Biblia Todo Logo
Bib sou entènèt

- Piblisite -




ଯିଶାଇୟ 58:5 - ପବିତ୍ର ବାଇବଲ

5 ମନୁଷ୍ୟ ଏହି ପ୍ରକାର ଉପବାସଦ୍ୱାରା ନିଜର ପ୍ରାଣକୁ କ୍ଳେଶ ଦେଉ, ଆମ୍ଭେ କ’ଣ ଏହି ପ୍ରକାର ଦିନ ମନୋନୀତ କରିଅଛୁ? ପୁଣି ନଳବୃକ୍ଷ ପରି ମୁଣ୍ଡ ନୁଆଁଇ, ଚଟବସ୍ତ୍ର ପରିଧାନ କରି ଓ ଭସ୍ମ ତଳେ ବିଛାଇ ତା'ଉପରେ ବସିଲେ ସଦାପ୍ରଭୁ ସେପ୍ରକାର ଉପବାସ ଦିନକୁ ଗ୍ରହଣ କରିବେ ବୋଲି ତୁମ୍ଭେ କହିବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଳେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର , ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ?

Gade chapit la Kopi

ଓଡିଆ ବାଇବେଲ

5 ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କ’ଣ ମନୋନୀତ କରିଅଛୁ ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ?

Gade chapit la Kopi




ଯିଶାଇୟ 58:5
22 Referans Kwoze  

“ଦେଶର ଲୋକମାନଙ୍କୁ ଏବଂ ଯାଜକମାନଙ୍କୁ ଏହି କଥା କୁହ, ‘ତୁମ୍ଭେ ଯେତେବେଳେ ପଞ୍ଚମ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲ, ସେହି ସତୁରି ବର୍ଷରେ ସତରେ କ’ଣ ତୁମ୍ଭେ ଆମ୍ଭ ପାଇଁ ଉପବାସ କରିଥିଲ?


କେତେବେଳେ ସଦାପ୍ରଭୁ ତାଙ୍କର କରୁଣା ପ୍ରଦର୍ଶନ କରିବେ ଓ କେଉଁ ସମୟରେ ପରମେଶ୍ୱର ଦୁଷ୍ଟାଗ୍ଭରୀଙ୍କ ଉପରେ ପ୍ରତିଶୋଧ ନେବେ ଓ ଶୋକାର୍ତ୍ତମାନଙ୍କୁ ସାନ୍ତ୍ୱନା କରିବେ। ସେ ସବୁ ପ୍ରଗ୍ଭର କରିବାକୁ ପରମେଶ୍ୱର ମୋତେ ପ୍ରେରଣ କରିଛନ୍ତି।


ସଦାପ୍ରଭୁ କୁହନ୍ତି, “ଆମ୍ଭେ ଯେଉଁ ସମୟରେ ଦୟା ଦେଖାଇବା କଥା ସେହି ସମୟରେ ତୁମ୍ଭକୁ ଉତ୍ତର କରିଅଛୁ। ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିଅଛୁ। ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାରର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ଚୁକ୍ତି ସ୍ୱରୂପ ନିଯୁକ୍ତ କରିବା।


ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭେମାନେ ମଧ୍ୟ ଜୀବନ୍ତ ପଥର ଭଳି। ପରମେଶ୍ୱର ଗୋଟିଏ ଆଧ୍ୟାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସେହି ମନ୍ଦିରରେ ପରମେଶ୍ୱରଙ୍କ ଦ୍ୱାରା ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଗୃହୀତ ହେବା ଭଳି ଆଧ୍ୟାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହେବା ପାଇଁ, ନିଜକୁ ନିୟୋଜିତ କର।


ଏହା ପରେ ଏହି ସଂସାରର ରୀତି ଅନୁସାରେ ଆଚରଣ କର ନାହିଁ, ବରଂ ନୂତନ ଚିନ୍ତନ ମାର୍ଗରେ ନିଜର ଅନ୍ତରକୁ ପରିବର୍ତ୍ତିତ କର। ତେବେ ପରମେଶ୍ୱର ତୁମ୍ଭମାନଙ୍କ ପାଇଁ କ’ଣ ଇଚ୍ଛା କରନ୍ତି, ତୁମ୍ଭେମାନେ ଜାଣି ପାରିବ। ତୁମ୍ଭେମାନେ ଜାଣି ପାରିବ ଯେ, କେଉଁ ବିଷୟ ଗୁଡ଼ିକ ଭଲ, ପରମେଶ୍ୱରଙ୍କୁ ପ୍ରିୟ ଓ ସିଦ୍ଧ।


ଓ ପ୍ରଭୁଙ୍କ ଅନୁଗ୍ରହର ସମୟ ଘୋଷଣା କରିବାକୁ ପ୍ରଭୁ ମୋତେ ପଠାଇଛନ୍ତି।”


ହେ ସଦାପ୍ରଭୁ, ମୋ’ ଜାଣିବାରେ ମୁଁ ପ୍ରାର୍ଥନା କରେ ତୁମ୍ଭେ ମୋତେ ଗ୍ରହଣ କରିନିଅ। ହେ ପରମେଶ୍ୱର, ମୁଁ ଆଶାକରେ ତୁମ୍ଭେ ମୋତେ ତୁମ୍ଭର ପରିତ୍ରାଣର ସତ୍ୟତା ଅନୁସାରେ ଉତ୍ତର ଦିଅ। ମୁଁ ଜାଣେ, ପରିତ୍ରାଣ ପାଇଁ ମୁଁ ତୁମ୍ଭଠାରେ ଭରସା କରି ପାରିବି।


ଯିହୋଶାଫଟ୍ ଏହା ଶୁଣି ଭୟଭୀତ ହୋଇପଡ଼ିଲେ ଓ କ’ଣ କରିବାକୁ ହେବ, ତାହା ସଦାପ୍ରଭୁଙ୍କୁ ପଗ୍ଭରିବା ନିମନ୍ତେ ସ୍ଥିର କଲେ, ସେ ସାରା ଯିହୁଦାରେ ଉପବାସର ସମୟ ଘୋଷଣା କଲେ।


“ତୁମ୍ଭମାନଙ୍କ ପାଇଁ ଏହା ଚିରନ୍ତନ ବିଧି ହେବ। ସପ୍ତମ ମାସର ଦଶମ ଦିନରେ ତୁମ୍ଭେମାନେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ। ତୁମ୍ଭମାନଙ୍କ ମଧ୍ୟରେ ସ୍ୱଦେଶୀୟ ହେଉ ବା ବିଦେଶୀୟ ହେଉ ତୁମ୍ଭେମାନେ କୌଣସି ପ୍ରକାର କାମ କରିବା ଉଚିତ୍ ନୁହେଁ।


ସେମାନେ କୁହନ୍ତି, “ଆମ୍ଭେ ତୁମ୍ଭକୁ ଭକ୍ତି କରିବା ପାଇଁ ଉପବାସ କରିଅଛୁ, ମାତ୍ର ତୁମ୍ଭେ କାହିଁକି ଦୃଷ୍ଟି କରୁ ନାହଁ? ଆମ୍ଭେମାନେ କାହିଁକି ଆପଣା ପ୍ରାଣକୁ କ୍ଳେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ?” ମାତ୍ର ସଦାପ୍ରଭୁ କୁହନ୍ତି, “ଦେଖ, ତୁମ୍ଭେମାନେ ନିଜର ସୁଖପାଇଁ ଉପବାସ ଦିନ ଉପବାସ କରିଅଛ ଓ ବଳପୂର୍ବକ ନିଜର ଦାସମାନଙ୍କୁ କଷ୍ଟ ଦେଇଅଛ।


ସେଥିପାଇଁ ଆୟୁବ ଅଳିଆଗଦା ପାଖରେ ବସିଲା। ସେ ଖଣ୍ଡିଏ ଭଙ୍ଗା ପାତ୍ରରେ ନିଜର କ୍ଷତ ହୋଇଥିବା ସ୍ଥାନକୁ କୁଣ୍ଡାଇବାକୁ ଲାଗିଲା।


ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜା ଆଜ୍ଞା ଓ ନିୟମ ପତ୍ର ଗଲା, ସେହିସବୁ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା। ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।


ଏହା ପରେ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠିଗଲେ। ଏହା ପରେ ଇଲିୟାଶୀବର ପୁତ୍ର ଯିହୋହାନନର କୋଠରୀକୁ ଗଲେ। ଏଜ୍ରା ସେଠାରେ ରହିବା ସମୟରେ ସେ କୌଣସି ଖାଦ୍ୟ ଖାଇ ନ ଥିଲେ, କି ଜଳପାନ କରି ନ ଥିଲେ। ସେ ଏପରି କରିଥିଲେ କାରଣ ସେ ବହୁତ ଦୁଃଖିତ ଥିଲେ। ସେ ଇସ୍ରାଏଲମାନଙ୍କ ପାପ ପାଇଁ ବହୁତ ଦୁଃଖିତ ଥିଲେ ଯେଉଁମାନେ ଯିରୁଶାଲମକୁ ଫେରି ଆସିଥିଲେ।


ସେହି ସ୍ତ୍ରୀଲୋକର କଥା ଶୁଣି ରାଜା ତାଙ୍କର ଲୁଗା ଚିରି ଦେଲେ। ଯେତେବେଳେ ସେମାନେ ପ୍ରାଚୀର ଉପରେ ଯାଉଥିଲେ, ଲୋକମାନେ ତାଙ୍କୁ ଅଖା ପିନ୍ଧିଥିବାର ଦେଖିଲେ। ଏଥିରୁ ସେ ଦୁଃଖିତ ଓ ବ୍ୟସ୍ତ ବୋଲି ଜଣା ଯାଉଥିଲେ।


“ତୁମ୍ଭେ ଉପବାସ କଲାବେଳେ ଦୁଃଖିତ ଥିବା ଭଳି ମୁହଁ କର ନାହିଁ। କପଟୀମାନେ ସେହିପରି କରିଥା’ନ୍ତି। ତୁମ୍ଭେ କପଟୀଙ୍କ ପରି ହୁଅ ନାହିଁ। କପଟୀମାନେ ମୁହଁ ଶୁଖାଇ ଲୋକଙ୍କୁ ଦେଖେଇବାକୁ ଗ୍ଭହାନ୍ତି ଯେ, ସେମାନେ ଉପବାସ କରୁଛନ୍ତି। ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ସେମାନଙ୍କୁ ଏଥିପାଇଁ ପ୍ରତିଫଳ ମିଳିସାରିଛି।


ଏହି ଦିନଟି ତୁମ୍ଭମାନଙ୍କ ପାଇଁ ମହାନ୍ ବିଶ୍ରାମ ଦିନ, ତୁମ୍ଭେମାନେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ। ଏହା ଚିରନ୍ତନ ବିଧି।


ଏହା ପରେ ଆମ୍ଭମାନଙ୍କ ନିମନ୍ତେ, ଆମ୍ଭମାନଙ୍କ ସନ୍ତାନମାନଙ୍କ ନିମନ୍ତେ, ଆମ୍ଭମାନଙ୍କର ସମସ୍ତ ସାମଗ୍ରୀ ନିମନ୍ତେ ଓ ସକଳ ସମ୍ପତ୍ତି ପାଇଁ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ମୁଁ ଅହିବା ନଦୀ ନିକଟରେ ଉପବାସ ଘୋଷଣା କଲି।


Swiv nou:

Piblisite


Piblisite