ଯିଶାଇୟ 51:11 - ପବିତ୍ର ବାଇବଲ11 ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ, ଆନନ୍ଦ ଗାନ କରି ସିୟୋନରେ ଉପସ୍ଥିତ ହେବେ। ଚିର ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ। ସେମାନେ ଆନନ୍ଦ ଓ ଉଲ୍ଲାସ ପ୍ରାପ୍ତ ହେବେ ଏବଂ ଦୁଃଖ ଶୋକ ସୁଦୂରଗାମୀ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ଵର ଦୂରକୁ ପଳାଇଯିବ। Gade chapit laଓଡିଆ ବାଇବେଲ11 ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ। Gade chapit la |
ତୁମ୍ଭମାନଙ୍କ ପାଇଁ ପ୍ରତ୍ୟେକ ଉତ୍ତମ କାର୍ଯ୍ୟ କରିବାକୁ ଓ ପ୍ରତ୍ୟେକ ଉତ୍ତମ କଥା କହିବା ପାଇଁ ସକ୍ଷମ ହେବ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ୱର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ୱନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ୱର ଆମ୍ଭକୁ ପ୍ରେମ କରନ୍ତି। ନିଜ ଅନୁଗ୍ରହ ମାଧ୍ୟମରେ ସେ ଆମ୍ଭକୁ ଅନନ୍ତକାଳସ୍ଥାୟୀ ଉତ୍ସାହ ଓ ଉତ୍ତମ ଭରସା ଦେଇଛନ୍ତି।
ସଦାପ୍ରଭୁ କହନ୍ତି, ଏଠାରେ ତୁମ୍ଭେମାନେ ଆନନ୍ଦ ଧ୍ୱନି ଓ ହର୍ଷନାଦ, ବର କନ୍ୟାଙ୍କର ହର୍ଷଧ୍ୱନି, ସଦାପ୍ରଭୁଙ୍କର ପ୍ରଶଂସା ଗାନର କୋଳାହଳ ପାଇବ। ସେମାନେ କହିବେ, ‘ସଦାପ୍ରଭୁ ମଙ୍ଗଳମୟ ଓ ତାଙ୍କର କରୁଣା ସଦାକାଳ ସ୍ଥାୟୀ।’ ତେଣୁ ତାଙ୍କର ଧନ୍ୟବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦସ୍ୱରୂପ ବଳି ଆଣିବାର ଶବ୍ଦ ଶୁଣାଯିବ। ଏହା ହେବ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ୟ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସେପରି ହୋଇଯିବ।”