Biblia Todo Logo
Bib sou entènèt

- Piblisite -




ଯିଶାଇୟ 60:10 - ପବିତ୍ର ବାଇବଲ

10 ଆଉ ମଧ୍ୟ ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ରାଜାମାନେ ତୁମ୍ଭର ସେବା କରିବେ। କାରଣ “ଆମ୍ଭେ ନିଜର କ୍ରୋଧବଶତଃ ତୁମ୍ଭକୁ ପ୍ରହାର କରିଥିଲୁ, ମାତ୍ର ନିଜର ଅନୁଗ୍ରହରେ ତୁମ୍ଭକୁ କରୁଣା କରିବୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ ।

Gade chapit la Kopi

ଓଡିଆ ବାଇବେଲ

10 ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜାଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜାଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ।

Gade chapit la Kopi




ଯିଶାଇୟ 60:10
20 Referans Kwoze  

“ବିଦେଶୀୟମାନେ ତୁମ୍ଭ ମେଷପଲ ଚରାଇବା ପାଇଁ ଛିଡ଼ା ହେବେ ଓ ସେମାନଙ୍କର ସନ୍ତାନମାନେ ତୁମ୍ଭ ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରରେ କାର୍ଯ୍ୟ କରିବେ।


ପୁଣି ରାଜାମାନେ ତୁମ୍ଭର ପାଳିତ ପିତା ହେବେ ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳିତା ମାତା ହେବେ, ସେମାନେ ନତମୁଖ ହୋଇ ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭର ପାଦର ଧୂଳି ଗ୍ଭଟିବେ; ତେଣୁ ଆମ୍ଭେ ଯେ ସଦାପ୍ରଭୁ ଓ ଯେ ଆମ୍ଭ ଉପରେ ବିଶ୍ୱାସ ରଖନ୍ତି, ସେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।”


ସେହି ନଗରକୁ ଜାତିସମୂହର ଐଶ୍ୱର୍ଯ୍ୟ ଓ ମହିମା ଅଣାଯିବ।


ନଗରୀର ଆଲୋକରେ ଜାତିସମୂହର ଲୋକମାନେ ଗ୍ଭଲିବେ। ପୃଥିବୀର ରାଜାମାନେ ସେମାନଙ୍କର ଐଶ୍ୱର୍ଯ୍ୟ ଏହି ନଗରୀକୁ ଦେବେ।


ଯେଉଁମାନେ ଦୂରରେ ଅଛନ୍ତି ଆସିବେ ଏବଂ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ। ତା'ପରେ ତୁମ୍ଭେମାନେ ଜାଣିବ ଯେ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କରିଛନ୍ତି। ଏହିସବୁ ଘଟିବ, ଯଦି ତୁମ୍ଭେ ମନୋଯୋଗ ସହକାରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଆଜ୍ଞା ପାଳନ କରିବ।


ପୁଣି ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାମାନେ ତୁମ୍ଭ ଅରୁଣାଲୋକ ନିକଟକୁ ଆସିବେ।


ସେହି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, “ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପରେ କ୍ରୋଧାନ୍ୱିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି, ତୁମ୍ଭେ ତୁମ୍ଭର ପ୍ରେମ ଆମ୍ଭକୁ ଦେଖାଇଅଛ।


ପରମେଶ୍ୱର କ୍ରୋଧିତ ହୁଅନ୍ତି। ତେଣୁ ତାଙ୍କର ନିଷ୍ପତ୍ତି ହିଁ “ମୃତ୍ୟୁ”। କିନ୍ତୁ ସେ ମୋ’ ପ୍ରତି କରୁଣା ପ୍ରଦର୍ଶନ କରି ମୋତେ “ଜୀବନଦାନ” ଦେଇଛନ୍ତି। ସାରା ରାତି ମୁଁ କାନ୍ଦୁଥିଲି। ତା’ ପରଦିନ ସକାଳୁ ଦେଖିଲି, ମୁଁ ଖୁସୀରେ ଗୀତ ବୋଲୁଛି।


ଆଉ ମଧ୍ୟ ସଦାପ୍ରଭୁ କୁହନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରୁ ଯାଜକ ଓ ଲେବୀୟ ହେବା ପାଇଁ ଲୋକ ଗ୍ରହଣ କରିବୁ।”


ତୁମ୍ଭେ ଉଠ ଓ ସିୟୋନକୁ ଦୟା କର। ସେହି ଯଥାର୍ଥ ସମୟ ଆସିଅଛି। ଯେତେବେଳେ ତୁମ୍ଭେ ସିୟୋନକୁ ଦୟା କରିବ।


“କେତେକ ବିଦେଶୀୟ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଏବଂ ତାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି। ସେମାନେ ବିଶ୍ରାମ ଦିନ ପାଳନ କରି ତାହା ଅଶୁଚି କରନ୍ତି ନାହିଁ ଓ ସଦାପ୍ରଭୁଙ୍କର ଚୁକ୍ତି ଅବଲମ୍ବନ କରନ୍ତି।


କେତେବେଳେ ସଦାପ୍ରଭୁ ତାଙ୍କର କରୁଣା ପ୍ରଦର୍ଶନ କରିବେ ଓ କେଉଁ ସମୟରେ ପରମେଶ୍ୱର ଦୁଷ୍ଟାଗ୍ଭରୀଙ୍କ ଉପରେ ପ୍ରତିଶୋଧ ନେବେ ଓ ଶୋକାର୍ତ୍ତମାନଙ୍କୁ ସାନ୍ତ୍ୱନା କରିବେ। ସେ ସବୁ ପ୍ରଗ୍ଭର କରିବାକୁ ପରମେଶ୍ୱର ମୋତେ ପ୍ରେରଣ କରିଛନ୍ତି।


ହେ ସଦାପ୍ରଭୁ, ଅତ୍ୟନ୍ତ କ୍ରୋଧିତ ହୁଅ ନାହିଁ କି ଆମ୍ଭମାନଙ୍କର ପାପକୁ ଚିରକାଳ ମନେରଖ ନାହିଁ। ଆମ୍ଭେମାନେ ବିନତି କରୁଅଛୁ, ଆମ୍ଭ ପ୍ରତି ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ସନ୍ତାନ।


ତା'ପରେ ସଦାପ୍ରଭୁ ନିଜ ଭୂମି ପାଇଁ ଈର୍ଷାପରାୟଣ ହେଲେ। ସେ ତାଙ୍କର ଲୋକମାନଙ୍କ ଉପରେ ଦୟା ଦେଖାଇଲେ।


Swiv nou:

Piblisite


Piblisite