକ ଧ୍ୱଜା ଉଡ଼ାଅ।


ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ସଙ୍କେତ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା: ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ଯବନ ତଥା ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟରେ କେବେ ଶୁଣି ନାହାନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେହିମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ବିଭିନ୍ନ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।


ବହୁଲୋକ ଓ ଶକ୍ତିଶାଳୀ ଗୋଷ୍ଠୀ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଅନୁସରଣ କରିବା ପାଇଁ ଏବଂ ତାଙ୍କ ଅନୁଗ୍ରହ ପାଇବା ପାଇଁ ଯିରୁଶାଲମକୁ ଆସିବେ।


Swiv nou:

Piblisite


Piblisite