ଯିଶାଇୟ 53:11 - ପବିତ୍ର ବାଇବଲ11 ଭୟଙ୍କର ଯାତନା ପରେ ମଧ୍ୟ ସେ ତୃପ୍ତ ହେବେ। ସେ ନିଜର ଜ୍ଞାନ ବଳରେ ପରିତୃପ୍ତ ହେବେ। “ନିଜର ଧାର୍ମିକ ଦାସ ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହନ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେ ଆପଣା ପ୍ରାଣ-ବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ଵାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ। Gade chapit laଓଡିଆ ବାଇବେଲ11 ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ। Gade chapit la |
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।
“ହେ ଦାନିୟେଲ, ପରମେଶ୍ୱର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହେବାର ଲକ୍ଷ୍ୟ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହେବା। ଏହାର ଲକ୍ଷ୍ୟ ଲୋକମାନଙ୍କୁ ପ୍ରାୟଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାୟୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡ଼ିକ ଓ ଭବିଷ୍ୟଦ୍ବାଣୀ ଓ ପବିତ୍ର ସ୍ଥାନରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ୟ କରେ।