ଯିଶାଇୟ 5:12 - ପବିତ୍ର ବାଇବଲ12 ତୁମ୍ଭେମାନେ ଭୋଜିର ଦ୍ରାକ୍ଷାରସ, ବୀଣା, ତବଲା ବଂଶୀ ଏବଂ ଅନ୍ୟାନ୍ୟ ବାଦ୍ୟଯନ୍ତ୍ର ରଖିଥାଅ। ମାତ୍ର ସଦାପ୍ରଭୁଙ୍କର କାର୍ଯ୍ୟ ଲକ୍ଷ୍ୟ କର ନାହିଁ। ସଦାପ୍ରଭୁଙ୍କର ହସ୍ତ ବହୁ ଜିନିଷ ତିଆରି କରିଛି ମାତ୍ର ତୁମ୍ଭେମାନେ ତାହା ଲକ୍ଷ୍ୟ କର ନାହିଁ। ତେଣୁ ଏହା ତୁମ୍ଭମାନଙ୍କ ପାଇଁ ସନ୍ତାପର କାରଣ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)12 ସେମାନଙ୍କ ଭୋଜିରେ ବୀଣା ଓ ନେବଲ, ତବଲା ଓ ବଂଶୀ ଓ ଦ୍ରାକ୍ଷାରସ ଥାଏନ୍ତ ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି। Gade chapit laଓଡିଆ ବାଇବେଲ12 ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି। Gade chapit la |
ଆପଣ ନମ୍ର ହେବା ପରିବର୍ତ୍ତେ ସ୍ୱର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରୌପ୍ୟ ପାତ୍ରରେ ଆପଣ, ଆପଣଙ୍କ ଅମାତ୍ୟଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମାରେ ଦେବଗଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସେମାନଙ୍କର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।