Biblia Todo Logo
Bib sou entènèt

- Piblisite -




ଯିଶାଇୟ 49:6 - ପବିତ୍ର ବାଇବଲ

6 ପୁଣି ସଦାପ୍ରଭୁ କହିଲେ, “ତୁମ୍ଭେ ଯାକୁବର ପରିବାରବର୍ଗକୁ ଉ‌‌‌ତ୍‌‌‌ଥାପନ କରିବା ପାଇଁ ଓ ଇସ୍ରାଏଲ ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ। ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ଯେପରି ପୃଥିବୀର ଶେଷ ସୀମା ପର୍ଯ୍ୟନ୍ତ ଆମ୍ଭ କୃତ ପରିତ୍ରାଣ ସ୍ୱରୂପ ହେବ, ସେଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତିସ୍ୱରୂପ କରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଣୁ ସେ କହନ୍ତି, ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ଵରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ଵରୂପ ମଧ୍ୟ କରିବା।

Gade chapit la Kopi

ଓଡିଆ ବାଇବେଲ

6 ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍‍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”

Gade chapit la Kopi




ଯିଶାଇୟ 49:6
30 Referans Kwoze  

ପ୍ରଭୁ ଆମ୍ଭକୁ ଏହି ଆଦେଶ ଦେଇଛନ୍ତି: ‘ମୁଁ ତୁମ୍ଭକୁ ଅନ୍ୟ ଜାତୀୟମାନଙ୍କ ପାଇଁ ଗୋଟିଏ ଆଲୋକ ସଦୃଶ କରିଅଛ। ଏହା ଦ୍ୱାରା ପୃଥିବୀର ଶେଷ ଭାଗ ପର୍ଯ୍ୟନ୍ତ ତୁମ୍ଭେମାନେ ପରିତ୍ରାଣ ଆଣି ପାରିବ।’”


“ମୁଁ ସଦାପ୍ରଭୁ, ତୁମ୍ଭକୁ ଧାର୍ମିକରେ ଆହ୍ୱାନ କରୁଅଛି। ତୁମ୍ଭର ହସ୍ତ ଧରି ମୁଁ ତୁମ୍ଭକୁ ପଥପ୍ରଦର୍ଶନ କରିବି। ଜାତିଗଣଙ୍କୁ ଗୋଟିଏ ଆଲୋକପରି ମୁଁ ତୁମ୍ଭକୁ ଗୋଟିଏ ନିଯୁକ୍ତ ଚିହ୍ନ ଦେବି, ଯାହା ଲୋକମାନଙ୍କ ସହିତ ଗୋଟିଏ ଚୁକ୍ତି ଅଛି।


ସେ ଅଣଯିହୂଦୀମାନଙ୍କୁ ତୁମ୍ଭରି ପଥ ଦେଖାଇବା ପାଇଁ ଆଲୋକ ଅଟନ୍ତି ଓ ସେ ତୁମ୍ଭର ଲୋକମାନଙ୍କ ପାଇଁ ଗୌରବ ଆଣିବେ।”


ସଦାପ୍ରଭୁ ସର୍ବଦେଶୀୟଙ୍କ ସମ୍ମୁଖରେ ତାଙ୍କର ପବିତ୍ର ବାହୁ ଅନାବୃତ କରିଛନ୍ତି ଓ ପୃଥିବୀର ପ୍ରତ୍ୟେକ ତାଙ୍କର ପରିତ୍ରାଣ ଦେଖିବେ।


ପୁଣି ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାମାନେ ତୁମ୍ଭ ଅରୁଣାଲୋକ ନିକଟକୁ ଆସିବେ।


ତୁମ୍ଭେ ସେହି ଲୋକମାନଙ୍କୁ ସତ୍ୟ ପଥ ଦେଖାଇବ ଓ ସେମାନଙ୍କୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସେମାନଙ୍କୁ ଶୟତାନର ଶକ୍ତି ନିକଟରୁ ଦୂରେଇ ନେଇ ପରମେଶ୍ୱରଙ୍କ ପାଖକୁ ଆଣିବ। ତେବେ ସେମାନଙ୍କର ପାପକୁ କ୍ଷମା କରାଯିବ। ଯେଉଁମାନେ ମୋତେ ବିଶ୍ୱାସ କରି ପବିତ୍ର ହୋଇଛନ୍ତି ସେମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ।’”


ସେହି ସମୟରେ ଏକ ବିଶେଷ ବ୍ୟକ୍ତି ଯିଶୟର ପରିବାରରୁ ଧ୍ୱଜା ସ୍ୱରୂପ ଆସିବେ। ସେହି ଧ୍ୱଜା ତାଙ୍କ ଚତୁର୍ଦ୍ଦିଗରେ ଏକତ୍ରିତ ହେବାକୁ ଦେଖାଇବେ। ଆଉ ମଧ୍ୟ ଗୋଷ୍ଠୀୟମାନଙ୍କୁ ଉଚିତ୍ କର୍ମ କରିବାକୁ ନିର୍ଦ୍ଦେଶ ଦେବ। ସେହି ସ୍ଥାନ ତାଙ୍କର ବିଶ୍ରାମ ସ୍ଥାନ ହେବ ଓ ଗୌରବାନ୍ୱିତ ହେବ।


ଆମ୍ଭେ ପରିତ୍ରାଣ ଓ ଧର୍ମ ଆଣିବୁ, ତାହା ବେଶି ଦୂର ନୁହେଁ। ଆମ୍ଭ ପରିତ୍ରାଣର ବିଳମ୍ବ ଘଟିବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲ ପାଇଁ ଆମ୍ଭେ ସିୟୋନ ପ୍ରତି ପରିତ୍ରାଣ ଆଣିବା।”


ଏହି କାର୍ଯ୍ୟ ସଦାପ୍ରଭୁଙ୍କ ପାଇଁ କରିବା ଅତି ସହଜ। ସେ ମଧ୍ୟ ମୋୟାବୀୟମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ପରାସ୍ତ କରାଇବେ।


ଏଥିରେ ହିଜକିୟ ଉତ୍ତର କଲେ, “ଛାୟା ଦଶପାହୁଣ୍ତ ଆଗକୁ ଯିବା ସହଜ କଥା, ମାତ୍ର ଦଶ ପାହୁଣ୍ତ ପଛକୁ ଘୁଞ୍ଚାଯାଉ।”


ସେମାନେ କହିଛନ୍ତି, ଖ୍ରୀଷ୍ଟ ମୃତ୍ୟୁବରଣ କରିବେ ଓ ମୃତ୍ୟୁରୁ ପୁନରୁ‌‌ତ୍‌‌ଥିତ ହେଉଥିବା ପ୍ରଥମ ବ୍ୟକ୍ତି ହେବେ। ମୋଶା ଓ ଭାବବାଦୀମାନେ କହିଛନ୍ତି, କେବଳ ଖ୍ରୀଷ୍ଟ ଯିହୂଦୀ ଓ ଅଣଯିହୂଦୀମାନଙ୍କୁ ଆଲୋକ ଦେଖାଇବେ।”


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତା'ର ଚରଣ ଦ୍ୱୟ ମଧ୍ୟରୁ ବିଗ୍ଭରକର୍ତ୍ତାର ଯଷ୍ଟି ଯିବ ନାହିଁ। ତା'ର ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ସଦାପ୍ରଭୁ ନ୍ୟାୟକୁ ଭଲ ପାଆନ୍ତି ଓ ତାଙ୍କର ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ, ତେଣୁ ସେମାନେ ଚିରଦିନ ସୁରକ୍ଷିତ। କିନ୍ତୁ ଦୁଷ୍ଟ ଲୋକମାନେ ଧ୍ୱଂସ ହେବେ।


ଯିଏ ସଦାପ୍ରଭୁଙ୍କୁ ଭଲପା’ନ୍ତି, ମନ୍ଦତାକୁ ଘୃଣା କରନ୍ତି! ସେ ଆପଣା ସ‌ଦ୍‌ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି। ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ୟମାନଙ୍କୁ ରକ୍ଷାକରନ୍ତି।


ହେ ଦ୍ୱୀପଗଣ ଓ ତନ୍ନିବାସୀଗଣ, ହେ ସମୁଦ୍ରଗାମୀମାନେ ଓ ସମୁଦ୍ରବାସୀମାନେ ଏବଂ ପୃଥିବୀସ୍ଥ ଦୂରଦେଶୀୟ ଲୋକମାନେ, ତୁମ୍ଭେମାନେ ସମସ୍ତେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର। ଏକ ନୂତନ ସଙ୍ଗୀତ ତାଙ୍କ ବିଷୟରେ ଗାନ କର।


ହେ ପୃଥିବୀ ପ୍ରାନ୍ତସ୍ଥ ସମସ୍ତ ଲୋକ, ତୁମ୍ଭେମାନେ ଆମ୍ଭ ପ୍ରତି ଦୃଷ୍ଟି କର ଓ ପରିତ୍ରାଣ ପ୍ରାପ୍ତ ହୁଅ। କାରଣ ଆମ୍ଭେ ପରମେଶ୍ୱର ଓ ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ।


ହେ ମୋର ସନ୍ତାନଗଣ, ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କ‌‌ଲ୍‌‌ଦୀୟମାନଙ୍କ ମଧ୍ୟରୁ ପଳାୟନ କର; ତୁମ୍ଭେମାନେ ଆନନ୍ଦ ଧ୍ୱନି କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ବିଖ୍ୟାତ କର; ତୁମ୍ଭେମାନେ କୁହ, “ସଦାପ୍ରଭୁ ନିଜର ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”


“ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ଅବଧାନ କର; ହେ ଆମ୍ଭର ଦେଶୀୟ ଲୋକମାନେ, ଆମ୍ଭ କଥାରେ କର୍ଣ୍ଣପାତ କର। ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଗ୍ଭର ସ୍ଥାପନ କରିବା।


ଅଜ୍ଞାତ ଗୋଷ୍ଠୀକୁ ତୁମ୍ଭେ ଆହ୍ୱାନ କରିବ ଓ ତୁମ୍ଭକୁ ନ ଜାଣିଥିବା ଗୋଷ୍ଠୀ ତୁମ୍ଭ ନିକଟକୁ ଦୌଡ଼ିବେ। ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପାଇଁ ଏହା ଘଟିବ। କାରଣ ସେ ତୁମ୍ଭକୁ ଗୌରବାନ୍ୱିତ କରିଅଛନ୍ତି।


ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, “ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ‘ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି; ଆଉ ଦେଖ, ତାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି।’”


ଆମ୍ଭେ ଗ୍ଭହୁଁ ସେହି ଲୋକମାନେ ଉତ୍ତମ ଶିକ୍ଷା ଲାଭ କରନ୍ତୁ। ଅତୀତରେ ସେମାନେ ଯେପରି ବା‌‌ଲ୍‌‌ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେହିପରି ‘ସଦାପ୍ରଭୁ ଜୀବିତ’ ବୋଲି ଆମ୍ଭ ନାମରେ ଶପଥ କରିବା ପାଇଁ ଯେବେ ଆମ୍ଭର ଲୋକମାନଙ୍କୁ ଯତ୍ନ ପୂର୍ବକ ଶିଖାଇବେ, ତେବେ ଆମ୍ଭ ଲୋକମାନଙ୍କ ସହିତ ବାସ କରିବେ।


ସେ ନିଶ୍ଚିତ ଭାବରେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବେ ଓ ମହିମା ପ୍ରାପ୍ତ ହେବେ। ସେ ମଧ୍ୟ ଆପଣା ସିଂହାସନରେ ବସିବେ ଓ ରାଜତ୍ୱ କରିବେ। ଆଉ ମଧ୍ୟ ଜଣେ ଯାଜକ ତାଙ୍କ ସିଂହାସନରେ ବସି ଯାଜକ ହେବେ। ସେହି ଦୁଇଜଣ ମଧ୍ୟରେ ଶାନ୍ତିର ନେତୃତ୍ୱ ହେବ।’


ବହୁଲୋକ ଓ ଶକ୍ତିଶାଳୀ ଗୋଷ୍ଠୀ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଅନୁସରଣ କରିବା ପାଇଁ ଏବଂ ତାଙ୍କ ଅନୁଗ୍ରହ ପାଇବା ପାଇଁ ଯିରୁଶାଲମକୁ ଆସିବେ।


ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।


ସଦାପ୍ରଭୁ ମୋର ପ୍ରଭୁ ଏହିସବୁ କହିଛନ୍ତି, “ଆମ୍ଭେ ଇସ୍ରାଏଲର ଦୂରିକୃତ ଲୋକମାନଙ୍କୁ ସଂଗ୍ରହ କରିବୁ ଓ ସେମାନଙ୍କ ବ୍ୟତୀତ ତାହା ନିକଟରେ ଥିବା ଅନ୍ୟ ଲୋକମାନଙ୍କୁ ସଂଗ୍ରହ କରିବୁ।”


ସେଥିପାଇଁ ସଦାପ୍ରଭୁ ତାଙ୍କର ସନ୍ତାନମାନଙ୍କୁ ତ୍ୟାଗ କରିବେ, ଯେପର୍ଯ୍ୟନ୍ତ ସ୍ତ୍ରୀଲୋକ ତା'ର ସନ୍ତାନ ପ୍ରସବ ନ କରିଛି। ତାହାପରେ ଅବଶିଷ୍ଟ ଭାତୃଗଣ ଇସ୍ରାଏଲର ଲୋକଙ୍କ ନିକଟକୁ ଫେରି ଆସିବେ।


Swiv nou:

Piblisite


Piblisite