Biblia Todo Logo
Bib sou entènèt

- Piblisite -




ଯିଶାଇୟ 51:3 - ପବିତ୍ର ବାଇବଲ

3 ସେହିପରି ସଦାପ୍ରଭୁ ସିୟୋନକୁ ଆଶୀର୍ବାଦ କରିବେ; ସେ ତାହାର ଉପଦ୍ରୁତ ସ୍ଥାନଗୁଡ଼ିକ ପାଇଁ ଦୁଃଖିତ ହେବେ। ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିବେ। ତାହାର ଲୋକମାନେ ଆନନ୍ଦିତ ଓ ଉଲ୍ଲସିତ ହେବେ ଏବଂ ସଙ୍ଗୀତ ଧ୍ୱନି କରି ଧନ୍ୟବାଦ ଦେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ଵନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ଵନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକି ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତଧ୍ଵନି ତହିଁ ମଧ୍ୟରେ ହେବ।

Gade chapit la Kopi

ଓଡିଆ ବାଇବେଲ

3 କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।

Gade chapit la Kopi




ଯିଶାଇୟ 51:3
36 Referans Kwoze  

ହେ ସ୍ୱର୍ଗମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତଗଣ, ଉଚ୍ଚ ସ୍ୱରରେ ଆନନ୍ଦ ଧ୍ୱନି କର; କାରଣ ସଦାପ୍ରଭୁ ନିଜ ଲୋକମାନଙ୍କୁ ସାନ୍ତ୍ୱନା କରିଛନ୍ତି ଓ ନିଜର ପୀଡ଼ିତ ଲୋକମାନଙ୍କୁ କରୁଣା କରିଛନ୍ତି।


ହେ ଯିରୁଶାଲମର ଧ୍ୱଂସାବଶେଷ ସ୍ଥାନସକଳ, ଉଚ୍ଚସ୍ୱରରେ ଆନନ୍ଦଧ୍ୱନି କର। ଏକତ୍ର ଗାନ କର, କାରଣ ସଦାପ୍ରଭୁ ନିଜର ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ସେ ଯିରୁଶାଲମକୁ ମୁକ୍ତ କରିଅଛନ୍ତି।


ଜ୍ୱଳନ୍ତ ଅଗ୍ନି ସଦୃଶ ସେହି ସୈନ୍ୟବାହିନୀ ଦେଶକୁ ଧ୍ୱଂସ କରି ଦେବେ। ସେମାନଙ୍କ ସମ୍ମୁଖରେ ଦେଶ ଏଦନର ବଗିଗ୍ଭ ସଦୃଶ ହେବ। ପଶ୍ଚାତ୍ ଭାଗରେ ଦେଶଟି ଏକ ଶୂନ୍ୟ ମରୁଭୂମି ସଦୃଶ ହେବ। ସେମାନଙ୍କଠାରୁ କିଛି ରକ୍ଷା ପାଇବ ନାହିଁ।


ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ନ ଦେଖି ମଧ୍ୟ ପ୍ରେମ କରୁଛ। ଏବେ ତୁମ୍ଭେ ତାହାଙ୍କୁ ନ ଦେଖି ମଧ୍ୟ ବିଶ୍ୱାସ କରୁଛ। ତୁମ୍ଭେ ଅତୁଳନୀୟ ଆନନ୍ଦ ପାଉଛ। ସେହି ଆନନ୍ଦ ମହିମାରେ ପରିପୂର୍ଣ୍ଣ।


କାରଣ ଆମ୍ଭେ କ୍ଳାନ୍ତ ଓ ଦୁର୍ବଳ ପ୍ରାଣକୁ ବିଶ୍ରାମ ଓ ଶକ୍ତି ପ୍ରଦାନ କରିବା।”


ଲୋଟ ଯର୍ଦ୍ଦନ ନଦୀର ଉପତ୍ୟକା ଆଡ଼େ ନିରୀକ୍ଷଣ କଲେ। ଲୋଟ ଦେଖିଲେ ସେଠାରେ ବହୁତ ଜଳ ଥିଲା। ସଦାପ୍ରଭୁ ସଦୋମ ଓ ହମୋରାକୁ ଧ୍ୱଂସ କରିବା ପୂର୍ବରୁ ଏହା ଥିଲା। ସେହି ସମୟରେ ଯର୍ଦ୍ଦନ ଉପତ୍ୟକା ସୋୟର ପର୍ଯ୍ୟନ୍ତ ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନପରି ସଜଳ ଓ ମିଶର ଦେଶ ତୁଲ୍ୟ ଥିଲା।


ସଦାପ୍ରଭୁ କୁହନ୍ତି, “ଆମ୍ଭେ ହେଉଛୁ ସେହି ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା ଦିଅନ୍ତି, ତେବେ ତୁମ୍ଭେ କାହିଁକି ମରଣଶୀଳ ମାନବ ଯେ କି ତୃଣତୁଲ୍ୟ ଏପରି ମାନବର ସନ୍ତାନକୁ ଭୟ କରୁଅଛ?”


ଆମ୍ଭେ ଆମ୍ଭ ଦାସର ବାକ୍ୟ ଦୃଢ଼ କରୁ ଓ ଆମ୍ଭ ଦୂତମାନଙ୍କର ମନ୍ତ୍ରଣା ସିଦ୍ଧ କରୁ। ପୁଣି ସଦାପ୍ରଭୁଙ୍କର ବାକ୍ୟ ଉତ୍ତମ ବୋଲି ଆମ୍ଭେ ଦେଖାଇ ଦେଉ। ସଦାପ୍ରଭୁ ଯିରୁଶାଲମ ବିଷୟରେ କୁହନ୍ତି, “ତାହା ପୁଣି ବସତି ବିଶିଷ୍ଟ ହେବ ଓ ଯିହୁଦାର ନଗର ବିଷୟରେ ସେ କୁହନ୍ତି, ସେ ସବୁ ପୁନଃନିର୍ମିତ ହେବ। ପୁଣି ଧ୍ୱଂସପ୍ରାପ୍ତ ନଗରଗୁଡ଼ିକ ପୁଣି ଗଢ଼ି ଉଠିବ।”


ସେତେବେଳେ ଲୋକେ ଏହି କଥା କହିବେ, “ଏହି ଆମ୍ଭର ପରମେଶ୍ୱର ଯାହାଙ୍କୁ ଆମ୍ଭେମାନେ ବହୁତ ସମୟ ଧରି ଅପେକ୍ଷା କରିଅଛୁ। ସେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ଆସିଛନ୍ତି। ତାହାଙ୍କ ଦୃଢ଼ ପରିତ୍ରାଣରେ ଆମ୍ଭେମାନେ ଆନନ୍ଦ ଉଲ୍ଲାସ କରିବୁ, ଯେତେବେଳେ ସେ ଆମ୍ଭକୁ ରକ୍ଷା କରନ୍ତି।”


ସେହି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, “ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପରେ କ୍ରୋଧାନ୍ୱିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି, ତୁମ୍ଭେ ତୁମ୍ଭର ପ୍ରେମ ଆମ୍ଭକୁ ଦେଖାଇଅଛ।


ସଦାପ୍ରଭୁ ପରମେଶ୍ୱର ଯାହା କହିବେ ମୁଁ ଶୁଣିବି। ସେ ପ୍ରତିଜ୍ଞା କରିଛନ୍ତି ଯେ, ଆପଣା ଲୋକମାନଙ୍କ ଓ ଆପଣା ଅନୁସରଣକାରୀମାନଙ୍କ ପାଇଁ ଶାନ୍ତି ବିରାଜମାନ କରିବେ। ସେମାନେ ପୁନର୍ବାର ମୂର୍ଖତା ଜୀବନଯାପନ କରିବା ପାଇଁ ଫେରି ନ ଯାଆନ୍ତୁ।


ସଦାପ୍ରଭୁ କୁହନ୍ତି, “ଆମ୍ଭେ ଯେଉଁ ସମୟରେ ଦୟା ଦେଖାଇବା କଥା ସେହି ସମୟରେ ତୁମ୍ଭକୁ ଉତ୍ତର କରିଅଛୁ। ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିଅଛୁ। ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାରର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ଚୁକ୍ତି ସ୍ୱରୂପ ନିଯୁକ୍ତ କରିବା।


ଖଞ୍ଜଲୋକ ହରିଣ ତୁଲ୍ୟ ଡିଆଁ ମାରିବ ଓ ମୂକ ଆନନ୍ଦରେ ଗାନ କରିବ। କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ଝରଣାର ସ୍ରୋତ ବାହାରିବ।


ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ ବାୟୁ ସେମାନଙ୍କୁ ଉଡ଼ାଇ ଦେବ ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ। ପୁଣି ତୁମ୍ଭେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କରିବ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଗର୍ବ କରିବ।’


କାରଣ ଆମ୍ଭେ ନୂତନ କାର୍ଯ୍ୟ କରିବୁ। ଏବେ ତୁମ୍ଭେ ଅଙ୍କୁରିତ ହେବ। ତୁମ୍ଭେ ଏହା ସତ୍ୟ ବୋଲି ନିଶ୍ଚିତ ଜାଣିବ। ଆଉ ମଧ୍ୟ ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା।


“ତୁମ୍ଭେ ନଷ୍ଟ ଓ ଶୂନ୍ୟ ଅଟ। ସେହିମାନଙ୍କ ପାଇଁ, ସେହି ଭୂମି ଲୋକାରଣ୍ୟ, ଯେଉଁମାନେ ସେଠାରେ ବାସ କରିବେ। ସେହିମାନେ ଯେଉଁମାନେ ତୁମ୍ଭମାନଙ୍କୁ ଖାଇବ ଦୂରେଇ ଯିବ।


“ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି, ମୋର ପ୍ରାଣ ମୋର ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ନିଜକୁ ଭୂଷିତ କରେ ଓ କନ୍ୟା ଯେପରି ନିଜକୁ ରତ୍ନରେ ଭୂଷିତା କରେ ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି ଓ ଧର୍ମରୂପକ ରାଜବସ୍ତ୍ରରେ ମୋତେ ଆବୃତ କରିଅଛନ୍ତି।


ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ, ତୁମ୍ଭେମାନେ ଚିରକାଳ ତହିଁରେ ଆନନ୍ଦ ଉଲ୍ଲାସ କର। କାରଣ ଆମ୍ଭେ ଯିରୁଶାଲମକୁ ଏକ ଆନନ୍ଦ ମୁଖରିତ ନଗରରୂପେ ଓ ତହିଁର ନିବାସୀଗଣଙ୍କୁ ଆନନ୍ଦର ପାତ୍ର ରୂପେ ସୃଷ୍ଟି କରୁ।


ତୁମ୍ଭେ ପରମେଶ୍ୱରଙ୍କ ଉଦ୍ୟାନ ଏଦନରେ ଥିଲ। ଚୁଣୀ, ପିତମଣି, ହୀରକ, ବୈଦୁର୍ଯ୍ୟମଣି, ଗୋମେଦକମଣି, ସୂର୍ଯ୍ୟକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ଯାବତୀୟ ବହୁମୂଲ୍ୟ ପ୍ରସ୍ତର ସୁବର୍ଣ୍ଣରେ ଖଚିତ ହୋଇଥିଲ। ତୁମ୍ଭେ ସୃଷ୍ଟି ହେବା ଦିନରୁ ସମସ୍ତ ସୌନ୍ଦର୍ଯ୍ୟ ଶିଳ୍ପ ଗ୍ଭତୁରୀରେ ପରିପୂର୍ଣ୍ଣ ଥିଲ।


ପୁଣି ମୁଁ ତୁମ୍ଭମାନଙ୍କ ମଧ୍ୟରେ ମନୁଷ୍ୟ ଓ ପଶୁକୁ ଦ୍ୱିଗୁଣିତ କରିବି। ସେମାନଙ୍କର ହୁଏତ ଉତ୍ସର୍ଗିତ ଥିବ। ମୁଁ ଅତୀତ ପରି ତୁମ୍ଭମାନଙ୍କ ମଧ୍ୟରେ ରହିବାକୁ ଲୋକମାନଙ୍କୁ ଆଣିବି। ତୁମ୍ଭମାନଙ୍କ ପ୍ରତି ଆଦ୍ୟକାଳ ଅପେକ୍ଷା ଅଧିକ ମଙ୍ଗଳ କରିବି। ତାହାହେଲେ ତୁମ୍ଭେ କଳ୍ପନା କରିବ ଯେ, ମୁଁ ସଦାପ୍ରଭୁ ଅଟେ।


ତେଣୁ ଲୋକମାନେ କହିବେ, ‘ଏହି ଧ୍ୱଂସସ୍ଥାନ ଏଦନ ଉଦ୍ୟାନ ସଦୃଶ ହୋଇଅଛି। ଆଉ ଏହି ଶୂନ୍ୟ, ଧ୍ୱଂସ ଓ ଉତ୍ପାଟିତ ନଗରଗୁଡ଼ିକ ପ୍ରାଚୀର ବେଷ୍ଟିତ ଓ ବସତି ଯୋଗ୍ୟ ହୋଇଅଛି।’”


Swiv nou:

Piblisite


Piblisite