ଯିଶାଇୟ 5:25 - ପବିତ୍ର ବାଇବଲ25 ତେଣୁ ସଦାପ୍ରଭୁ ସେମାନଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇଛନ୍ତି। ସେ ତାଙ୍କର ହସ୍ତ ଉତ୍ତୋଳନ କରି ସେମାନଙ୍କୁ ଦଣ୍ଡ ଦେବେ। ଏପରିକି ପର୍ବତଗଣ ଭୟଭୀତ ହେବେ ଓ ମୃତଶରୀର ଗୁଡ଼ିକ ଅଳିଆ ପରି ରାସ୍ତାକଡ଼ରେ ପଡ଼ିରହିବ। ଏପରିକି ପରମେଶ୍ୱରଙ୍କ କ୍ରୋଧ ହ୍ରାସ ପାଇବ ନାହିଁ ଓ ତାଙ୍କ ହସ୍ତ ସେମାନଙ୍କୁ ଦଣ୍ଡ ଦେବେ। Gade chapit laପବିତ୍ର ବାଇବଲ (Re-edited) - (BSI)25 ଏହିହେତୁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ଵଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି । Gade chapit laଓଡିଆ ବାଇବେଲ25 ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। Gade chapit la |
ସମସ୍ତ ଲୋକ ଅଧର୍ମୀ। ତେଣୁ ସଦାପ୍ରଭୁଙ୍କ ପାଖରେ ଯୁବକମାନଙ୍କ ପାଇଁ ଅନୁକମ୍ପା ନାହିଁ। ସଦାପ୍ରଭୁ ଯୁବକମାନଙ୍କ ଉପରେ ସୁଖୀ ନୁହନ୍ତି। ଆଉମଧ୍ୟ ସଦାପ୍ରଭୁ ବିଧବା ଓ ଅନାଥମାନଙ୍କୁ ଦୟା କରିବେ ନାହିଁ। କାରଣ, ସମସ୍ତେ ଅଧର୍ମୀ ଓ ସେମାନେ ପରମେଶ୍ୱରଙ୍କ ବିରୁଦ୍ଧାଚରଣ କରନ୍ତି। ପୁଣି ସେମାନେ ମିଥ୍ୟା କୁହନ୍ତି। ତେଣୁ ସଦାପ୍ରଭୁ ସେମାନଙ୍କ ଉପରେ ସର୍ବଦା କ୍ରୋଧିତ ହୁଅନ୍ତି ଓ ସର୍ବଦା ଦଣ୍ଡ ଦିଅନ୍ତି।
ଆଉ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶ ପୃଥିବୀରୁ ଯେଉଁ ନକ୍ଷତ୍ରଗଣଙ୍କୁ ସେମାନେ ଭଲ ପାଇ ଅଛନ୍ତି, ଯେଉଁମାନଙ୍କର ସେବା କରିଅଛନ୍ତି, ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇ ଅଛନ୍ତି, ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହା ସବୁ ଛିନ୍ନଭିନ୍ନ କରି ପକାଇବେ। ଆଉ ସେ ଅସ୍ଥିସବୁ ଏକତ୍ରିତ ହୋଇ କବରରେ ପୋତା ହେବ ନାହିଁ। ସେସବୁ ଭୂମିରେ ପଡ଼ି ଖତ ତୁଲ୍ୟ ହେବ।
ସେହି ସମୟରେ, ସେମାନଙ୍କ ଉପରେ ଆମ୍ଭର କ୍ରୋଧ ହେବ। ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁହଁ ବନ୍ଦ କରିବା। ତହିଁରେ ସେମାନଙ୍କ ପାଇଁ ଭୟଙ୍କର ଅବସ୍ଥାମାନ ହେବ, ଏବଂ ସେମାନେ ବହୁ ସମସ୍ୟାରେ ପଡ଼ିବେ। ତା'ପରେ ସେମାନେ କହିବେ, ‘ଏହିସବୁ ଅମଙ୍ଗଳ ଆମ୍ଭ ଉପରେ ଘଟିଛି କାରଣ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ନାହାନ୍ତି।’