ଯିଶାଇୟ 50:10 - ପବିତ୍ର ବାଇବଲ10 ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାଙ୍କ ସେବକର ବାକ୍ୟ ପାଳନ କରେ? ପୁଣି ଯେ ଆଲୋକ ବିନା ଅନ୍ଧକାରରେ ଗମନ କରେ ସେ ସଦାପ୍ରଭୁଙ୍କ ନାମ ଉପରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ ହେଉ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ଵାସ କରୁ ଓ ଆପଣା ପରମେଶ୍ଵରଙ୍କ ଉପରେ ନିର୍ଭର ଦେଉ। Gade chapit laଓଡିଆ ବାଇବେଲ10 ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ। Gade chapit la |
ଯିହୋଶାଫଟଙ୍କ ସୈନ୍ୟଦଳ ପ୍ରଭାତରେ ତକୋୟର ମରୁଭୂମି ମଧ୍ୟକୁ ଯୁଦ୍ଧ ପାଇଁ ଯାତ୍ରା କଲେ। ସେମାନେ ଯାତ୍ରାରମ୍ଭ କରିବା ସମୟରେ ଯିହୋଶାଫଟ୍ ଉଠି ଠିଆ ହେଲେ ଓ କହିଲେ, “ଯିହୁଦା ଓ ଯିରୁଶାଲମର ସମସ୍ତ ଲୋକ ମୋ’ କଥା ଶୁଣ। ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖ, ତେବେ ତୁମ୍ଭେମାନେ ଦୃଢ଼ ରୂପେ ଠିଆ ହୋଇ ପାରିବ। ସଦାପ୍ରଭୁଙ୍କର ଭବିଷ୍ୟଦ୍ବକ୍ତାମାନଙ୍କଠାରେ ବିଶ୍ୱାସ ରଖ। ତୁମ୍ଭେମାନେ କୃତକାର୍ଯ୍ୟ ହେବ।”
ମନଃଶି, ରୁବେନ୍ ଓ ଗାଦ୍ ଗୋଷ୍ଠୀୟର ଏହି ଲୋକମାନେ ଯୁଦ୍ଧ କ୍ଷେତ୍ରରେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ। ପରମେଶ୍ୱର ସେମାନଙ୍କୁ ଯେପରି ସାହାଯ୍ୟ କରନ୍ତି, ଏଥିନିମନ୍ତେ ସେମାନେ ତାଙ୍କ ନିକଟରେ ବିନତି କଲେ। କାରଣ ସେମାନେ ତାଙ୍କଠାରେ ବିଶ୍ୱାସ କରୁଥିଲେ। ତେଣୁ ପରମେଶ୍ୱର ସେମାନଙ୍କୁ ସାହାଯ୍ୟ କଲେ। ହାଗରୀୟ ଲୋକମାନଙ୍କୁ ପରାସ୍ତ କରିବାକୁ ପରମେଶ୍ୱର ସେମାନଙ୍କୁ ଅନୁମତି ଦେଲେ। ଆହୁରି ମଧ୍ୟ ସେମାନେ ହାଗରୀୟ ଲୋକମାନଙ୍କ ସହିତରେ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ୟ ପରାସ୍ତ କଲେ।
ତା'ପରେ ନବୂଖଦ୍ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ଆପଣା ଦାସମାନଙ୍କୁ ଅଗ୍ନିରୁ ଉଦ୍ଧାର କଲେ। ଆଉ ଏହି ତିନି ଜଣ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ ଓ ତାଙ୍କ ଭିନ୍ନ ଅନ୍ୟ କୌଣସି ଦେବତାଙ୍କର ପୂଜା କଲେ ନାହିଁ କି ପ୍ରଣାମ କଲେ ନାହିଁ। ଆଉ ମଧ୍ୟ ରାଜବାକ୍ୟ ଅମାନ୍ୟ କରି ଆପଣା ପରମେଶ୍ୱରଙ୍କ ସେବା କଲେ।