Biblia Todo Logo
Bib sou entènèt

- Piblisite -




ଯିଶାଇୟ 57:7 - ପବିତ୍ର ବାଇବଲ

7 ତୁମ୍ଭେ ଉଚ୍ଚ ଓ ଉନ୍ନତ ପର୍ବତ ଉପରେ ନିଜର ଶଯ୍ୟା ପାତିଅଛ ଓ ସେସ୍ଥାନକୁ ମଧ୍ୟ ବଳିଦାନ କରିବାକୁ ଯାଇଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଉଚ୍ଚ ଓ ଉନ୍ନତ ପର୍ବତ ଉପରେ ତୁମ୍ଭେ ଆପଣା ଶଯ୍ୟା ପାତିଅଛ; ସେସ୍ଥାନକୁ ମଧ୍ୟ ତୁମ୍ଭେ ବଳିଦାନ କରିବା ପାଇଁ ଯାଇଅଛ।

Gade chapit la Kopi

ଓଡିଆ ବାଇବେଲ

7 ଉଚ୍ଚ ଓ ଉନ୍ନତ ପର୍ବତ ଉପରେ ତୁମ୍ଭେ ଆପଣା ଶଯ୍ୟା ପାତିଅଛ; ସେହି ସ୍ଥାନକୁ ମଧ୍ୟ ତୁମ୍ଭେ ବଳିଦାନ କରିବା ପାଇଁ ଯାଇଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଉଚ୍ଚ ଓ ଉନ୍ନତ ପର୍ବତ ଉପରେ ତୁମ୍ଭେ ଆପଣା ଶଯ୍ୟା ପାତିଅଛ; ସେହି ସ୍ଥାନକୁ ମଧ୍ୟ ତୁମ୍ଭେ ବଳିଦାନ କରିବା ପାଇଁ ଯାଇଅଛ।

Gade chapit la Kopi




ଯିଶାଇୟ 57:7
12 Referans Kwoze  

ପୁଣି ରାଜକୀୟ ଶଯ୍ୟାରେ ବସି, ତାହା ସମ୍ମୁଖରେ ମେଜ ସଜ୍ଜାଇ ତାହା ଉପରେ ଆମ୍ଭର ଧୂପ ଓ ତୈଳ ରଖିଲ।


ଏବଂ ତୁମ୍ଭେ ଆପଣା ବସ୍ତ୍ରର କିଛି ଅଂଶ ନେଇ ଆପଣା ପାଇଁ ନାନା ରଙ୍ଗରେ ଭୂଷିତ ଉଚ୍ଚସ୍ଥଳୀ ନିର୍ମାଣ କଲ ଓ ତହିଁ ଉପରେ ବ୍ୟଭିଗ୍ଭରିଣୀ କର୍ମ କଲ। ଏପରି କାର୍ଯ୍ୟ ଘଟିବା ଉଚିତ୍ ନୁହେଁ।


“ହେ ଯିହୁଦା, ବହୁବର୍ଷ ପୂର୍ବେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନ ସବୁ ଚ୍ଛେଦନ କରିଅଛୁ। ଆଉ ତୁମ୍ଭେ କହିଛ, ‘ଆମ୍ଭେ ତୁମ୍ଭର ଦାସତ୍ୱ କର୍ମ କରିବୁ ନାହିଁ।’ ପ୍ରକୃତରେ ତୁମ୍ଭେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭର ବ୍ୟଭିଗ୍ଭର କରି ଗ୍ଭଲିଅଛ।


ତୁମ୍ଭେ ପ୍ରତ୍ୟେକ ରାସ୍ତା ମୁଣ୍ଡରେ ପାଦପୀଠ ପ୍ରସ୍ତୁତ କରିଅଛ ଓ ନିଜର ସୌନ୍ଦର୍ଯ୍ୟକୁ ଘୃଣା କରିଅଛ। ଆଉ ପ୍ରତ୍ୟେକ ପଥିକ ପାଇଁ ନିଜର ବସ୍ତ୍ର କାଢ଼ି ପକାଇଛ, ତୁମ୍ଭର ବ୍ୟଭିଗ୍ଭରୀତାର ସୀମା ନାହିଁ।


ଯିହୁଦାରେ ଯୋଶିୟ ରାଜାଙ୍କ ଶାସନ କାଳରେ, ସଦାପ୍ରଭୁ ମୋତେ କହିଲେ, “ବିପଥଗାମିନୀ ଇସ୍ରାଏଲ ଯାହା କରିଅଛ, ତାହା କ’ଣ ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ଯାଇ ବ୍ୟଭିଗ୍ଭର କରିଅଛି।


“ନିଷ୍ଫଳ ପର୍ବତକୁ ଦେଖ। କେଉଁଠାରେ ତୁମ୍ଭେ ବ୍ୟଭିଗ୍ଭର କରି ନାହଁ? ଯେପରି ଜଣେ ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେହିପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ। ଆଉ ତୁମ୍ଭେ ଆପଣା ଅବିଶ୍ୱାସନୀୟତା ଓ ଦୁଷ୍କର୍ମ ଦ୍ୱାରା ଦେଶକୁ ‘ଅଶୁଚି’ କରିଅଛ।


ତେଣୁ ବାବିଲନୀୟ ଲୋକମାନେ ତାହା ନିକଟକୁ ଆସି ପ୍ରେମ କଲେ। ସେମାନେ ବ୍ୟଭିଗ୍ଭର କ୍ରିୟାଦ୍ୱାରା ତାକୁ ଅଶୁଚି କଲେ। ସେମାନଙ୍କ ଦ୍ୱାରା ତୁଚ୍ଛ ହେବା ପରେ, ସେ ସେମାନଙ୍କ ପ୍ରତି କ୍ରୋଧିତ ହେଲେ।


“ହେ ଯାଦୁକାର ଓ ବ୍ୟଭିଗ୍ଭରିଣୀ ଓ ବ୍ୟଭିଗ୍ଭରିଣୀର ସନ୍ତାନଗଣ ନିକଟକୁ ଆସ।


ସଦାପ୍ରଭୁ କୁହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ପାପ ପାଇଁ ଓ ତୁମ୍ଭମାନଙ୍କ ପିତୃପୁରୁଷଙ୍କ ପାପ ପାଇଁ ଉଭୟଙ୍କୁ ପ୍ରତିଫଳ ଦେବା।” କାରଣ “ସେମାନେ ପର୍ବତଗୁଡ଼ିକ ଉପରେ ଧୂପ ଜଳାଇଛନ୍ତି ଓ ଉପପର୍ବତଗୁଡ଼ିକ ଉପରେ ଆମ୍ଭର ନିନ୍ଦା କରିଛନ୍ତି। ଏଣୁ ସେମାନଙ୍କ କାର୍ଯ୍ୟର ମାନ କଳନା କରି ପ୍ରତିଫଳ ସେମାନଙ୍କ କୋଳରେ ଦେବା।”


“ତୁମ୍ଭେ ନିଜ ପାଇଁ କୁଦ ନିର୍ମାଣ କରିଅଛ ଓ ପ୍ରତ୍ୟେକ ରାସ୍ତାର ଛକରେ ଦେବତାଗଣ ନିମନ୍ତେ ଉଚ୍ଚସ୍ଥଳୀ ଯଜ୍ଞବେଦି ନିର୍ମାଣ କରିଅଛ।


ସେମାନେ ଜାଣିବେ ଯେ, ଆମ୍ଭେ ହିଁ ସଦାପ୍ରଭୁ, ଯେତେବେଳେ ସେମାନେ ସେମାନଙ୍କର ମୃତ ଶରୀର ମୂର୍ତ୍ତିମାନଙ୍କ ମଧ୍ୟରେ, ଯଜ୍ଞବେଦି ଗ୍ଭରିପାଖରେ, ପର୍ବତର ଶୀର୍ଷ ଦେଶରେ, ଶୃଙ୍ଗରେ, ପ୍ରତ୍ୟେକ ସବୁଜ ହରିତବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନମାନଙ୍କରେ ସେମାନେ ନିଜ ନିଜର ସକଳ ପ୍ରତିମାଗୁଡ଼ିକୁ ସୁବାସିତ ନୈବେଦ୍ୟ ଉତ୍ସର୍ଗ କରୁଥିଲେ, ସେହି ସକଳ ସ୍ଥାନରେ ପାଇବେ।


Swiv nou:

Piblisite


Piblisite