Biblia Todo Logo
Bib sou entènèt

- Piblisite -




ଯିଶାଇୟ 5:4 - ପବିତ୍ର ବାଇବଲ

4 ମୋର ଏହି ଦ୍ରାକ୍ଷାକ୍ଷେତ ପାଇଁ ମୁଁ ଅଧିକ କ’ଣ କରି ପାରିଥା’ନ୍ତି? ଯାହା କରିବା କଥା ମୁଁ ସବୁ କରିଥିଲି। ମୁଁ ଉତ୍ତମ ଦ୍ରାକ୍ଷାଫଳ ଫଳିବ ବୋଲି ଆଶା କରିଥିଲି, ମାତ୍ର ସେଥିରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା। ଏହା କାହିଁକି ଘଟିଲା?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି?

Gade chapit la Kopi

ଓଡିଆ ବାଇବେଲ

4 ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା ? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି?

Gade chapit la Kopi




ଯିଶାଇୟ 5:4
15 Referans Kwoze  

“ଯିରୁଶାଲମ, ରେ ଯିରୁଶାଲମ! ତୁ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କୁ ହତ୍ୟା କରିଛୁ। ପରମେଶ୍ୱର ଯେଉଁମାନଙ୍କୁ ତୋ’ ପାଖକୁ ପଠାଇଥିଲେ, ତୁ ସେମାନଙ୍କୁ ପଥର ଫୋପାଡ଼ି ହତ୍ୟା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାଯ୍ୟ କରିବାକୁ ଇଚ୍ଛା କରିଥିଲି। ଯେଭଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସେହିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନେକ ଥର ଗ୍ଭହିଁଥିଲି। କିନ୍ତୁ ତୁ ମୋତେ ତାହା କରେଇ ଦେଲୁ ନାହିଁ।


ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରେଇ ଯାଇଅଛନ୍ତି ଓ ଅସାର ଦେବତାମାନଙ୍କର ପଶ୍ଚା‌‌ଦ୍‌‌ଗମନ କରି ଅସାର ହୋଇଅଛନ୍ତି?


“‘ତୁମ୍ଭର ପାପ ତୁମ୍ଭକୁ ଅଶୌଚ କରେ। ମୁଁ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ। ତେଣୁ ତୁମ୍ଭେ ପୁନର୍ବାର ଶୁଚି ନ ହେଲେ, ମୁଁ ମୋର କ୍ରୋଧ ତୁମ୍ଭ ବିରୁଦ୍ଧରେ ପଠାଇବି।


ପରମେଶ୍ୱର କୁହନ୍ତି, “ଆମ୍ଭେ କାହିଁକି ତୁମ୍ଭମାନଙ୍କ ପ୍ରତି ଶାସ୍ତି ବିଧାନ କରି ଗ୍ଭଲିବୁ। ତୁମ୍ଭମାନଙ୍କୁ ଦଣ୍ଡ ଦେଲୁ। ମାତ୍ର ତୁମ୍ଭମାନଙ୍କର କିଛି ପରିବର୍ତ୍ତନ ହେଲା ନାହିଁ। ତୁମ୍ଭେମାନେ ମୋ’ ବିରୁଦ୍ଧରେ ବିଦ୍ରୋହ କରି ଗ୍ଭଲିଛ। ବର୍ତ୍ତମାନ ସମସ୍ତ ମସ୍ତକ ଓ ସମସ୍ତ ହୃଦୟ ପୀଡ଼ିତ।


ହେ ଯିହୁଦା, ମୁଁ ତୁମ୍ଭକୁ ସ୍ୱତନ୍ତ୍ର ବୀଜରୁ ଉତ୍ପନ୍ନ ଏକ ଦ୍ରାକ୍ଷାଲତା କରି ରୋପଣ କରିଥିଲି। ତେବେ ତୁମ୍ଭେ କାହିଁକି ବନ୍ୟ ଦ୍ରାକ୍ଷାଲତା ହେଲ?


ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିଶରରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆମ୍ଭର ସମସ୍ତ ଦାସ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ପଠାଇବା ନିମନ୍ତେ ଦିନେ ଛଡ଼ା ଦିନେ ଉଠି ତୁମ୍ଭମାନଙ୍କ ପାଖକୁ ସେମାନଙ୍କୁ ପାଇଅଛୁ।


ମାତ୍ର ସେମାନେ ଆମ୍ଭ କଥା ଶୁଣିଲେ ନାହିଁ କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ। ସେମାନେ ଅବାଧ୍ୟ ହୋଇ ତାଙ୍କର ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ଦୁରାଗ୍ଭରୀ ହେଲେ।


ଗୋଟିଏ ଡାଲାରେ ଆଦ୍ୟ ପକ୍ୱ ଡିମ୍ବିରି ଫଳପରି ଅତି ଉତ୍ତମ ଫଳ ଥିଲା। ଅନ୍ୟ ଏକ ଡାଲାରେ ଏପରି ଅତି ମନ୍ଦ ଡିମ୍ବିରି ଫଳ ଥିଲା, ଯାହାକି ଭୋଜନ ଉପଯୋଗୀ ନ ଥିଲା।


ସମ୍ପୂର୍ଣ୍ଣ ଦୀପ ବୃକ୍ଷଟି ତା'ର ଗଣ୍ଡି, ଶାଖା, ଫୁଲ ଓ ଫଳ ସବୁ ଶୁଦ୍ଧ ସୁବର୍ଣ୍ଣରେ ତିଆରି ହେଲା। ସମସ୍ତ ପିଟା ସୁନା କର୍ମରେ ନିର୍ମିତ ହୋଇଥିଲା।


ଇସ୍ରାଏଲ ଦ୍ରାକ୍ଷାଲତା ସଦୃଶ ପ୍ରଚୁର ଫଳ ଧାରଣ କରେ। କିନ୍ତୁ ଯେତେବେଳେ ଇସ୍ରାଏଲ ଅଧିକ ଜିନିଷ ଲାଭକଲେ ସେତେବେଳେ ସେ ଭଣ୍ତ ଦେବତାଙ୍କ ପୂଜା ପାଇଁ ଅଧିକ ଯଜ୍ଞବେଦି ନିର୍ମାଣ କଲେ। ତାଙ୍କର ରାଜ୍ୟ ଅଧିକ ଭଲ ହେଲା। ତେଣୁ ସେ ଭଣ୍ତ ଦେବତାଙ୍କ ପୂଜାଲାଗି ଅତିସୁନ୍ଦର ପଥରମାନ ସ୍ଥାପନ କଲେ।


Swiv nou:

Piblisite


Piblisite