Biblia Todo Logo
Bib sou entènèt

- Piblisite -




ଯିଶାଇୟ 53:10 - ପବିତ୍ର ବାଇବଲ

10 ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।

Gade chapit la Kopi

ଓଡିଆ ବାଇବେଲ

10 ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।

Gade chapit la Kopi




ଯିଶାଇୟ 53:10
62 Referans Kwoze  

ପରମେଶ୍ୱର ଆମ୍ଭ ପାଇଁ ସବୁକିଛିକରିବେ। ପରମେଶ୍ୱର ନିଜ ପୁତ୍ରକୁ ସୁଦ୍ଧା ଧରି ରଖିଲେ ନାହିଁ କିନ୍ତୁ ଆମ୍ଭ ସମସ୍ତଙ୍କ ପାଇଁ ଦେଇଦେଲେ। ଏଣୁ ସେ ତାଙ୍କ ସହ ଆମ୍ଭକୁ ସବୁ ବିଷୟ ଦେବେ।


ଆମ୍ଭେ ଖ୍ରୀଷ୍ଟଙ୍କ ନିମନ୍ତେ କହୁ। ଖ୍ରୀଷ୍ଟଙ୍କର କିଛି ପାପ ନ ଥିଲା। କିନ୍ତୁ ପରମେଶ୍ୱର ଆମ୍ଭମାନଙ୍କ ପାଇଁ ତାହାଙ୍କୁ ପାପ ରୂପେ ଗନ୍ୟ କଲେ, ଯେପରି ତାହାଙ୍କ ମାଧ୍ୟମରେ ଆମ୍ଭେ ପରମେଶ୍ୱରଙ୍କଠାରେ ଧାର୍ମିକ ଗଣିତ ହୋଇପାରିବା।


ଖ୍ରୀଷ୍ଟ ଆମ୍ଭ ନିମନ୍ତେ ଅଭିଶାପ ନିଜେ ଗ୍ରହଣ କଲେ ଏବଂ ଆମ୍ଭକୁ ବ୍ୟବସ୍ଥାର ଅଭିଶାପରୁ ମୁକ୍ତକଲେ। ଶାସ୍ତ୍ର କୁହେ: “ଯେଉଁ ଲୋକର ଶରୀରକୁ ଗଛରେ ଟାଙ୍ଗି ଦିଆ ଯାଏ, ସେ ଲୋକଟି ଅଭିଶାପଗ୍ରସ୍ତ।”


ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ହେ ‌‌ଖ‌ଡ଼୍‌ଗ, ଯାଅ! ଏବଂ ମେଷପାଳକ ଆମ୍ଭର ଘନିଷ୍ଟ ବନ୍ଧୁଙ୍କୁ ଆଘାତ କର। ମେଷପାଳକଙ୍କୁ ଆଘାତ କର, ଯେପରି ମେଷପଲ ପଳାୟନ କରିବେ। ଆମ୍ଭେ ଆପଣା ହସ୍ତ ସେହି କ୍ଷୁଦ୍ରମାନଙ୍କ ବିରୁଦ୍ଧରେ ଉଠାଇବା।


ସେ ଆମ୍ଭମାନଙ୍କ ସୃଷ୍ଟି ପୂର୍ବରୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ନିଜର ସନ୍ତାନ କରିବାକୁ ସ୍ଥିର କରିଥିଲେ। ଏହା ତାହାଙ୍କର ଇଚ୍ଛା ଓ ଆନନ୍ଦ ଥିଲା।


ଖ୍ରୀଷ୍ଟ ମୃତ୍ୟୁରୁ ଉଠିଥିଲେ ଓ ଆମ୍ଭେ ଜାଣୁ ଯେ ସେ ପୁନଃ ମରିବେ ନାହିଁ। ଏବେ ମୃତ୍ୟୁର ତାଙ୍କ ଉପରେ ଆଉ କୌଣସି କର୍ତ୍ତୃତ୍ୱ ନାହିଁ।


ଏହି କାରଣରୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାଙ୍କୁ ଭାରି କରାଇବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟ ଭାଗ କରି ନେବେ। କାରଣ ସେ ମୃତ୍ୟୁ ମୁଖରେ ତାଙ୍କର ଜୀବନ ଦେଇ ଦେଲେ ଓ ଅଧାର୍ମିକମାନଙ୍କ ସହିତ ପରିଗଣିତ ହେଲେ। ତଥାପି ସେ ଅନେକଙ୍କ ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।”


ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବେଳ ପାଇଁ ଜୀବିତ ହୋଇଅଛି। ମୋ’ ପାଖରେ ମୃତ୍ୟୁ ଓ ପାତାଳର ଗ୍ଭବି ରହିଛି।


ପରମେଶ୍ୱର ନ୍ୟାୟ ବିଗ୍ଭର କରନ୍ତି। କ୍ରୁଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ୱଦେହରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଇ, ଯାହା ସତ୍ୟ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ୱାରା ତୁମ୍ଭେମାନେ ସୁସ୍ଥ ହୋଇଛ।


ଯେଉଁ ଲୋକମାନେ ତାହାଙ୍କର ପାପପୂର୍ଣ୍ଣ ଶରୀର ଦ୍ୱାରା ଶାସିତ ସେମାନେ ପରମେଶ୍ୱରଙ୍କୁ ଖୁସୀ କରି ପାରିବେ ନାହିଁ।


ମୁଁ ତୁମ୍ଭକୁ ସତ୍ୟ କହୁଛି। ଗୋଟିଏ ଗହମ ଦାନା ଭୂମିରେ ପଡ଼ି ନିଶ୍ଚୟ ମରିବା ଆବଶ୍ୟକ। ତା'ପରେ ଏହା ବଢ଼ି ବହୁତ ଶସ୍ୟ ଦିଏ। କିନ୍ତୁ ଯଦି ଏହା କଦାପି ମରେ ନାହିଁ, ତେବେ ଏହା ସର୍ବଦା ଗୋଟିଏ ମଞ୍ଜି ହୋଇ ରହିଥାଏ।


ସେତେବେଳେ ଆକାଶରୁ ଏହି ବାଣୀ ହେଲା: “ଏ ମୋର ପ୍ରିୟ ପୁତ୍ର ଓ ମୁଁ ତାହାଙ୍କୁ ପ୍ରେମ କରେ। ମୁଁ ତାହାଙ୍କ ଉପରେ ପରମ ସନ୍ତୁଷ୍ଟ।”


“ଶେଷରେ କ’ଣ ଘଟିବ ଆମ୍ଭେ ଆଦ୍ୟରୁ କହିଥାଉ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ୟ ସାଧିତ ହେବ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ।


“ମୋର ଦାସକୁ ଦେଖ। ମୁଁ ତାକୁ ମନୋନୀତ କରିଅଛି। ମୋର ଚିତ୍ତ ତାହାଠାରେ ସନ୍ତୁଷ୍ଟ। ମୁଁ ତାହା ଉପରେ ନିଜର ଆତ୍ମାକୁ ସ୍ଥାପନ କରିଅଛି। ସେ ଅନ୍ୟଦେଶ ପ୍ରତି ନ୍ୟାୟ ବିଗ୍ଭର କରିବ।


ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।


ସେ ଅନ୍ୟ ଯାଜକମାନଙ୍କ ଭଳି ନୁହନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ୟକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସେମାନଙ୍କୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ।


ସେ ଆହୁରି କହନ୍ତି: “ମୁଁ ପରମେଶ୍ୱରଙ୍କୁ ବିଶ୍ୱାସ କରିବି।” ଓ ସେ କୁହନ୍ତି: “ମୁଁ ଏହିଠାରେ ଅଛି, ଓ ପରମେଶ୍ୱରଙ୍କ ଦତ୍ତ ସନ୍ତାନଗଣ ମଧ୍ୟ ମୋ’ ସହିତ ଅଛନ୍ତି।”


ପ୍ରେମପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ରେମ କରିଛନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଅନ୍ୟମାନଙ୍କୁ ପ୍ରେମ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ମଧୁର-ସୁଗନ୍ଧି-ଯୁକ୍ତ ଭେଟି ଓ ପରମେଶ୍ୱରଙ୍କ ବଳି ସ୍ୱରୂପ ଅଟନ୍ତି।


ପରମେଶ୍ୱର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ୱାରା ତାହାଙ୍କର ନିଗୂଢ଼ତତ୍ତ୍ୱ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ୱର ଏହା ଗ୍ଭହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ୱାରା କରିବା ପାଇଁ ଯୋଜନା କରିଥିଲେ।


ସେ ଅନନ୍ତକାଳ ପର୍ଯ୍ୟନ୍ତ ଯାକୁବବଂଶ ଉପରେ ରାଜତ୍ୱ କରିବେ। ଯୀଶୁଙ୍କ ରାଜ୍ୟର କେବେ ହେଲେ ଶେଷ ହେବ ନାହିଁ।”


ପିତର ଏ କଥା କହୁଥିବା ବେଳେ ଗୋଟିଏ ଉଜ୍ଜ୍ୱଳ ମେଘଖଣ୍ଡ ଆସି ସେମାନଙ୍କୁ ଢାଙ୍କି ଦେଲା। ମେଘମଧ୍ୟରୁ ଆକାଶବାଣୀ ହେଲା, “ଏ ହେଉଛନ୍ତି ମୋର ପୁତ୍ର ଯାହାଙ୍କୁ ମୁଁ ପ୍ରେମ କରେ। ତାହାଙ୍କ ଉପରେ ମୁଁ ବହୁତ ସନ୍ତୁଷ୍ଟ। ତୁମ୍ଭେ ତାହାଙ୍କ କଥା ମାନ।”


ଜଣେ ଶକ୍ତିଶାଳୀ ସୈନିକ ସଦୃଶ ତୁମ୍ଭର ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି। ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭକୁ କେତେ ଭଲ ପାଆନ୍ତି ଦେଖାଇବେ। ଆଉ ମଧ୍ୟ ସେ ଦେଖାଇ ଦେବେ, ସେ ତୁମ୍ଭମାନଙ୍କ ସହିତ ରହି କେତେ ସୁଖୀ। ସେ ତୁମ୍ଭମାନଙ୍କ ସହିତ ରହି ହସିବେ ଓ ଆନନ୍ଦିତ ହେବେ, ଭୋଜିରେ ଆନନ୍ଦ କଲାପରି ହେବେ।”


ତୁମ୍ଭ ପରି ପରମେଶ୍ୱର ଆଉ ସେଠାରେ କେହି ନାହିଁ। ତୁମ୍ଭେ ଲୋକମାନଙ୍କର ଦୋଷ କ୍ଷମା କର। ଅବଶିଷ୍ଟ ଲୋକମାନଙ୍କୁ ତୁମ୍ଭେ ମଧ୍ୟ କ୍ଷମା ଦିଅ। ତୁମ୍ଭେ ସର୍ବଦା କ୍ରୋଧିତ ହେବ ନାହିଁ କାରଣ ତୁମ୍ଭେ ସ୍ନେହ ଗ୍ଭହଁ।


“ହେ ଦାନିୟେଲ, ପରମେଶ୍ୱର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହେବାର ଲକ୍ଷ୍ୟ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହେବା। ଏହାର ଲକ୍ଷ୍ୟ ଲୋକମାନଙ୍କୁ ପ୍ରାୟଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାୟୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡ଼ିକ ଓ ଭବିଷ୍ୟ‌ଦ୍‌ବାଣୀ ଓ ପବିତ୍ର ସ୍ଥାନରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ୟ କରେ।


ଏବଂ ମୁଁ ମୋର ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲି ଓ ଯେଉଁଠାରେ ସେମାନଙ୍କ ପୂର୍ବପୁରୁଷଗଣ ବାସ କରୁଥିଲେ, ସେହି ଦେଶରେ ସେମାନେ ବାସ କରିବେ। ସେମାନେ, ସେମାନଙ୍କର ସନ୍ତାନମାନେ ଓ ସେମାନଙ୍କର ସନ୍ତାନମାନଙ୍କର ସନ୍ତାନମାନେ ସଦାକାଳ ସେଠାରେ ବାସ କରିବେ। ଏବଂ ମୋର ଦାସ ଦାଉଦ ସଦାକାଳ ସେମାନଙ୍କର ଅଧିପତି ହେବେ।


“ତେବେ ତୁମ୍ଭେ ସେମାନଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ। କିନ୍ତୁ ଦୁଷ୍ଟ ଯେପରି ନିଜ ପାପ ପଥରୁ ନିବୃତ୍ତ ହୋଇ ବଞ୍ଚେ, ସେଥିରେ ଆମ୍ଭେ ସନ୍ତୋଷ ଲାଭ କରୁ। ତେଣୁ ତୁମ୍ଭେମାନେ ନିଜ ନିଜ କୁପଥରୁ ଫେର ଓ ମୋର ନିକଟବର୍ତ୍ତୀ ହୁଅ। ହେ ଇସ୍ରାଏଲ ବଂଶ ତୁମ୍ଭେ କାହିଁକି ମରିବ?’


ଆମ୍ଭେ ସେମାନଙ୍କର ମଙ୍ଗଳ ସାଧନ କରି ଖୁସୀ ହେବା। ଆଉ ମଧ୍ୟ ଆମ୍ଭେ ଆପଣା ଆପଣା ମନପ୍ରାଣ ଦେଇ ସେମାନଙ୍କୁ ସ୍ଥାପିତ କରିବା।’”


ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି। ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କ୍ରିୟାମାନ କରିଛନ୍ତି। ସେ ସେମାନଙ୍କୁ ରକ୍ଷା କଲେ।


ଯେଉଁ ଲୋକମାନେ ତାଙ୍କୁ ଭୟ କରନ୍ତି ଓ ବିଶ୍ୱସ୍ତ ପ୍ରେମରେ ଭରସା ରଖନ୍ତି, ସେ ସେମାନଙ୍କ ଉପରେ ସନ୍ତୁଷ୍ଟ ହୁଅନ୍ତି।


ଆମ୍ଭେ ତାର ବଂଶକୁ ନିତ୍ୟସ୍ଥାୟୀ ବିରାଜମାନ କରିବା ଓ ତା'ର ସିଂହାସନ ଆକାଶ ଥିବା ପର୍ଯ୍ୟନ୍ତ ରହିବ।


ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।


ଏବଂ ଭବିଷ୍ୟତରେ ଆମ୍ଭର ବଂଶଧରମାନେ ସଦାପ୍ରଭୁଙ୍କ ସେବା କରିବେ। ଲୋକମାନେ ଚିରଦିନ ତାଙ୍କର ଗୁଣଗାନ କରିବେ।


ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ୱର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଭାବିବେ, ସେଭଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାଯ୍ୟ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠାରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ କରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠାରେ ଥିବା ବିଶ୍ୱାସ ଦ୍ୱାରା ତୁମ୍ଭେମାନେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ୱର ନିଜ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ ବୋଲି ଆମ୍ଭେ ପ୍ରାର୍ଥନା କରୁ।


ତାଙ୍କ ରାଜ୍ୟରେ କର୍ତ୍ତୃତ୍ୱ ଓ ଶାନ୍ତି ବିରାଜମାନ କରିବ। ଏହା ଦାଉଦଙ୍କ ପରିବାରର ଶାସକଙ୍କର କ୍ଷମତା ବୃଦ୍ଧି କରିବ। ସେହି ରାଜା ନ୍ୟାୟ ଓ ଧାର୍ମିକତା ବଳରେ ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଶାସନ କରିବେ। ସର୍ବଶକ୍ତିମାନ ସଦାପ୍ରଭୁଙ୍କର ତାଙ୍କ ଲୋକମାନଙ୍କ ପାଇଁ ଅନନ୍ତ ପ୍ରେମ ରହିଛି ଏବଂ ଏହି ପ୍ରେମ ଯୋଗୁଁ ସେ ଏଗୁଡ଼ିକ କରିବେ।


ଦାଉଦର ବଂଶ ସଦାକାଳ ରହିବ। ଦାଉଦର ସିଂହାସନ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ରହିବ।


ଯେପର୍ଯ୍ୟନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ। ଚନ୍ଦ୍ର ଲୁପ୍ତ ନ ହେବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।


ତୁମ୍ଭେ ଆଘାତ କରିଥିବା ଲୋକମାନଙ୍କୁ, ସେମାନେ ଯାତନା ଦିଅନ୍ତି। ସେମାନେ ଯନ୍ତ୍ରଣା ବିଷୟରେ କଥାବାର୍ତ୍ତା ହୁଅନ୍ତି, ଯେଉଁମାନଙ୍କୁ ତୁମ୍ଭେ କ୍ଷତାକ୍ତ କରିଅଛ।


ହେ ପରମେଶ୍ୱର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ। ତୁମ୍ଭେ ତାକୁ ଅନନ୍ତ ଜୀବନ ଦାନ କରିଛ, ଯାହା ଅନନ୍ତକାଳସ୍ଥାୟୀ।


ତୁମ୍ଭ ପରାକ୍ରମର ଦିନରେ, ଯେତେବେଳେ ତୁମ୍ଭର ସୈନ୍ୟବାହିନୀ ଏକତ୍ର ହେବେ, ତୁମ୍ଭ ଲୋକମାନେ ସ୍ୱଇଚ୍ଛାରେ ମିଶିବେ। ପବିତ୍ର ପର୍ବତ ଉପରେ ଅତି ପ୍ରଭାତରେ ସେମାନେ ମିଳିତ ହେବେ। ସେହି ସମସ୍ତ ଯୁବକ ତୁମ୍ଭ ଗ୍ଭରିପଟେ ପଡ଼ିଆରେ କାକର ଟୋପା ପରି ବେଢ଼ି ରହିବେ।


ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସୁଥିବା ଦେଖି କହିଲେ, “ଏହି ଦେଖ, ପରମେଶ୍ୱରଙ୍କର ମେଷଶାବକ। ଯେ ଜଗତର ପାପ ବହିନେଇଯାଆନ୍ତି।


କାରଣ ତୁମ୍ଭେ ଦକ୍ଷିଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଏବଂ ଜନଶୂନ୍ୟ ନଗରଗୁଡ଼ିକୁ ନିଜର ବସତି ସ୍ଥାନ କରାଇବେ।


ପୁଣି ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀମାନଙ୍କ ମଧ୍ୟରେ ବିଖ୍ୟାତ ହେବେ। ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ।”


“କାରଣ ଆମ୍ଭେ ଯେଉଁ ନୂତନ ସ୍ୱର୍ଗମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ, ଏହା ସଦାପ୍ରଭୁ କୁହନ୍ତି।


ପ୍ରତ୍ୟେକ ପିଢ଼ି ତା'ର ପିଲାମାନଙ୍କୁ ଧାର୍ମିକତା ବିଷୟ କହିବେ, ଯାହାସବୁ ପରମେଶ୍ୱର କରିଛନ୍ତି।


ମାତ୍ର ମୁଁ କହିଲି, “ମୁଁ ବୃଥା ପରିଶ୍ରମ କରିଅଛି। ମୁଁ ନିରର୍ଥକ ଓ ଅସାରତାରେ ମୋର ଶକ୍ତି ବ୍ୟୟ କରିଅଛି। ତଥାପି ନିଶ୍ଚୟ ମୋର ବିଗ୍ଭର ସଦାପ୍ରଭୁଙ୍କ ନିକଟରେ ଓ କର୍ମଫଳ ମୋର ପରମେଶ୍ୱରଙ୍କଠାରେ ଅଛି।


ଯଦି ପରମେଶ୍ୱର ତାହାଙ୍କ ମାଧ୍ୟମରେ ଗୌରବ ଅର୍ଜ୍ଜନ କରନ୍ତି, ତେବେ ପରମେଶ୍ୱର ତାହାଙ୍କଠାରେ ପୁତ୍ରଙ୍କୁ ଗୌରବ ଦେବେ। ସେ ତାହାଙ୍କୁ ଅତି ଶୀଘ୍ର ଗୌରବାନ୍ୱିତ କରିବେ।”


Swiv nou:

Piblisite


Piblisite